Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କୁ ଅନ୍ୟ ବାଟ ବାଛିବାକୁ କହିଥିଲୁ

ଚଣ୍ଡିଗଡ଼,୫।୧: ଢ଼ିଲା ସୁରକ୍ଷା ବ୍ୟବସ୍ଥା ଯୋଗୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର ପଞ୍ଜାବର ଏକ ଫ୍ଲାଏଓଭରରେ ୨୦ ମିନିିଟ୍‌ ଧରି ଫଶି ରହିଥିଲା। ଏହି ଘଟଣା ଉପରେ ସନ୍ଧ୍ୟାରେ ସ୍ପଷ୍ଟି କରଣ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଚରନଜିତ ସିଂ ଚନ୍ନି।

“ବିକ୍ଷୋଭ ସ୍ଥଳଠାରୁ କିଛି ଦୂରରେ ପ୍ରଧାନମନ୍ତ୍ରୀଙ୍କ କାରକୁ ରୋକା ଯାଇଥିଲା। ବିକ୍ଷୋଭସ୍ଥଳରୁ ଆନ୍ଦୋଳନକାରୀଙ୍କୁ ଘଉଡ଼ାବା ଲାଗି ୧୦ରୁ ୨୦ ମିନିଟ୍‌ ଲାଗେ। ଏ ସମ୍ପର୍କରେ ପୂର୍ବରୁ ପିଏମ୍‌କୁ ସୂଚନା ଦିଆଯାଇଥିଲା। ତାଙ୍କୁ ଅନ୍ୟ ବାଟ ବାଛିବାକୁ ପ୍ରସ୍ତାବ ଦେଇଥିଲୁ। ସୁରକ୍ଷା ବ୍ୟବସ୍ଥାରେ କୌଣସି ପ୍ରକାର ଅଭାବ ନ ଥିଲା। କୌଣସି ଆକ୍ରମଣ ହେବାର ପରିସ୍ଥିତି ମଧ୍ୟ ନ ଥିଲା ” ବୋଲି ମୁଖ୍ୟମନ୍ତ୍ରୀ ଚନ୍ନି ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି।

ଆଜିର ଘଟଣା ପରେ କୌଣସି ଅଧିକାରୀଙ୍କୁ ସସ୍‌ପେଣ୍ଡ କରାଯିବ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ।

ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରିବା ପାଇଁ କାହିଁକି ବିମାନ ବନ୍ଦର ଗଲେ ନାହିଁ ? ଏହି ପ୍ରଶ୍ନର ଉତ୍ତର ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ମୋତେ ଭଟିଣ୍ଡାରୁ ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରିବାର ଥିଲା। କିନ୍ତୁ ମୋ ସହ ଯେଉଁମାନେ ଥିଲେ, ସେମାନଙ୍କ ରିପୋର୍ଟ ପଜିଟିଭ ଆସିଥିଲା। ସଂକ୍ରମିତଙ୍କ ସିଧାସଳଖ ସଂସ୍ପର୍ଶରେ ଆସିଥିବାରୁ ମୁଁ ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରିବାକୁ ଯାଇ ନ ଥିଲି।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନରେ ଗୋଟିଏ ପରିବାରର ଚାଲିଗଲା ୨ ଜଣଙ୍କ ଜୀବନ: କକାଙ୍କ ମୃତ୍ୟୁ ପରେ ପୁତୁରାଙ୍କ ମୃତ୍ୟୁ

ଅମରପାଲି,୧୫ା୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍‌ନୀ ରୋଗ ଏବେ ମହାମାରୀର ରୂପ ନେଇଛି। କିଛି ଦିନ ପୂର୍ବରୁ ବୀରମହାରାଜପୁର ଉପଖଣ୍ଡର ୪ ଜଣ...

ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ଥିବା ମଣିଷ ଲକ୍ଷ୍ୟ ହାସଲ ନ ହେବା ଯାଏ ଥକିଯାଏ ନାହିଁ। ସବୁ ବାଧା ଏପରିକି ସୁଯୋଗକୁ ମଧ୍ୟ ପଛକରି ସେଠାରେ ପହଞ୍ଚିଯାଆନ୍ତି...

ଡଙ୍ଗରୁଣୀର ବାଟରେ ପ୍ରାଥମିକ ଶିକ୍ଷା

ଆମ୍ବଗଛ ଭିତରୁ ଧୀରେ ଧୀରେ ଶୀତୁଆ ଖରା ପିଲାଙ୍କ ଉପରେ ଅଣେଇହୋଇ ଆସୁଥାଏ। ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ର ନିର୍ଗୁଣ୍ଡି ଗାଆଁ। ଗାଆଁ ଭିତରୁ ପବନ...

ଜିଜ୍ଞାସାର ମହାଯଜ୍ଞ

ସ୍ତକଟିଏ ପ୍ରକାଶ ପାଇଲେ ପୁସ୍ତକର ସ୍ରଷ୍ଟା ଚାହେଁ ତା’ର ବହୁଳ ପ୍ରସାରଣ। କାରଣ ବହି ଖାଲି ଲେଖିଦେଲେ ହେବନି, ତାହା ପଢ଼ାଯିବା ଦରକାର। ପଢ଼ିବା ପାଇଁଁ...

ବଣ୍ଡାଇ

ଅଷ୍ଟ୍ରେଲିଆର ବେଳାଭୂମିରେ ୧୪ ଡିସେମ୍ବରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୯ ଜଣ ଆହତ ହୋଇଛନ୍ତି। ଗୁଳି ଚଳାଇଥିବା ତିନି...

ଏଆଇରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର

ନ୍ୟୁୟର୍କ,୧୫।୧୨: କୃତ୍ରିମ ବୁଦ୍ଧମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) କ୍ଷେତ୍ରରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର ବିବେଚିତ ହୋଇଛି। ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟଳୟ ପକ୍ଷରୁ...

କଂଗ୍ରେସରୁ ବିଦା ହେଲେ ମୋକିମ

ଭୁବନେଶ୍ୱର,୧୫ା୧୨: ପୂର୍ବତନ ବିଧାୟକ ମହମ୍ମଦ ମୋକିମ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହୋଇଛନ୍ତି।...

‘ଭାଜପା ଡିଏନ୍‌ଏରେ ଭୋଟ୍‌ ଚୋରି’

ନୂଆଦିଲ୍ଲୀ,୧୫ା୧୨(ପି.ଟି.); ଭାଜପାର ଡିଏନ୍‌ଏରେ ‘ଭୋଟ ଚୋରି’ ପ୍ରବୃତ୍ତି ରହିଛି। କଂଗ୍ରେସ ସତ୍ୟ ସହ ଛିଡ଼ା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri