୨ ବର୍ଷରେ ଇବ୍‌ ନଦୀ ଉପରେ ହେବ ୨ ବ୍ୟାରେଜ

ଭୁବନେଶ୍ୱର,୧୧ା୧(ବ୍ୟୁରୋ)”ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ସୁନ୍ଦରଗଡ଼ ସଦର ବ୍ଲକ୍‌ ଅନ୍ତର୍ଗତ କୋପସିଙ୍ଗା ଓ କୁଡ଼ାବଙ୍ଗାଠାରେ ୪୯୩ କୋଟି ଟଙ୍କା ବ୍ୟୟ ଅଟକଳରେ ଇବ୍‌ ନଦୀ ଉପରେ ନିର୍ମାଣ ହେବାକୁ ଥିବା ୨ଟି ବ୍ୟାରେଜର ଶିଳାନ୍ୟାସ କରିଛନ୍ତି। ଏହି ପ୍ରକଳ୍ପ କାର୍ଯ୍ୟ ଆସନ୍ତା ୨ ବର୍ଷରେ ସରିଯିବ। ଏହାଦ୍ବାରା ସୁନ୍ଦରଗଡ଼ ମ୍ୟୁନିସିପାଲିଟି, ସୁନ୍ଦରଗଡ଼ ସଦର ବ୍ଲକ୍‌, ଲେଫ୍ରିପଡ଼ା, ବାଲିଶଙ୍କରା ଓ ଟାଙ୍ଗରପାଲି ଆଦି ବ୍ଲକ୍‌ର ୪୭ ହଜାର ଲୋକ ଉପକୃତ ହେବେ। ଏହାସହ ୪୮୮ ହେକ୍ଟର ଜମିକୁ ଜଳସେଚନ ସୁବିଧା ମିଳିପାରିବ। ଉପରୋକ୍ତ ବ୍ଲକ୍‌ଗୁଡ଼ିକରେ ଘରେ ଘରେ ପାନୀୟଜଳ ଯୋଗାଣ ସୁବିଧା ମିଳିବା ସହ ମତ୍ସ୍ୟଜୀବୀମାନେ ଏହି ବ୍ୟାରେଜରେ ମାଛଚାଷ କରି ଜୀବିକା ଉପାର୍ଜନ କରିପାରିବେ।
ଏହି ୨ ବ୍ୟାରେଜ ଉପରେ ବ୍ରିଜ୍‌ କରାଯାଉଥିବାରୁ ଲେଫ୍ରିପଡ଼ା ଓ ଟାଙ୍ଗରପାଲ୍ଲୀ ବ୍ଲକ୍‌ର ଲୋକମାନେ ରାଉରକେଲା ସହ ସିଧାସଳଖ ଯୋଗାଯୋଗ କରିପାରିବେ। ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଜଳ ସମସ୍ୟାର ସମାଧାନ ପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ କନ୍‌ଷ୍ଟ୍ରକ୍ସନ ଅଫ୍‌ ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ ଷ୍ଟ୍ରକ୍ଚର ଯୋଜନା ଆରମ୍ଭ କରିଛନ୍ତି। ଏଥିପାଇଁ ୧୧,୭୦୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ରାଜ୍ୟର ବିଭିନ୍ନ ନଦୀ ସ୍ରୋତର ୩୦ ସ୍ଥାନରେ ଏହି ବ୍ୟାରେଜ ନିର୍ମାଣ କରାଯିବ। ଫଳରେ ଚାଷୀ ଜମିକୁ ସବୁଦିନ ପାଇଁ ପାଣି ପାଇପାରିବ। ଭୂତଳ ଜଳସ୍ତର ଠିକ୍‌ ରହିବ। ଆଖପାଖ ଗଁାଗୁଡ଼ିକରେ ବିଶୁଦ୍ଧ ପାଇପପାଣି ଯୋଗାଣ ହୋଇପାରିବ। ସୁନ୍ଦରଗଡ଼ରେ ଆରମ୍ଭ ହୋଇଥିବା ୨ ପ୍ରକଳ୍ପ ଏହି ଯୋଜନାର ଅଂଶବିଶେଷ ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ସୁନ୍ଦରଗଡ଼ ହେଉଛି ଓଡ଼ିଶା ବିକାଶର ବତିଘର। ରାଉରକେଲା ସହର, ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ ଓ ରାଉରକେଲାରେ ଏନ୍‌ଆଇଟି ଓଡ଼ିଶାର ଗୌରବ ବୃଦ୍ଧି କରିଛି। ଏହି ୩ଟି ଯାକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପରେ ବିଜୁ ପଟ୍ଟନାୟକଙ୍କ ସ୍ମୃତି ଜଡ଼ିତ। ସୁନ୍ଦରଗଡ଼ ସାରା ଦେଶକୁ ବହୁ କିଛି ଦେଇଛି। ସୁନ୍ଦରଗଡ଼ର କୋଇଲା ଦେଶକୁ ଶକ୍ତି ଯୋଗାଉଛି। ଏଠାରେ ଏସିଆର ସବୁଠୁ ବଡ଼ ହକି ଷ୍ଟାଡିୟମ ହେବାକୁ ଯାଉଛି। ସୁନ୍ଦରଗଡ଼ର ହକି ଖେଳାଳିମାନେ ଦେଶ ପାଇଁ ଗୌରବ ଆଣିଛନ୍ତି ଓ ଗର୍ବିତ କରିଛନ୍ତି। ତେଣୁ ସୁନ୍ଦରଗଡ଼ରେ ଏମ୍ସ ସୁନ୍ଦରଗଡ଼ବାସୀଙ୍କ ହକ୍‌ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସୁନ୍ଦରଗଡ଼ରେ ୫-ଟି ସ୍କୁଲ ଟ୍ରାନ୍ସଫର୍ମେଶନଠାରୁ ଆରମ୍ଭକରି ମିଶନ ଶକ୍ତି ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମର ସଫଳ କାର୍ଯ୍ୟକାରିତା ପାଇଁ ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିଛନ୍ତି। ଜିଲାର ବହୁ ଲୋକ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡର ସୁଯୋଗ ନେଇ ଉନ୍ନତ ଚିକିତ୍ସା ସୁବିଧା ପାଉଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଛନ୍ତି। ରାଜ୍ୟ ସରକାରଙ୍କ ବିଭିନ୍ନ ବିକାଶ ଓ କଲ୍ୟାଣ କାର୍ଯ୍ୟକ୍ରମର ସୁଯୋଗ ନେଇ ନୂଆ ଓଡ଼ିଶା ଗଠନରେ ନିଜ ନିଜର ଅବଦାନ ରଖିବା ପାଇଁ ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଜଣାଇଛନ୍ତି। କାର୍ଯ୍ୟକ୍ରମରେ ଯୋଗଦେଇ ବିଧାୟକ ସାରଦା ନାୟକ କହିଛନ୍ତି, ଜିଲାର ବିଭିନ୍ନ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଯେଭଳି ପଦକ୍ଷେପ ନେଇଛନ୍ତି, ସେଥିପାଇଁ ତାଙ୍କୁ ଧନ୍ୟବାଦ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri