ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ ହୋଇଥିଲା। ଡ଼ୁଲୁରୀ ପାଇନ ବଣ ସମେତ ଲଭର୍ସ ପଏଣ୍ଟ, ମିଡିୟୁବାନ୍ଦା ଜଳପ୍ରପାତ, କିସୁବାଡ଼ି ଜଳପ୍ରପାତରେ ପର୍ଯ୍ୟଟକମାନେ ବଣଭୋଜି କରି ମଜା ନେଇଥିଲେ। ସାଙ୍ଗସାଥୀ ପରିବାର ବନ୍ଧୁ ବର୍ଗଙ୍କ ସହ ଦାରିଙ୍ଗବାଡ଼ି ଆସି ଏହି ବଣ ଭୋଜି କରିଥିବା ଜଣାପଡ଼ିଛି।

ତେବେ ବିଦ୍ୟୁତ ବିଭାଗ ପକ୍ଷରୁ ରବିବାର ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ବିଦ୍ୟୁତ୍‌ କାଟି ଦିଆଯାଇଥିଲା। ବିଦ୍ୟୁତ ରକ୍ଷଣାବେକ୍ଷଣ ପାଇଁ ଏଭକି ବିଦ୍ୟୁତ୍‌ କାଟ କରାଯିବାକୁ ପୂର୍ବ ସୂଚନା ମୁତାବକ କଟାଯାଇଥିଲା କିନ୍ତୁ ଅଟା ୮ଟାରୁ କଟାଯାଇଥିବା ବିଦ୍ୟୁତ୍‌ ସନ୍ଧ୍ୟା ୫ଟା ପରେ ମଧ୍ୟ ଆସି ନ ଥିବାରୁ ହିଲଭିୟୁ ପାର୍କରେ ଶତାଧିକ ପର୍ଯ୍ୟଟକ ସନ୍ଧ୍ୟା ପର୍ଯ୍ୟନ୍ତ ଅପେକ୍ଷା କରି ନିରାଶ ହୋଇଥିଲେ। ସେମାନଙ୍କ ଉଦ୍ଦେଶ୍ୟ ରହିଥିଲା ଶିଶୁ ପର୍ଯ୍ୟଟକଙ୍କୁ ଟୟ ଟ୍ରେନରେ ବୁଲାଇବା ଓ ନୂତନ ଭାବେ ସ୍ଥାପନ ହୋଇଥିବା ମ୍ୟୁଜିକାଲ ଫାଉଣ୍ଟେନ ତଥା ରଙ୍ଗବେରଙ୍ଗ ଆଲୁଅରେ ମ୍ୟୁଜିକ୍‌ ଫାଉଣ୍ଟେନକୁ ଦର୍ଶକ ତଥା ପର୍ଯ୍ୟଟକ ମଜା ନେବେ। କିନ୍ତୁ ଏଥିରେ ମଜା ନେବାରୁ ବଞ୍ଚିତ ହେଲେ ପର୍ଯ୍ୟଟକ ଓ ନିରାଶରେ ଫେରୁଥିବା ବିଡିଓ ପ୍ରୀତିରଞ୍ଜନ ରଥ କହିଛନ୍ତି। ହିଲଭିୟୁ ପାର୍କକୁ ଆସିଥିବା ଶହ ଶହ ପର୍ଯ୍ୟଟକ ନିରାଶ ହୋଇଛନ୍ତ।

ବିଡିଓ ଏନେଇ ବିଦ୍ୟୁତ ବିଭାଗକୁ ଶୀଘ୍ର ବିଦ୍ୟୁତ ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ବିଦ୍ୟୁତ ଖବର ଲେଖିବା ସୁଦ୍ଧା ଆସି ନ ଥିବାରୁ ପର୍ଯ୍ୟଟକ ନିରାଶ ହୋଇଛନ୍ତି ଓ ହିଲଭିୟୁ ପାର୍କରେ ଟିକେଟ ବାବଦକୁ ରାଜସ୍ବ ହାନି ହୋଇଥିବା ଜଣାପଡ଼ିଛି। ଏନେଇ ବିଦ୍ୟୁତ ବିଭାଗର ସହକାରୀ ଯନ୍ତ୍ରୀ ଶିବ ପ୍ରସାଦ ନାୟକଙ୍କୁ ପଚାରି ବୁଝିବାରୁ ଆଉ ଅଳ୍ପ ସମୟ ମଧ୍ୟରେ ବିଦ୍ୟୁତ ସେବା ସ୍ବାଭାବିକ ହୋଇଯିବ ବୋଲି କହିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri