Posted inଜାତୀୟ

ଜୟଲଳିତାଙ୍କ ଚିକିତ୍ସାରେ ହୋଇ ନ ଥିଲା କୌଣସି ଅବହେଳା, ବହୁ ଶାରୀରିକ ସମସ୍ୟା ଭୋଗୁଥିଲେ…

ଚେନ୍ନାଇ, ୨୧।୮ : ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ଗଠିତ ଏମ୍ସ ପ୍ୟାନେଲ ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟଲଳିତାଙ୍କ ଚିକିତ୍ସାରେ କୌଣସି ଅବହେଳା ହୋଇ ନଥିବା କହିଛନ୍ତି। ଏମ୍ସ ଡାକ୍ତରମାନେ କହିଛନ୍ତି ଯେ ଡାକ୍ତରଖାନାରେ ଭର୍ତ୍ତି ହେବା ପୂର୍ବରୁ ଜୟଲଳିତା ଡାଇବେଟିସ, ମୁଣ୍ଡ ବୁଲାଇବା, ଦେହ ହାତ ଫୁଲିଯିବା, ଚିଡ଼ିଚିଡ଼ାପଣ , ହାଇପୋଥାଇରଏଡାଇଜିମ ଏବଂ କ୍ରୋନିକ ବ୍ରୋଙ୍କାଇଟିସ ଭଳି ବହୁ ଶାରୀରିକ ସମସ୍ୟାରେ ପୀଡିତ ଥିଲେ।

ଜୟଲଳିତା ଅସୁସ୍ଥ ହେବା ପରେ ଚେନ୍ନାଇର ଆପୋଲୋ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଏଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ୩୦ ନଭେମ୍ବର ୨୦୨୧ ରେ ଜୟଲଳିତାଙ୍କ ମୃତ୍ୟୁର କାରଣ ଜାଣିବା ପାଇଁ ଜଷ୍ଟିସ ଅରୁମୁଗାସାମି କମିଶନଙ୍କୁ ସାହାଯ୍ୟ କରିବା ପାଇଁ ଏକ ୬ ଜଣିଆ ପ୍ୟାନେଲ ଗଠନ କରାଯାଇଥିଲା।

କାର୍ଡିଓଲୋଜିଷ୍ଟ ଡାକ୍ତର ସନ୍ଦୀପ ସେଠଙ୍କ ନେତୃତ୍ୱରେ ଏହି ପ୍ୟାନେଲ ଆପୋଲୋ ହସ୍ପିଟାଲର ଡାକ୍ତରୀ ରେକର୍ଡ ଯାଞ୍ଚ କରିଥିଲା। ଏହା ସହିତ ରେଡିଓଲୋଜି ସମ୍ବନ୍ଧୀୟ ଅନୁସନ୍ଧାନର ରେକର୍ଡ ମଧ୍ୟ ଖୋଜା ଯାଇଥିଲା । ପ୍ୟାନେଲ ରିପୋର୍ଟ ଅନୁଯାୟୀ, ଜୟଲଳିତା ଡାକ୍ତରଖାନାରେ ଭର୍ତ୍ତି ହେବା ପୂର୍ବରୁ ଅଙ୍ଗୁର, କେକ୍‌ ଏବଂ ମିଠା ଖାଉଥିଲେ। ଡାକ୍ତର ଶିବକୁମାର ୧୯ ସେପ୍ଟେମ୍ବର ୨୦୧୬ ରେ ଜୟଲଳିତାଙ୍କୁ ପରୀକ୍ଷା କରିଥିଲେ।

ରିପୋର୍ଟରେ କୁହାଯାଇଛି ଯେ ୨୨ ସେପ୍ଟେମ୍ବର ୨୦୧୬ରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ଆମ୍ବୁଲାନ୍ସ ଡକାଯାଇଥିଲା। ଡାକ୍ତରଖାନାରେ ଭର୍ତ୍ତି ହେବା ପୂର୍ବରୁ ଡାକ୍ତରମାନେ ଜାଣିବାକୁ ପାଇଲେ ଯେ ଜୟଲଳିତାଙ୍କର ଚେତା ନାହିଁ। ତାଙ୍କର ରକ୍ତଚାପ ଏବଂ ନାଡି ମଧ୍ୟ ଅସ୍ଥିର ଥିଲା। ତାଙ୍କୁ ମୃତ ଘୋଷଣା କରାଯାଇଥିଲା।

ପ୍ୟାନେଲର ରିପୋର୍ଟରେ କୁହାଯାଇଛି ଯେ ଜୟଜଲିତାଙ୍କର ଆପୋଲୋ ହସ୍ପିଟାଲରେ ଉପଯୁକ୍ତ ଚିକିତ୍ସା କରାଯାଉଥିଲା। ୪ ଡିସେମ୍ବର ୨୦୧୬ ରେ ସେ ହୃଦଘାତର ଶିକାର ହୋଇଥିଲେ। ଏହା ପରେ, ଡିସେମ୍ବର ୫ରେ ଆପୋଲୋ ଏବଂ ଏମ୍ସ ଡାକ୍ତରଙ୍କ ଟିମ ତାଙ୍କୁ ମୃତ ଘୋଷଣା କରିଥିଲେ।

ପରେ ତାଙ୍କ ମୃତ୍ୟୁକୁ ନେଇ ନାନା ପ୍ରଶ୍ନ ଉଠିଥିଲା। ଚିକିତ୍ସାରେ ଅବହେଳା ଯୋଗୁ ତାଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ ହେବାରୁ ସୁପ୍ରିମ୍‌କୋର୍ଟ ଏକ ପ୍ୟାନେଲ ଗଠନ କରିବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri