ଦିନକରେ ପଡ଼ିଲା ୨୮ ନାମାଙ୍କନ

ଢେଙ୍କାନାଳ ଅଫିସ, ୭।୩ – ଢେଙ୍କାନାଳ ପୌର ନିର୍ବାଚନ ପାଇଁ ନାମାଙ୍କନ ଦାଖଲର ୫ମ ଦିନରେ ରବିବାର ୨୮ ପ୍ରାର୍ଥତ୍ପତ୍ର ଦାଖଲ ହୋଇଛି। ନାମାଙ୍କନ ଦାଖଲକୁ ନେଇ ପ୍ରାର୍ଥୀଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ଦେଖିବାକୁ ମିଳିଥିଲା। ପ୍ରାର୍ଥୀମାନେ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ଆସିଥିବାବେଳେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ଲୋକାରଣ୍ୟ ହୋଇଉଠିଥିଲା। ଆମ୍‌ ଆଦ୍‌ମୀ ପାର୍ଟିର ନଗରପାଳ ପ୍ରାର୍ଥୀ ସୋନାଲି ରାଉତ ଦଳର ଆବାହକ ପଙ୍କଜ ନାୟକଙ୍କ ଉପସ୍ଥିତିରେ ନାମାଙ୍କନ ଭରିଥିଲେ। ସେହିପରି ଭାଜପା ନଗରପାଳ ପ୍ରାର୍ଥୀ ଜୟନ୍ତୀ ପାତ୍ର ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହ ଆସି ପ୍ରାର୍ଥିପତ୍ର ଦାଖଲ କରିଥିଲେ। ଜିଲା ଭାଜପା ସଭାପତି ନରେଶ ଚନ୍ଦ୍ର ମହାପାତ୍ର, ବରିଷ୍ଠ ନେତା ରୁଦ୍ରନାରାୟଣ ପାଣି, କୃଷ୍ଣଚନ୍ଦ୍ର ପାତ୍ର, ସୁନୀଲ ଶର୍ମା, ରାମଚନ୍ଦ୍ର ପାତ୍ର, ନବକିଶୋର ଗୁରୁ, ମାତୃପ୍ରସାଦ ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ। ଏହାକୁ ବାଦ୍‌ଦେଲେ ବିଜେଡି, ଭାଜପା ଏବଂ ଏଏପି ପକ୍ଷରୁ ଦଳୀୟ କାଉନ୍‌ସିଲର ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିଛନ୍ତି। ୧, ୪, ୯, ୧୧, ୧୨, ୨୦ ଏବଂ ୨୨ନଂ. ୱାର୍ଡରୁ ଜଣେ ଲେଖାଏ, ୧୦, ୧୪, ୧୬ନଂ. ଓ୍ବାର୍ଡରୁ ୨ ଜଣ ଲେଖାଏ, ୧୩, ୧୫, ୧୭, ୧୯ ଏବଂ ୨୧ନଂ. ଓ୍ବାର୍ଡରୁ ୩ଜଣ ଲେଖାଏ ପ୍ରାର୍ଥତ୍ପତ୍ର ଦାଖଲ କରିଥିବା ଉପଜିଲାପାଳଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି ।
ସୋମବାର ପ୍ରାର୍ଥତ୍ପତ୍ର ଦାଖଲ ପ୍ରକ୍ରିୟାର ଅନ୍ତିମ ଦିବସ ରହିଥିବାବେଳେ ବିଜେଡି ନଗରପାଳ ପଦବୀ ପ୍ରାର୍ଥୀ ଘୋଷଣା ଉପରେ ସମସ୍ତଙ୍କ ନଜର ରହିଛି। ୯ ତାରିଖରେ ଯାଞ୍ଚ ଏବଂ ୧୪ ତାରିଖରେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ସହ ଚୂଡ଼ାନ୍ତ ତାଲିକା ପ୍ରକାଶିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

ଦୁର୍ଘଟଣାରେ ଶ୍ୱଶୁର ମୃତ, ଜ୍ୱାଇଁ ଗୁରୁତର

ଭେଡ଼େନ,୨୮।୩ (ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଭେଡ଼େନ-ରେମଣ୍ଡା ରାସ୍ତାର ଅପାମରା ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇାକ୍‌...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ସୁଧାଂଶୁଙ୍କୁ ଗୁରୁଦାୟିତ୍ୱ ଦେଲା କଂଗ୍ରେସ

ରୂପସା,୨୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ଓ ମୁଖ୍ୟ ମୁଖପାତ୍ର ସୁଧାଂଶୁ ଶେଖର ଜେନାଙ୍କୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭଦ୍ରକ...

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା...

ଗୋପାଳପୁର ଚିନ୍ତାରେ ବିଜେଡି: ପ୍ରଦୀପଙ୍କ ପଛେ ପଛେ ଭାଜପାରେ ସାମିଲ ହେଉଛନ୍ତି କର୍ମୀ

ଗୋପାଳପୁର,୨୮।୩(ନବୀନ ରାଜ ଆଚାରୀ): ସାଧାରଣ ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ରାଜନୀତି ତାତି ସେତେ ବଢୁଛି। ଗୁରୁବାର ଗୋପାଳପୁର ନିର୍ବାଚନ ମଣ୍ଡଳୀ ଗୋଳନ୍ଥରା ସ୍ଥିତ...

କଟକରେ ହେବ ବଡ଼ ଲଢେଇ, ମୁହାଁମୁହିଁ ହୋଇପାରନ୍ତି ଭର୍ତ୍ତୃହରି-ସଂତୃପ୍ତ

ଭୁବନେଶ୍ୱର,୨୮।୩: ଆସନ୍ତା ସାଧାରଣ ନିର୍ବାଚନରେ ଭାଜପାର ଭର୍ତ୍ତୃହରି ମହତାବ ଏବଂ ବିଜେଡିର ସଂତୃପ୍ତ ମିଶ୍ରଙ୍କ ମଧ୍ୟରେ କଟକ ଲୋକ ସଭା ଆସନରୁ ଦେଖିବାକୁ ମିଳିପାରେ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri