ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ ହୋଇଥିଲା। ଡ଼ୁଲୁରୀ ପାଇନ ବଣ ସମେତ ଲଭର୍ସ ପଏଣ୍ଟ, ମିଡିୟୁବାନ୍ଦା ଜଳପ୍ରପାତ, କିସୁବାଡ଼ି ଜଳପ୍ରପାତରେ ପର୍ଯ୍ୟଟକମାନେ ବଣଭୋଜି କରି ମଜା ନେଇଥିଲେ। ସାଙ୍ଗସାଥୀ ପରିବାର ବନ୍ଧୁ ବର୍ଗଙ୍କ ସହ ଦାରିଙ୍ଗବାଡ଼ି ଆସି ଏହି ବଣ ଭୋଜି କରିଥିବା ଜଣାପଡ଼ିଛି।

ତେବେ ବିଦ୍ୟୁତ ବିଭାଗ ପକ୍ଷରୁ ରବିବାର ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ବିଦ୍ୟୁତ୍‌ କାଟି ଦିଆଯାଇଥିଲା। ବିଦ୍ୟୁତ ରକ୍ଷଣାବେକ୍ଷଣ ପାଇଁ ଏଭକି ବିଦ୍ୟୁତ୍‌ କାଟ କରାଯିବାକୁ ପୂର୍ବ ସୂଚନା ମୁତାବକ କଟାଯାଇଥିଲା କିନ୍ତୁ ଅଟା ୮ଟାରୁ କଟାଯାଇଥିବା ବିଦ୍ୟୁତ୍‌ ସନ୍ଧ୍ୟା ୫ଟା ପରେ ମଧ୍ୟ ଆସି ନ ଥିବାରୁ ହିଲଭିୟୁ ପାର୍କରେ ଶତାଧିକ ପର୍ଯ୍ୟଟକ ସନ୍ଧ୍ୟା ପର୍ଯ୍ୟନ୍ତ ଅପେକ୍ଷା କରି ନିରାଶ ହୋଇଥିଲେ। ସେମାନଙ୍କ ଉଦ୍ଦେଶ୍ୟ ରହିଥିଲା ଶିଶୁ ପର୍ଯ୍ୟଟକଙ୍କୁ ଟୟ ଟ୍ରେନରେ ବୁଲାଇବା ଓ ନୂତନ ଭାବେ ସ୍ଥାପନ ହୋଇଥିବା ମ୍ୟୁଜିକାଲ ଫାଉଣ୍ଟେନ ତଥା ରଙ୍ଗବେରଙ୍ଗ ଆଲୁଅରେ ମ୍ୟୁଜିକ୍‌ ଫାଉଣ୍ଟେନକୁ ଦର୍ଶକ ତଥା ପର୍ଯ୍ୟଟକ ମଜା ନେବେ। କିନ୍ତୁ ଏଥିରେ ମଜା ନେବାରୁ ବଞ୍ଚିତ ହେଲେ ପର୍ଯ୍ୟଟକ ଓ ନିରାଶରେ ଫେରୁଥିବା ବିଡିଓ ପ୍ରୀତିରଞ୍ଜନ ରଥ କହିଛନ୍ତି। ହିଲଭିୟୁ ପାର୍କକୁ ଆସିଥିବା ଶହ ଶହ ପର୍ଯ୍ୟଟକ ନିରାଶ ହୋଇଛନ୍ତ।

ବିଡିଓ ଏନେଇ ବିଦ୍ୟୁତ ବିଭାଗକୁ ଶୀଘ୍ର ବିଦ୍ୟୁତ ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ବିଦ୍ୟୁତ ଖବର ଲେଖିବା ସୁଦ୍ଧା ଆସି ନ ଥିବାରୁ ପର୍ଯ୍ୟଟକ ନିରାଶ ହୋଇଛନ୍ତି ଓ ହିଲଭିୟୁ ପାର୍କରେ ଟିକେଟ ବାବଦକୁ ରାଜସ୍ବ ହାନି ହୋଇଥିବା ଜଣାପଡ଼ିଛି। ଏନେଇ ବିଦ୍ୟୁତ ବିଭାଗର ସହକାରୀ ଯନ୍ତ୍ରୀ ଶିବ ପ୍ରସାଦ ନାୟକଙ୍କୁ ପଚାରି ବୁଝିବାରୁ ଆଉ ଅଳ୍ପ ସମୟ ମଧ୍ୟରେ ବିଦ୍ୟୁତ ସେବା ସ୍ବାଭାବିକ ହୋଇଯିବ ବୋଲି କହିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା…

ପାଟଣା ବ୍ଲକ୍‌ସ୍ତରୀୟ ସ୍ୱାଧୀନତା ଦିବସ: ଦେଶ ସେବା ପାଇଁ ଆହ୍ୱାନ ଦେଲେ ବିଧାୟକ

ପାଟଣା, ୧୫/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଶନିବାର ପାଟଣା ମୁଖ୍ୟାଳୟ ଷ୍ଟାଡିୟମ୍‌ରେ ହର୍ଷୋଲ୍ଲାସର ସହ ପାଳିତ ହୋଇଯାଇଛି।…

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ସିଂହ ରାଶିରେ ଏକାଠି ହେବେ ସୂର୍ଯ୍ୟ-ବୁଧ; ଧନ ଓ ସଫଳତାରେ ମିଳିବ ବଡ଼ ଲାଭ, ଏହି ୩ ରାଶିର ଗୋଲ୍ଡେନ୍ ଟାଇମ୍ ଆରମ୍ଭ…

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହମାନଙ୍କର ଗତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହମାନଙ୍କର ରାଜକୁମାର ବୁଧ, ଆସନ୍ତା ଅଗଷ୍ଟ ୨୨ ତାରିଖରେ ସନ୍ଧ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri