କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ ଘଟଣାରେ ସମ୍ପୃକ୍ତ ଦୁଇ ଜଣଙ୍କୁ ଅଟକ ରଖିଛି ।  ଛୁରା ମାଡ଼ରେ ଗୁରୁତର ବ୍ୟକ୍ତି କଟକ ମେଡିକାଲରେ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି।
ଅଭିଯୋଗ ଅନୁଯାୟୀ, ଗତ ସୋମବାର  ଧନିଓଝା ଗ୍ରାମର ବାଦଲ ଯେନା, ଆପଣ୍ଡା ଗ୍ରାମର ଶୁଭଙ୍କର ମୁଖି ଏବଂ ବରକୋଣା ଗ୍ରାମର ଶକ୍ତି ରଞ୍ଜନ ଯେନା ମିଳିମିଶି ନିକଟସ୍ଥ ଅଞ୍ଚଳକୁ ଟେଣ୍ଟ କାର୍ଯ୍ୟ କରିବାକୁ ଯାଇଥିଲେ । କାର୍ଯ୍ୟ କରୁଥିବା ସମୟରେ ବାଦଲ ଏବଂ ଶୁଭଙ୍କର ସହିତ ଶକ୍ତି ରଞ୍ଜନଙ୍କର କୌଣସି କାରଣକୁ ନେଇ ଝଗଡା ହୋଇଥିଲା l କାର୍ଯ୍ୟ ସାରି ଘରକୁ ଫେରୁଥିବା ବେଳେ ରାତି ପ୍ରାୟ ୧୦ଟା ସମୟରେ ବାଦଲ ଏବଂ ଶୁଭଙ୍କରଙ୍କୁ ବରକୋଣା ସ୍କୁଲ ନିକଟରେ ଶକ୍ତି ରଞ୍ଜନ ଏବଂ ତାଙ୍କ ଗ୍ରାମର ଚନ୍ଦ୍ରକାନ୍ତ ଯେନା ମିଳିମିଶି ଛୁରିରେ ଆକ୍ରମଣ କରିଥିଲେ l ଉଭୟଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ କୋଳିପଦି ଗ୍ରାମବାସୀ ଉଦ୍ଧାର କରି ପ୍ରଥମେ ବରପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ l ପରେ ତାଙ୍କୁ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ ନିଆଯାଇଥିଲା l କିନ୍ତୁ ବାଦଲଙ୍କ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ମେଡିକାଲ ସ୍ଥାନାନ୍ତର କରାଯାଇଛି l ମଙ୍ଗଳବାର ବାଦଲଙ୍କ କକା ସୁବାଷ ଯେନାଙ୍କ ଲିଖିତ ଅଭିଯୋଗ ଆଧାରରେ ପୋଲିସ  ୧୧୮/୨୦୨୬ ରେ ଏକ ମାମଲା ରୁଜୁ କରିଛି l ଅଭିଯୁକ୍ତ ଶକ୍ତି ରଞ୍ଜନ ଏବଂ ଚନ୍ଦ୍ରକାନ୍ତକୁ ପୋଲିସ ଅଟକ ରଖିଥିବା ବେଳେ ଆକ୍ରମଣରେ ବ୍ୟବହୃତ ଛୁରିକୁ ଜବତ କରାଯାଇଥିବା ଭାରପ୍ରାପ୍ତ ଥାନା ଅଧିକାରିଣୀ ଅସ୍ମିତା ପ୍ରଧାନ କହିଛନ୍ତି । ତଦନ୍ତ ପରେ ଆକ୍ରମଣର  ପ୍ରକୃତ କାରଣ ଜଣାପଡିବ ବୋଲି ଥାନା ଅଧିକାରିଣୀ ପ୍ରଧାନ ସୂଚନା ଦେଇଛନ୍ତି l ମଙ୍ଗଳବାର ଅପରାହ୍ନରେ ଭଦ୍ରକରୁ ସାଇଣ୍ଟିଫିକ ଟିମ୍‌ ବରକୋଣା ଗ୍ରାମରେ ପହଞ୍ଚି ତଦନ୍ତ ଆରମ୍ଭକରିଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?