ବିମାନ ଦୁର୍ଘଟଣା ପୂର୍ବରୁ ଶୁଭିଥିଲା ପ୍ରଚଣ୍ଡ ଶବ୍ଦ

ବାକୁ,୨୮ା୧୨: ଅଜେରବୈଜାନର ଏମ୍ବ୍ରାଏର ୧୯୦ ଏୟାରକ୍ରାଫ୍ଟ ବୁଧବାର ଦୁର୍ଘଟଣାଗ୍ରସ୍ତ ହେବାରୁ ୩୮ ଯାତ୍ରୀଙ୍କ ମୃତ୍ୟୁ ଘଟିଥିଲା। ଏହି ବିମାନ ଦୁର୍ଘଟଣାର କାରଣ ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ଏନେଇ ଭିନ୍ନ ଭିନ୍ନ ରିପୋର୍ଟ ଆସିବାରେ ଲାଗିଛି। ଉକ୍ତ ପାସେଞ୍ଜର ଜେଟ୍‌ କାଜାଖସ୍ତାନରେ ଦୁର୍ଘଟଣାଗ୍ରସ୍ତ ହେବା ପୂର୍ବରୁ ପ୍ରଚଣ୍ଡ ଶବ୍ଦ ଶୁଭିଥିଲା ବୋଲି ଅଜେରବୈଜାନ ଏୟାରଲାଇନ୍ସ ପକ୍ଷରୁ ଶୁକ୍ରବାର କୁହାଯାଇଛି। ବିମାନ ଉପରେ ବାହ୍ୟ ହସ୍ତକ୍ଷେପ କରାଯାଇଥିଲା। ରୁଷିଆର ୧୦ଟି ବିମାନବନ୍ଦର ସହ ବିମାନ ଚଳାଚଳ ବନ୍ଦ ନେଇ ଘୋଷଣା କରିବା ଅବସରରେ ଏୟାରଲାଇନ୍ସ ଆହୁରି କହିଛି ଯେ, ବାକୁରୁ ଗ୍ରୋନି ଉଡ଼ାଣ କରୁଥିବା ଫ୍ଳାଇଟ୍‌ ଜେ୨-୮୨୪୩ ଉପରେ ଫିଜିକାଲ୍‌ ଏବଂ ଟେକ୍ନିକାଲ ଏକ୍ସଟର୍ନାଲ ଇଣ୍ଟରଫିଅରସେନ୍ସ କରାଯାଇଥିଲା। ଦୁର୍ଘଟଣା ପୂର୍ବରୁ ସେଥିରୁ ପ୍ରଚଣ୍ଡ ଶବ୍ଦ ଶୁଭିଥିବା ବିଷୟ ୨ ଜଣ ଯାତ୍ରୀ କହିଛନ୍ତି। ଏଭଳି ସ୍ଥିତିରେ ବିମାନ ସ୍ବତଃ ଦୁର୍ଘଟଣାଗ୍ରସ୍ତ ନ ହୋଇ ଏଡାକୁ ଖସିଇ ଦିଆଯାଇଥିବା ସନ୍ଦେହ ଦୃଢ଼ୀଭୂତ ହେବାରେ ଲାଗିଛି। ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରହିଛି। ଦୁର୍ଘଟଣା ଘଟିଥିବା ଅଞ୍ଚଳ ୟୁକ୍ରେନୀୟ ସୈନ୍ୟଙ୍କ ଡ୍ରୋନ୍‌ ଜୋନ୍‌ କୁହାଯାଉଥିବା ଅଞ୍ଚଳରେ ବିମାନ ଦୁର୍ଘଟଣା ଘଟିଥିବାରୁ ରୁଷିଆ ଏହାକୁ ଖସାଇ ଦେଇଥିବା କେତେକେ ସନ୍ଦେହ କରୁଛନ୍ତି। ତେଣୁ ଏହାର ସମ୍ପୂର୍ଣ୍ଣ ତଦନ୍ତ କରାଯାଉ ବୋଲି ବୁଧବାର ନର୍ଥ ଆଟଲାଣ୍ଟିକ୍‌ ଟ୍ରିଟି ଅଗାନାଜେଶନ୍‌ (ନାଟୋ) ପକ୍ଷରୁ ଦିନକ ପୂର୍ବରୁ ଦାବି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ଆଜି ୨ ଶକ୍ତିଶାଳୀ ଗ୍ରହଙ୍କ ଗୋଚର; ୫ ରାଶି ହଠାତ୍‌ ବନିଯିବେ ଧନୀ!

ଗୁରୁବାର ୬ ଅଗଷ୍ଟ ୨୦୨୬ ଦିନଟି ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ଅତ୍ୟନ୍ତ ଖାସ୍ ବୋଲି କୁହାଯାଉଛି। ଏହି ଦିନ ଶ୍ରାବଣ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଅଟେ।…

‘ଆମେ ପୂର୍ବରୁ ସତର୍କ କରିଥିଲୁ’: ଦିଲ୍ଲୀରୁ ହାସିନାଙ୍କ ବଡ଼ ବୟାନ, ଦେହାଲିଗଲା ବାଂଲାଦେଶ!

ଢାକା,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନୂଆଦିଲ୍ଲୀରୁ କରିଥିବା ଭର୍ଚୁଆଲ ପ୍ରେସ କନଫରେନ୍ସକୁ ନେଇ ବାଂଲାଦେଶ ଭାରତ ବିରୋଧରେ କଡ଼ା ପ୍ରତିବାଦ ଜଣାଇଛି। ଢାକାର ଦାବି…

ଟି-୨୦ର ନୂଆ ‘ରେକର୍ଡ କିଙ୍ଗ୍‌’ ହେବେ ବୈଭବ ସୂର୍ଯ୍ୟବଂଶୀ! ଖେଳାଳିଙ୍କ ବିସ୍ଫୋରକ ବୟାନକୁ ନେଇ ହଲଚଲ

ନୂଆଦିଲ୍ଲୀ, ୬।୮: ଜୋସ ବଟଲର ଟି-୨୦ କ୍ରିକେଟ ଇତିହାସର ସବୁଠାରୁ ବଡ଼ ରେକର୍ଡ ନିଜ ନାମରେ କରିଛନ୍ତି। ୱେଲ୍ସ ଫାୟାର ବିପକ୍ଷ ମ୍ୟାଚରେ ମାଞ୍ଚେଷ୍ଟର ସୁପର ଜାୟାଣ୍ଟସ…

ମହାକାଶରେ ହୋଇପାରେ ଜୋରଦାର ବିସ୍ଫୋରଣ! ଭାରତର ୨୦ରୁ ୨୨ ସାଟେଲାଇଟ୍‌ ଉପରେ…

ନୂଆଦିଲ୍ଲୀ,୬।୮: ଲୋକ ସଭାରେ ସରକାର ଜଣାଇଛନ୍ତି ଯେ ଭାରତର ଲୋ ଅର୍ଥ ଅରବିଟ୍ (LEO)ରେ କାର୍ଯ୍ୟରତ ୨୨ଟି ସକ୍ରିୟ ସାଟେଲାଇଟ୍ (ଉପଗ୍ରହ) ମଧ୍ୟରୁ ୨୦ଟି ଉପରେ ଧକ୍କା…

ବଡ଼ ଦୁର୍ଘଟଣା: ଭୁଶୁଡ଼ି ପଡ଼ିଲା ଶହେ ବର୍ଷ ପୁରୁଣା କୋଠା, ଗୋଟିଏ ପରିବାରର ୬ ମୃତ

ଲକ୍ଷ୍ନୌ,୬।୮: ଉତ୍ତରପ୍ରଦେଶର ପ୍ରତାପଗଡ଼ରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନଗର କୋତବାଲି ଅନ୍ତର୍ଗତ ମହୁଲି ନିକଟରେ ଏକ ଶହେ ବର୍ଷ ପୁରୁଣା ଜର୍ଜର ଘର ହଠାତ୍‌ ଭୁଶୁଡ଼ି…

ଶେଖ ହାସିନାଙ୍କ ପରେ ମୁହଁ ଖୋଲିଲେ ତାଙ୍କ ପୁଅ, ଭାରତକୁ ନେଇ ଦେଲେ ଚମକାଇବା ଭଳି ବୟାନ!

ଢାକା,୬ା୮: ସତ୍ତା ହରାଇବା ଏବଂ ଦେଶ ଛାଡ଼ିବାର ପ୍ରାୟ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ସାର୍ବଜନୀନ ଭାବେ ସାମ୍ନାକୁ ଆସିଥିବା ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ…

ପ୍ରବଳ ବର୍ଷାକୁ ନେଇ ଆଲର୍ଟ ଜାରି କଲା ପାଣିପାଗ ବିଭାଗ: ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୬।୮: ରାଜଧାନୀ ସମେତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା। ଭୁବନେଶ୍ୱରରେ ରାତି ସାରା ଅବିଶ୍ରାନ୍ତ ପ୍ରବଳ ବର୍ଷା ହୋଇଛି। ସକାଳ ୫ଟା ୩୦ ସୁଦ୍ଧା ୯୭.୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri