୨ ବର୍ଷରେ ଇବ୍‌ ନଦୀ ଉପରେ ହେବ ୨ ବ୍ୟାରେଜ

ଭୁବନେଶ୍ୱର,୧୧ା୧(ବ୍ୟୁରୋ)”ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ସୁନ୍ଦରଗଡ଼ ସଦର ବ୍ଲକ୍‌ ଅନ୍ତର୍ଗତ କୋପସିଙ୍ଗା ଓ କୁଡ଼ାବଙ୍ଗାଠାରେ ୪୯୩ କୋଟି ଟଙ୍କା ବ୍ୟୟ ଅଟକଳରେ ଇବ୍‌ ନଦୀ ଉପରେ ନିର୍ମାଣ ହେବାକୁ ଥିବା ୨ଟି ବ୍ୟାରେଜର ଶିଳାନ୍ୟାସ କରିଛନ୍ତି। ଏହି ପ୍ରକଳ୍ପ କାର୍ଯ୍ୟ ଆସନ୍ତା ୨ ବର୍ଷରେ ସରିଯିବ। ଏହାଦ୍ବାରା ସୁନ୍ଦରଗଡ଼ ମ୍ୟୁନିସିପାଲିଟି, ସୁନ୍ଦରଗଡ଼ ସଦର ବ୍ଲକ୍‌, ଲେଫ୍ରିପଡ଼ା, ବାଲିଶଙ୍କରା ଓ ଟାଙ୍ଗରପାଲି ଆଦି ବ୍ଲକ୍‌ର ୪୭ ହଜାର ଲୋକ ଉପକୃତ ହେବେ। ଏହାସହ ୪୮୮ ହେକ୍ଟର ଜମିକୁ ଜଳସେଚନ ସୁବିଧା ମିଳିପାରିବ। ଉପରୋକ୍ତ ବ୍ଲକ୍‌ଗୁଡ଼ିକରେ ଘରେ ଘରେ ପାନୀୟଜଳ ଯୋଗାଣ ସୁବିଧା ମିଳିବା ସହ ମତ୍ସ୍ୟଜୀବୀମାନେ ଏହି ବ୍ୟାରେଜରେ ମାଛଚାଷ କରି ଜୀବିକା ଉପାର୍ଜନ କରିପାରିବେ।
ଏହି ୨ ବ୍ୟାରେଜ ଉପରେ ବ୍ରିଜ୍‌ କରାଯାଉଥିବାରୁ ଲେଫ୍ରିପଡ଼ା ଓ ଟାଙ୍ଗରପାଲ୍ଲୀ ବ୍ଲକ୍‌ର ଲୋକମାନେ ରାଉରକେଲା ସହ ସିଧାସଳଖ ଯୋଗାଯୋଗ କରିପାରିବେ। ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଜଳ ସମସ୍ୟାର ସମାଧାନ ପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ କନ୍‌ଷ୍ଟ୍ରକ୍ସନ ଅଫ୍‌ ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ ଷ୍ଟ୍ରକ୍ଚର ଯୋଜନା ଆରମ୍ଭ କରିଛନ୍ତି। ଏଥିପାଇଁ ୧୧,୭୦୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ରାଜ୍ୟର ବିଭିନ୍ନ ନଦୀ ସ୍ରୋତର ୩୦ ସ୍ଥାନରେ ଏହି ବ୍ୟାରେଜ ନିର୍ମାଣ କରାଯିବ। ଫଳରେ ଚାଷୀ ଜମିକୁ ସବୁଦିନ ପାଇଁ ପାଣି ପାଇପାରିବ। ଭୂତଳ ଜଳସ୍ତର ଠିକ୍‌ ରହିବ। ଆଖପାଖ ଗଁାଗୁଡ଼ିକରେ ବିଶୁଦ୍ଧ ପାଇପପାଣି ଯୋଗାଣ ହୋଇପାରିବ। ସୁନ୍ଦରଗଡ଼ରେ ଆରମ୍ଭ ହୋଇଥିବା ୨ ପ୍ରକଳ୍ପ ଏହି ଯୋଜନାର ଅଂଶବିଶେଷ ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ସୁନ୍ଦରଗଡ଼ ହେଉଛି ଓଡ଼ିଶା ବିକାଶର ବତିଘର। ରାଉରକେଲା ସହର, ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ ଓ ରାଉରକେଲାରେ ଏନ୍‌ଆଇଟି ଓଡ଼ିଶାର ଗୌରବ ବୃଦ୍ଧି କରିଛି। ଏହି ୩ଟି ଯାକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପରେ ବିଜୁ ପଟ୍ଟନାୟକଙ୍କ ସ୍ମୃତି ଜଡ଼ିତ। ସୁନ୍ଦରଗଡ଼ ସାରା ଦେଶକୁ ବହୁ କିଛି ଦେଇଛି। ସୁନ୍ଦରଗଡ଼ର କୋଇଲା ଦେଶକୁ ଶକ୍ତି ଯୋଗାଉଛି। ଏଠାରେ ଏସିଆର ସବୁଠୁ ବଡ଼ ହକି ଷ୍ଟାଡିୟମ ହେବାକୁ ଯାଉଛି। ସୁନ୍ଦରଗଡ଼ର ହକି ଖେଳାଳିମାନେ ଦେଶ ପାଇଁ ଗୌରବ ଆଣିଛନ୍ତି ଓ ଗର୍ବିତ କରିଛନ୍ତି। ତେଣୁ ସୁନ୍ଦରଗଡ଼ରେ ଏମ୍ସ ସୁନ୍ଦରଗଡ଼ବାସୀଙ୍କ ହକ୍‌ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସୁନ୍ଦରଗଡ଼ରେ ୫-ଟି ସ୍କୁଲ ଟ୍ରାନ୍ସଫର୍ମେଶନଠାରୁ ଆରମ୍ଭକରି ମିଶନ ଶକ୍ତି ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମର ସଫଳ କାର୍ଯ୍ୟକାରିତା ପାଇଁ ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିଛନ୍ତି। ଜିଲାର ବହୁ ଲୋକ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡର ସୁଯୋଗ ନେଇ ଉନ୍ନତ ଚିକିତ୍ସା ସୁବିଧା ପାଉଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଛନ୍ତି। ରାଜ୍ୟ ସରକାରଙ୍କ ବିଭିନ୍ନ ବିକାଶ ଓ କଲ୍ୟାଣ କାର୍ଯ୍ୟକ୍ରମର ସୁଯୋଗ ନେଇ ନୂଆ ଓଡ଼ିଶା ଗଠନରେ ନିଜ ନିଜର ଅବଦାନ ରଖିବା ପାଇଁ ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଜଣାଇଛନ୍ତି। କାର୍ଯ୍ୟକ୍ରମରେ ଯୋଗଦେଇ ବିଧାୟକ ସାରଦା ନାୟକ କହିଛନ୍ତି, ଜିଲାର ବିଭିନ୍ନ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଯେଭଳି ପଦକ୍ଷେପ ନେଇଛନ୍ତି, ସେଥିପାଇଁ ତାଙ୍କୁ ଧନ୍ୟବାଦ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?