Posted inଜାତୀୟ

ଲକ୍‌ଡାଉନ୍‌ରେ ୩୦ ହଜାର ଖାଦ୍ୟ ଶିବିର ହୋଇଥିଲା ସ୍ଥାପିତ, ୨୦୨୦-୨୧ ରିପୋର୍ଟ…

ନୂଆଦିଲ୍ଲୀ, ୨୭।୪ : କରୋନା ମହାମାରୀ ସମୟରେ ଦେଶରେ ଜାରି ହୋଇଥିବା ଲକ୍‌ଡାଉନ୍‌ ସମୟରେ ପ୍ରବାସୀଙ୍କ ପାଇଁ ବିଭିନ୍ନ ସୁବିଧା କରାଯାଇଥିବା ନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ରିପୋର୍ଟ ୨୦୨୦-୨୧ରେ ଉଲ୍ଲେଖ କରାଯାଇଛି। ୧୭ ଲକ୍ଷ ଶ୍ରମିକ ସେମାନଙ୍କ ମାଲିକମାନଙ୍କ ସହିତ ଶିଳ୍ପାଞ୍ଚଳରେ ରହୁଥିଲେ ଯେଉଁଠାରେ ସେମାନଙ୍କୁ ଆଶ୍ରୟ ଏବଂ ଖାଦ୍ୟ ଯୋଗାଇ ଦିଆଯାଉଥିଲ।

୨୯ ଏପ୍ରିଲ ୨୦୨୦ରେ ଅଟକି ରହିଥିବା ପ୍ରବାସୀ ଶ୍ରମିକ ଏବଂ ଅନ୍ୟ ଲୋକଙ୍କୁ ବସ ଯୋଗେ ନିଜ ଘରକୁ ପଠାଯିବା ପାଇଁ ଏକ ନିର୍ଦ୍ଦେଶ ଜାରି କରାଯାଇଥିଲା। ୧ ମଇ ୨୦୨୦ ରେ, ସ୍ବତନ୍ତ୍ର ଶ୍ରମିକ ଟ୍ରେନ ଗୁଡିକ ଅଟକି ରହିଥିବା ଲୋକଙ୍କୁ ନେବାକାର୍ଯ୍ୟରେ ନିୟୋଜିତ ହୋଇଥିଲା। ଫଳରେ ଶ୍ରମିକ ମାନେ ନିଜ ନିଜ ଗନ୍ତବ୍ୟ ସ୍ଥଳକୁ ଯାଇପାରିଥିଲେ।

୨୫ ମାର୍ଚ୍ଚ ୨୦୨୦ ରୁ ୩୧ ଡିସେମ୍ବର ୨୦୨୦ ମଧ୍ୟରେ ଗୃହ ମନ୍ତ୍ରଣାଳୟର କଣ୍ଟ୍ରୋଲ ରୁମରେ ମୋଟ ୧୩୦୩୪ କଲର ସମାଧାନ କରାଯାଇଥିଲା। ସେଥିମଧ୍ୟରୁ ୮୫୪ ଟି କଲ ଜରୁରୀ ସାମଗ୍ରୀ ଏବଂ ସେବା ସହିତ ଜଡିତ ଥିଲା। ୧୧୩୭୭ କଲ ଖାଦ୍ୟ ଏବଂ ଆଶ୍ରୟ ସହିତ ଜଡିତ ଥିଲା। ୧୨୯ ଟି କଲ ଉତ୍ତର ପୂର୍ବାଞ୍ଚଳ ରାଜ୍ୟ ସହିତ ଜଡିତ ଥିଲା ଏବଂ ଅନ୍ୟାନ୍ୟ ସମସ୍ୟା ପାଇଁ ୭୪୨ ଟି କଲ ଆସିଥିଲା ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି।
୨ ମଇ ୨୦୨୦ ରୁ ୩୧ ଡିସେମ୍ବର ୨୦୨୦ପର୍ଯ୍ୟନ୍ତ ଶ୍ରମିକ ସ୍ପେଶାଲ ଟ୍ରେନରେ ଚଳପ୍ରଚଳ ସମ୍ପର୍କରେ ସମୁଦାୟ ୩୨୯୪୬ କଲ ଗ୍ରହଣ କରାଯାଇଥିଲା।

ସେଥିମଧ୍ୟରେ ୨୭୧୨୧୯ କଲ୍‌ ଶ୍ରମିକଙ୍କ ପାଇଁ ୫୩୮୮ ଛାତ୍ରୀଛାତ୍ରଙ୍କ ପାଇଁ ୧୫୩୯ କଲ୍‌ ପର୍ଯ୍ୟଟକଙ୍କର ଥିବାବେଳେ ଅନ୍ୟ ବ୍ୟକ୍ତିଙ୍କ ପାଇଁ ୧୭୦୫୨ ଟି କଲ୍‌ ଥିଲା। ଏଥିସହ, ଯେଉଁମାନେ ବିଦେଶରୁ ଭାରତ ଆସିବାକୁ ଚାହୁଁଥିଲେ ସେମାନଙ୍କଠାରୁ ୨୯୬ ଟି କଲ ଗ୍ରହଣ କରାଯାଇଥିଲା ଏବଂ ଯେଉଁମାନେ ଭାରତରୁ ବିଦେଶ ଭ୍ରମଣ କରିବାକୁ ଚାହୁଁଥିଲେ ସେମାନଙ୍କଠାରୁ ୨୬୫ ଟି କଲ ଗ୍ରହଣ କରାଯାଇଥିଲା। ଏହି କାରଣରୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର କଣ୍ଟ୍ରୋଲ ରୁମ ଏବଂ ଆଞ୍ଚଳିକ ଅଧିକାରୀମାନେ ପରିସ୍ଥିତିକୁ ପ୍ରଭାବଶାଳୀ ଭାବରେ ନିୟନ୍ତ୍ରଣ କରିଥିଲେ ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?