Posted inଜାତୀୟ

ଜୟଲଳିତାଙ୍କ ଚିକିତ୍ସାରେ ହୋଇ ନ ଥିଲା କୌଣସି ଅବହେଳା, ବହୁ ଶାରୀରିକ ସମସ୍ୟା ଭୋଗୁଥିଲେ…

ଚେନ୍ନାଇ, ୨୧।୮ : ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ଗଠିତ ଏମ୍ସ ପ୍ୟାନେଲ ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟଲଳିତାଙ୍କ ଚିକିତ୍ସାରେ କୌଣସି ଅବହେଳା ହୋଇ ନଥିବା କହିଛନ୍ତି। ଏମ୍ସ ଡାକ୍ତରମାନେ କହିଛନ୍ତି ଯେ ଡାକ୍ତରଖାନାରେ ଭର୍ତ୍ତି ହେବା ପୂର୍ବରୁ ଜୟଲଳିତା ଡାଇବେଟିସ, ମୁଣ୍ଡ ବୁଲାଇବା, ଦେହ ହାତ ଫୁଲିଯିବା, ଚିଡ଼ିଚିଡ଼ାପଣ , ହାଇପୋଥାଇରଏଡାଇଜିମ ଏବଂ କ୍ରୋନିକ ବ୍ରୋଙ୍କାଇଟିସ ଭଳି ବହୁ ଶାରୀରିକ ସମସ୍ୟାରେ ପୀଡିତ ଥିଲେ।

ଜୟଲଳିତା ଅସୁସ୍ଥ ହେବା ପରେ ଚେନ୍ନାଇର ଆପୋଲୋ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଏଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ୩୦ ନଭେମ୍ବର ୨୦୨୧ ରେ ଜୟଲଳିତାଙ୍କ ମୃତ୍ୟୁର କାରଣ ଜାଣିବା ପାଇଁ ଜଷ୍ଟିସ ଅରୁମୁଗାସାମି କମିଶନଙ୍କୁ ସାହାଯ୍ୟ କରିବା ପାଇଁ ଏକ ୬ ଜଣିଆ ପ୍ୟାନେଲ ଗଠନ କରାଯାଇଥିଲା।

କାର୍ଡିଓଲୋଜିଷ୍ଟ ଡାକ୍ତର ସନ୍ଦୀପ ସେଠଙ୍କ ନେତୃତ୍ୱରେ ଏହି ପ୍ୟାନେଲ ଆପୋଲୋ ହସ୍ପିଟାଲର ଡାକ୍ତରୀ ରେକର୍ଡ ଯାଞ୍ଚ କରିଥିଲା। ଏହା ସହିତ ରେଡିଓଲୋଜି ସମ୍ବନ୍ଧୀୟ ଅନୁସନ୍ଧାନର ରେକର୍ଡ ମଧ୍ୟ ଖୋଜା ଯାଇଥିଲା । ପ୍ୟାନେଲ ରିପୋର୍ଟ ଅନୁଯାୟୀ, ଜୟଲଳିତା ଡାକ୍ତରଖାନାରେ ଭର୍ତ୍ତି ହେବା ପୂର୍ବରୁ ଅଙ୍ଗୁର, କେକ୍‌ ଏବଂ ମିଠା ଖାଉଥିଲେ। ଡାକ୍ତର ଶିବକୁମାର ୧୯ ସେପ୍ଟେମ୍ବର ୨୦୧୬ ରେ ଜୟଲଳିତାଙ୍କୁ ପରୀକ୍ଷା କରିଥିଲେ।

ରିପୋର୍ଟରେ କୁହାଯାଇଛି ଯେ ୨୨ ସେପ୍ଟେମ୍ବର ୨୦୧୬ରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ଆମ୍ବୁଲାନ୍ସ ଡକାଯାଇଥିଲା। ଡାକ୍ତରଖାନାରେ ଭର୍ତ୍ତି ହେବା ପୂର୍ବରୁ ଡାକ୍ତରମାନେ ଜାଣିବାକୁ ପାଇଲେ ଯେ ଜୟଲଳିତାଙ୍କର ଚେତା ନାହିଁ। ତାଙ୍କର ରକ୍ତଚାପ ଏବଂ ନାଡି ମଧ୍ୟ ଅସ୍ଥିର ଥିଲା। ତାଙ୍କୁ ମୃତ ଘୋଷଣା କରାଯାଇଥିଲା।

ପ୍ୟାନେଲର ରିପୋର୍ଟରେ କୁହାଯାଇଛି ଯେ ଜୟଜଲିତାଙ୍କର ଆପୋଲୋ ହସ୍ପିଟାଲରେ ଉପଯୁକ୍ତ ଚିକିତ୍ସା କରାଯାଉଥିଲା। ୪ ଡିସେମ୍ବର ୨୦୧୬ ରେ ସେ ହୃଦଘାତର ଶିକାର ହୋଇଥିଲେ। ଏହା ପରେ, ଡିସେମ୍ବର ୫ରେ ଆପୋଲୋ ଏବଂ ଏମ୍ସ ଡାକ୍ତରଙ୍କ ଟିମ ତାଙ୍କୁ ମୃତ ଘୋଷଣା କରିଥିଲେ।

ପରେ ତାଙ୍କ ମୃତ୍ୟୁକୁ ନେଇ ନାନା ପ୍ରଶ୍ନ ଉଠିଥିଲା। ଚିକିତ୍ସାରେ ଅବହେଳା ଯୋଗୁ ତାଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ ହେବାରୁ ସୁପ୍ରିମ୍‌କୋର୍ଟ ଏକ ପ୍ୟାନେଲ ଗଠନ କରିବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri