Posted inଜାତୀୟ

ସମୟ ଥିଲା ଭାଜପାରେ ଥିଲେ ମମତା, ବାଜପେୟୀଙ୍କ ଏହି ଜିଦ୍‌ ଆଗରେ ହାର୍‌ ମାନି ହୋଇଥିଲେ ମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗତ ୧୦ ବର୍ଷ ଧରି ପଶ୍ଚିମବଙ୍ଗରେ କ୍ଷମତାରେ ଅଛନ୍ତି। ୨୦୧୧ରେ ବାମପନ୍ଥୀ ଦଳକୁ କ୍ଷମତାରୁ ହଟାଇ ମମତା ବାନାର୍ଜୀ ଦୁଇଥର ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ ତୁଲାଇଛନ୍ତି। ଏଥିପାଇଁ ତାଙ୍କୁ ଅନେକ ସଂଘର୍ଷ କରିବାକୁ ପଡିଥିଲା। ଏବେ ମମତାଙ୍କ ସହ ଭାଜପାର ସିଧା ଟକ୍କର ଚାଲିଛି। ଏକଦା ଦିଦି ସେହି ଦଳର ଅଂଶବିଶେଷ ଥିଲେ। କେବଳ ଏତିକି ନୁହେଁ, ସେତେବେଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ଏବଂ ମମତାଙ୍କ ମଧ୍ୟରେ ଏକ ଭଲ ସମ୍ପର୍କ ଥିଲା। ଥରେ, ବାଜପେୟୀ ଜିଙ୍କ ଜିଦ ଆଗରେ ହାର ମାନି ମମତା ମନ୍ତ୍ରୀ ହୋଇଥିଲେ।
୧୯୯୯ରେ ମମତା ଭାଜପା ନେତୃତ୍ୱାଧୀନ ନ୍ୟାଶନାଲ ଡେମୋକ୍ରାଟିକ ଆଲାଇନ୍ସ (ଏନଡିଏ)ରେ ଯୋଗ ଦେଇଥିଲେ ଏବଂ ତାଙ୍କୁ କେନ୍ଦ୍ର ରେଳ ମନ୍ତ୍ରୀ କରାଯାଇଥିଲା। ୨୦୦୧ରେ ତେହେଲ୍କା ବିବାଦ ପରେ ସେ ଏନଡିଏ ସରକାର ଛାଡି ନେଇଥିଲେ କିନ୍ତୁ ୨୦୦୪ରେ ପୁଣି ଥରେ ମିଳିତ ମେଣ୍ଟରେ ଯୋଗ ଦେଇଥିଲେ ଏବଂ କୋଇଲା ଏବଂ ଖଣି ମନ୍ତ୍ରଣାଳୟର ପଦବୀରେ ରହିଥିଲେ ଏବଂ ସେହି ବର୍ଷ ସାଧାରଣ ନିର୍ବାଚନ ପର୍ଯ୍ୟନ୍ତ ସେ ଏହି ପଦରେ ରହିଥିଲେ। ଯେତେବେଳେ ମମତା ବାନାର୍ଜୀ ରେଳମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ, ସେତେବେଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ତାଙ୍କୁ ଦିଲ୍ଲୀ ଡାକିଥିଲେ। ଏକ ସାକ୍ଷାତକାରରେ ଦିଦି ନିଜେ ଏହା ପ୍ରକାଶ କରିଛନ୍ତି। ମମତା କହିଛନ୍ତି ଯେ, ଯେତେବେଳେ ସେ ଦିଲ୍ଲୀରେ ପହଞ୍ଚିଥିଲେ ସେତେବେଳେ ଅଟଳ ବିହାରୀ ବାଜପେୟୀ ତାଙ୍କୁ ଇସ୍ତଫା ପ୍ରତ୍ୟାହାର କରିବାକୁ ଅନୁରୋଧ କରିଥିଲେ। ଅଟଳ ଜୀ ମମତାଙ୍କୁ ସରକାରରେ ରହିବାକୁ କହିଥିଲେ। ଏହା ଉପରେ ମମତା କହିଥିଲେ ଯେ, ସେ ଏହା କରିପାରିବେ ନାହିଁ। ଏଥିରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ଜି ଜିଦ ଧରିଥିଲେ। ସେ କହିଥିଲେ ଯେ ତୁମେ (ମମତା) ସରକାରକୁ ନ ଫେରିବା ପର୍ଯ୍ୟନ୍ତ ମୁଁ ଖାଇବି ନାହିଁ। ଏହାପରେ ମମତା ଅଟଳ ଜୀଙ୍କ ଜିଦ୍‌ ଆଗରେ ହାର ମାନି ମନ୍ତ୍ରୀ ପଦ ତୁଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?