ଛାତ୍ରୀ ପ୍ରବେଶ କରିବା ପରେ ଜେଇଇ ପରୀକ୍ଷା କେନ୍ଦ୍ରରେ ଖେଳିଗଲା ଆତଙ୍କ; କାହିଁକି ଜାଣନ୍ତୁ…

କୋଟା, ୧।୯: ରାଜସ୍ଥାନର ଶିକ୍ଷାର ସହର କୋଟାରେ ଜେଇଇ ମେନ୍‌-୨୦୨୦ ପରୀକ୍ଷାର ପ୍ରଥମ ଦିନରେ ମଙ୍ଗଳବାର ପରୀକ୍ଷା କେନ୍ଦ୍ରରେ ଆତଙ୍କ ଖେଳିଯାଇଛି। ସେପ୍ଟେମ୍ବର ୧ରୁ ୬ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଜେଇଇ ପରୀକ୍ଷା ଲାଗି କୋଟାରେ ୩ଟି ସେଣ୍ଟର ବ୍ୟବସ୍ଥା କରାଯାଇଛି। କୋଟା ଝାଲାବାଡ଼ ରୋଡ୍‌ସ୍ଥିତ ରଣପୁର ପରୀକ୍ଷା କେନ୍ଦ୍ରରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଜଣେ ଛାତ୍ରୀ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବା ପରେ ନିଜର ପରୀକ୍ଷାକୁ ଆଗାମୀ ଦିନରେ କରିବାକୁ ଅନୁରୋଧ କରିଥିଲେ। ଯେତବେଳେ ଛାତ୍ରୀଙ୍କୁ ଏହାର କାରଣ ପଚରା ଯାଇଥିଲା ସେ ନିଜକୁ କରୋନା ଭାଇରସ୍‌ ସଂକ୍ରମିତ ହୋଇଥିବା ଆଶଙ୍କା ପ୍ରକାଶ କରିଥିଲେ। ଛାତ୍ରୀଙ୍କଠାରୁ ଏହି କଥା ଶୁଣିବା ପରେ ପରୀକ୍ଷା କେନ୍ଦ୍ରରେ ଉପସ୍ଥିତ ଅଧିକାରୀଙ୍କ ମଧ୍ୟରେ ଆତଙ୍କ ଖେଳି ଯାଇଥିଲା। ଦେଖୁ ଦେଖୁ ଏହି ଖବର ପୁରା ପରୀକ୍ଷା ସେଣ୍ଟରରେ ଖେଳିଗଲା। ଏବଂ ସମସ୍ତେ କରୋନା ସଂକ୍ରମିତ ହେବା ଭୟରେ ଆତଙ୍କିତ ହୋଇଯାଇଥିଲେ। ତେବେ ପରେ ଜଣାପଡ଼ିଲା ଯେ, ଯୁତୀଜଣଙ୍କ ନୁହେଁ ବରଂ ତାଙ୍କ ବାପା କରୋନା ଆକ୍ରାନ୍ତ ହୋଇଛନ୍ତି। ଏହାପରେ ଛାତ୍ରୀଜଣଙ୍କୁ ଗୋଟିଏ ପାର୍ଶ୍ୱରେ ରଖାଯାଇଥିଲା। ପରୀକ୍ଷା କେନ୍ଦ୍ରର ଅଧିକାରୀମାନେ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ)ର ପ୍ରମୁଖ ଅଧିକାରୀଙ୍କ ସହ ଯୋଗାଯୋଗ କରିଥିଲେ। ଏହାପରେ ଛାତ୍ରୀଜଣଙ୍କ ପରୀକ୍ଷା ବୁଧବାର କରିବା ଲାଗି ନିଷ୍ପତ୍ତି ନିଆଯାଇଥିଲା। ଛାତ୍ରୀଙ୍କ ପରେ କରୋନା ଟେଷ୍ଟ ପାଇଁ ସେଣ୍ଟରକୁ ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?