ଟୁକୁନୀଙ୍କ ମନ୍ତବ୍ୟକୁ ନେଇ ପଦ୍ମପୁରରେ ଝଡ଼

ପଦ୍ମପୁର, ୨୮ା୪(ପ୍ରଦୀପ୍ତ ଦାଶ)ବଲାଙ୍ଗୀର ଜିଲା ଟିଟିଲାଗଡ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟକ ପ୍ରାର୍ଥତ୍ନୀ ଟୁକୁନୀ ସାହୁ ଦେଇଥିବା ମନ୍ତବ୍ୟ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହାକୁ ନେଇ ବରଗଡ଼ ଜିଲା ପଦ୍ମପୁରରେ ଝଡ଼ ସୃଷ୍ଟି ହୋଇଛି। ଉକ୍ତ ସଭାରେ ଉଦ୍‌ବୋଧନ ଦେଇ ମନ୍ତ୍ରୀ ସାହୁ ଟିଟିଲାଗଡ଼ ପରିବର୍ତ୍ତେ ପ୍ରଥମେ ଯଦି ପଦ୍ମପୁର ଜିଲା ଘୋଷଣା ହୋଇଥାନ୍ତା ତେବେ ସେ ଭାବିଥିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଯାଇ ନିଜର ଇସ୍ତଫାପତ୍ର ଦେଇଥାନ୍ତେ। ଟୁକୁନୀଙ୍କ ଏଭଳି ମନ୍ତବ୍ୟର ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବା ପରେ ଏହା ଏବେ ଭିନ୍ନ ଚର୍ଚ୍ଚା ସୃଷ୍ଟି କରିଛି। ଟୁକୁନୀଙ୍କ ଇସ୍ତଫା ଧମକ କାରଣରୁ କୁଆଡେ ପଦ୍ମପୁର ଜିଲା ଘୋଷଣା ବନ୍ଦ ହୋଇଗଲା କି ବୋଲି ଆଲୋଚନା ଆରମ୍ଭ ହୋଇଛି। ମନ୍ତ୍ରୀ ଟୁକୁନୀଙ୍କ ଇସ୍ତଫା ଧମକ ଯୋଗୁ ମୁଖ୍ୟମନ୍ତ୍ରୀ ବାଧ୍ୟହୋଇ ପଦ୍ମପୁର ଜିଲା ଘୋଷଣାକୁ ବନ୍ଦ କରିଦେଲେ କି ବୋଲି ପଦ୍ମପୁର ଲୋକେ ଆଲୋଚନା ଆରମ୍ଭ କରିଛନ୍ତି। ଗତ ପଦ୍ମପୁର ଉପନିର୍ବାଚନ ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୁବ୍‌ଶୀଘ୍ର ପଦ୍ମପୁର ଜିଲା ହେବ ବୋଲି ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏଭଳି ଘୋଷଣା ପରେ ପଦ୍ମପୁରବାସୀ ଉତ୍ସାହିତ ହୋଇ ବିଜେଡି ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ଜିତାଇଥିଲେ। ତେବେ ପରେ ବିଭିନ୍ନ କାରଣରୁ ପଦ୍ମପୁର ଜିଲା ଘୋଷଣା ହୋଇ ନ ଥିଲା। ଏବେ ନିର୍ବାଚନୀ ସଭାରେ ମନ୍ତ୍ରୀ ଟୁକୁନୀଙ୍କ ମନ୍ତବ୍ୟ ଓ ଭିଡିଓ ଭାଇରାଲ ହେବା ପରେ ଜିଲା ଗଠନ ପ୍ରସଙ୍ଗ ପୁଣି ଚର୍ଚ୍ଚାକୁ ଆସିଛି। ଏ ସଂକ୍ରାନ୍ତରେ ଶନିବାର ପଦ୍ମପୁର କ୍ରିୟାନୁଷ୍ଠାନ କମିଟି ତରଫରୁ ଆବାହକ ଅଜିତ ଶତପଥୀଙ୍କ ନେତୃତ୍ୱରେ ପଦ୍ମପୁର ବାର୍‌ ଆସୋସିଏଶନ କାର୍ଯ୍ୟାଳୟରେ ପଦ୍ମପୁରର ସମସ୍ତ ଅନୁଷ୍ଠାନକୁ ନେଇ ଏକ ବୈଠକ ହୋଇ ନିନ୍ଦା ପ୍ରସ୍ତାବ ଗୃହୀତ ହୋଇଛି। ଏହା ସହିତ ଏକ ଶୋଭାଯାତ୍ରାରେ ବାହାରି ପଦ୍ମପୁର ଭେଉଁରିଆ ଛକରେ ଟୁକୁନୀ ସାହୁଙ୍କ କୁଶପୁତ୍ତଲିକା ଦାହ କରାଯାଇଥିଲା। ଏଥିରେ ବଣିକ ସଂଘ ସଭାପତି ପ୍ରତାପ ମିଶ୍ର, ବାର୍‌ ସଭାପତି ଆନନ୍ଦ ପଣ୍ଡା, ନାଗରିକ କମିଟି ସଭାପତି ରାମଚନ୍ଦ୍ର ତ୍ରିପାଠୀ, ବ୍ରାହ୍ମଣ ସମାଜରୁ ଜୟ ନାରାୟଣ ତ୍ରିପାଠୀଙ୍କ ସମେତ ପ୍ରମୁଖ ସମସ୍ତ ଅନୁଷ୍ଠାନର କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri