ଦିନକରେ ପଡ଼ିଲା ୨୮ ନାମାଙ୍କନ

ଢେଙ୍କାନାଳ ଅଫିସ, ୭।୩ – ଢେଙ୍କାନାଳ ପୌର ନିର୍ବାଚନ ପାଇଁ ନାମାଙ୍କନ ଦାଖଲର ୫ମ ଦିନରେ ରବିବାର ୨୮ ପ୍ରାର୍ଥତ୍ପତ୍ର ଦାଖଲ ହୋଇଛି। ନାମାଙ୍କନ ଦାଖଲକୁ ନେଇ ପ୍ରାର୍ଥୀଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ଦେଖିବାକୁ ମିଳିଥିଲା। ପ୍ରାର୍ଥୀମାନେ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ଆସିଥିବାବେଳେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ଲୋକାରଣ୍ୟ ହୋଇଉଠିଥିଲା। ଆମ୍‌ ଆଦ୍‌ମୀ ପାର୍ଟିର ନଗରପାଳ ପ୍ରାର୍ଥୀ ସୋନାଲି ରାଉତ ଦଳର ଆବାହକ ପଙ୍କଜ ନାୟକଙ୍କ ଉପସ୍ଥିତିରେ ନାମାଙ୍କନ ଭରିଥିଲେ। ସେହିପରି ଭାଜପା ନଗରପାଳ ପ୍ରାର୍ଥୀ ଜୟନ୍ତୀ ପାତ୍ର ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହ ଆସି ପ୍ରାର୍ଥିପତ୍ର ଦାଖଲ କରିଥିଲେ। ଜିଲା ଭାଜପା ସଭାପତି ନରେଶ ଚନ୍ଦ୍ର ମହାପାତ୍ର, ବରିଷ୍ଠ ନେତା ରୁଦ୍ରନାରାୟଣ ପାଣି, କୃଷ୍ଣଚନ୍ଦ୍ର ପାତ୍ର, ସୁନୀଲ ଶର୍ମା, ରାମଚନ୍ଦ୍ର ପାତ୍ର, ନବକିଶୋର ଗୁରୁ, ମାତୃପ୍ରସାଦ ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ। ଏହାକୁ ବାଦ୍‌ଦେଲେ ବିଜେଡି, ଭାଜପା ଏବଂ ଏଏପି ପକ୍ଷରୁ ଦଳୀୟ କାଉନ୍‌ସିଲର ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିଛନ୍ତି। ୧, ୪, ୯, ୧୧, ୧୨, ୨୦ ଏବଂ ୨୨ନଂ. ୱାର୍ଡରୁ ଜଣେ ଲେଖାଏ, ୧୦, ୧୪, ୧୬ନଂ. ଓ୍ବାର୍ଡରୁ ୨ ଜଣ ଲେଖାଏ, ୧୩, ୧୫, ୧୭, ୧୯ ଏବଂ ୨୧ନଂ. ଓ୍ବାର୍ଡରୁ ୩ଜଣ ଲେଖାଏ ପ୍ରାର୍ଥତ୍ପତ୍ର ଦାଖଲ କରିଥିବା ଉପଜିଲାପାଳଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି ।
ସୋମବାର ପ୍ରାର୍ଥତ୍ପତ୍ର ଦାଖଲ ପ୍ରକ୍ରିୟାର ଅନ୍ତିମ ଦିବସ ରହିଥିବାବେଳେ ବିଜେଡି ନଗରପାଳ ପଦବୀ ପ୍ରାର୍ଥୀ ଘୋଷଣା ଉପରେ ସମସ୍ତଙ୍କ ନଜର ରହିଛି। ୯ ତାରିଖରେ ଯାଞ୍ଚ ଏବଂ ୧୪ ତାରିଖରେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ସହ ଚୂଡ଼ାନ୍ତ ତାଲିକା ପ୍ରକାଶିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri