Posted inଜାତୀୟ

ବିବାହ ହେବା ନୋହିଲା, ନଦୀକୁ ଖସିଲା ବରଯାତ୍ରୀ କାର୍‌, ବର ସମେତ ୯ ମୃତ…

କୋଟା, ୨୦।୨ : ରାଜସ୍ଥାନର କୋଟାରେ ରବିବାର ସକାଳେ ଚମ୍ବଲ ନଦୀରେ ଏକ ବରଯାତ୍ରୀ କାର ଖସିପଡିଛି। ଏହି ଦୁର୍ଘଟଣାରେ ବର ସମେତ ୯ ଜଣଙ୍କର ମୃତ୍ୟୁ ଘଟିଛି। କାର ବିଷୟରେ ସ୍ଥାନୀୟ ଲୋକ ତୁରନ୍ତ ପୋଲିସକୁ ସୂଚନା ଦେଇଥିଲେ। ଏହା ପରେ କ୍ରେନ ଏବଂ ଡଙ୍ଗା ସାହାଯ୍ୟରେ ଘଟଣାସ୍ଥଳରେ ପହଞ୍ଚିଥିବା ପୋଲିସ ଟିମ୍‌ କାରକୁ ନଦୀ ଭିତରୁ ଟାଣି ବାହାର କରିଥିଲେ।

କୋଟାର ନୟାପୁରା ଥାନା ଅଞ୍ଚଳରେ ଚମ୍ବଲର ଛୋଟ ପୋଲ ଉପରେ ଏହି ଦୁର୍ଘଟଣା ଘଟିଛି। ବରଯାତ୍ରୀ ବରଙ୍କ ସମେତ ଚୌଥ୍‌ର ବରଓ୍ବାଡ଼ାରୁ ଉଜ୍ଜୟନୀ ଯାଉଥିଲେ।

 

ମୃତଦେହଗୁଡ଼ିକୁ ଡାକ୍ତରଖାନାକୁ ପୋଷ୍ଟମର୍ଟମ ପାଇଁ ପଠାଇବା ସହିତ ଉଭୟ ପରିବାର ସଦସ୍ୟଙ୍କୁ ଏହି ଘଟଣା ସମ୍ପର୍କରେ ଅବଗତ କରାଯାଇଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଟୁଇଟ୍‌ କରି ଦୁଃଖ ପ୍ରକାଶ କରିଛନ୍ତି।

ଡଙ୍ଗା ଓ କ୍ରେନ ସାହାଯ୍ୟରେ ବହୁ ପରିଶ୍ରମ ପରେ ପୋଲିସ କାରଟିକୁ ବାହାର କରିଦେଇଥିଲା । ଏହା ପରେ ମୃତଦେହ ଗୁଡ଼ିକୁ ଗୋଟିଏ ପରେ ଗୋଟିଏ ଟାଣି ବାହାର କରାଯାଇଥିଲା। ସେମାନଙ୍କୁ ଉଦ୍ଧାର କରାଯିବା ବେଳକୁ ବହୁତ ଡେରି ହୋଇଯାଇଥିଲା। କାରଟି ପାଣିରେ ବୁଡ଼ି ଯାଇଥିବାରୁ ଏଥିରେ ଥିବା ସମସ୍ତ ଯାତ୍ରୀଙ୍କର ଉଦ୍ଧାର ହେବା ପୂର୍ବରୁ ମୃତ୍ୟୁ ଘଟିଥିବା ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri