ପ୍ରତି ବ୍ଲକରେ ହେବ ୨ ଶୀତଳ ଭଣ୍ଡାର

ଢେଙ୍କାନାଳ ଅଫିସ,୫।୧: ଢେଙ୍କାନାଳ ଜିଲା ପରିଷଦର ୪ର୍ଥ ସାଧାରଣ ବୈଠକ ବୁଧବାର ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ପରିଷଦ ସଭାପତି ଅର୍ଚ୍ଚନା ପୁହାଣ ଅଧ୍ୟକ୍ଷତା କରିଥିଲେ। ବୈଠକରେ ଖଣି, ଇସ୍ପାତ ଓ ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ଢେଙ୍କାନାଳ ବିଧାୟକ ସୁଧୀର କୁମାର ସାମଲ, ପରଜଙ୍ଗ ବିଧାୟକ ନୃସିଂହ ଚରଣ ସାହୁ, ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ ଓ ଜିଲା ପରିଷଦ ଉପସଭାପତି ବିଳାସିନୀ ସେଠୀ ପ୍ରମୁଖ ଯୋଗଦେଇ ଜିଲାର ସର୍ବାଙ୍ଗୀନ ଉନ୍ନତି କରି ଜିଲାକୁ ରାଜ୍ୟରେ ୧ନଂ. କରିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ।

ଢେଙ୍କାନାଳ ଜିଲାର ଚାଷୀମାନେ ସୁବିଧାରେ ଯେପରି ଅଧିକ ପରିମାଣରେ ଧାନ ବିକ୍ରି କରିପାରିବେ, ସେ ନେଇ ବ୍ୟବସ୍ଥା କରିବାକୁ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା। ଜିଲାରେ ଉପତ୍ାଦିତ ପରିବା ଓ ଅନ୍ୟ ଫସଲକୁ ସୁରକ୍ଷିତ ରଖିବା ପାଇଁ ପ୍ରତ୍ୟେକ ବ୍ଲକରେ ୨ଟି ଲେଖାଏ ଶୀତଳ ଭଣ୍ଡାର ନିର୍ମାଣ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଥିଲା। ବିଭିନ୍ନ ଶିକ୍ଷାନୁଷ୍ଠାନ, ଛାତ୍ରାବାସ ଓ ଅଙ୍ଗନୱାଡି କେନ୍ଦ୍ରରେ ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ ପ୍ରତି ବିଶେଷ ଦୃଷ୍ଟି ଦେବାକୁ ବିଭାଗୀୟ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଗ୍ରାମାଞ୍ଚଳରେ ଆବଶ୍ୟକ ହେଉଥିବା ବିଭିନ୍ନ ପ୍ରକଳ୍ପକୁ ପଲ୍ଲିସଭାରେ ଅନୁମୋଦନ କରାଇ କାର୍ଯ୍ୟ କରିବା ଏବଂ କୌଣସି ପ୍ରକାର ଉନ୍ନୟନମୂଳକ ପ୍ରକଳ୍ପ ଅଧାରୁ ବନ୍ଦ ନ କରିବା ପାଇଁ ପରାମର୍ଶ ଦିଆଯାଇଥିଲା। ବିଶେଷକରି ଜିଲାରେ ଥିବା ଅପହଞ୍ଚ ଓ ଅନୁନ୍ନତ ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କ ପାଇଁ ଆବଶ୍ୟକ ହେଉଥିବା ବିଭିନ୍ନ ପ୍ରକଳ୍ପ ନିର୍ମାଣ ନିମନ୍ତେ ପ୍ରସ୍ତାବ ଦେବାକୁ ଜିଲା ପରିଷଦ ସଭ୍ୟାସଭ୍ୟ ଓ ପଞ୍ଚାୟତ ସମିତି ଅଧ୍ୟକ୍ଷା ଓ ଅଧ୍ୟକ୍ଷାମାନଙ୍କୁ ଅନୁରୋଧ କରାଯାଇଥିଲା। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ବିଜୁ ପକ୍କାଘର ଯୋଜନାରେ ଯେପରି ଯୋଗ୍ୟ ହିତାଧିକାରୀ ଘର ପାଇବେ ସେଥିପ୍ରତି ଦୃଷ୍ଟି ଦେବାକୁ କୁହାଯାଇଥିଲା। ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ଜିଲାରେ ସମୁଦାୟ ୫ଲକ୍ଷ ୭୫ହଜାର ୬୮୧ଜଣଙ୍କୁ ପଞ୍ଜୀକରଣ କରାଯାଇ ୨ଲକ୍ଷ ୫୧ହଜାର ୧୦୨ ପରିବାରକୁ ଜବ୍‌କାର୍ଡ ପ୍ରଦାନ କରାଯାଇଛି। ଚଳିତ ଆର୍ଥିକ ବର୍ଷରେ ମୋଟ ୭୫ଲକ୍ଷ ୭୪ହଜାର ୫୭୧ ଶ୍ରମ ଦିବସ ସୃଷ୍ଟି ନିମନ୍ତେ ଲକ୍ଷ୍ୟ ରଖାଯାଇଛି। ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଜବ୍‌ କାର୍ଡଧାରୀଙ୍କୁ ଦୃଷ୍ଟିରେ ରଖି ଗ୍ରାମସଭାରେ ଅନୁମୋଦିତ ହୋଇଥିବା ୫୫୩୨ଟି କାର୍ଯ୍ୟ ପାଇଁ ଅଟକଳ ମୂଲ୍ୟ ୧୯ ହଜାର ୧୭୪.୯୭ ଲକ୍ଷର ଅତିରିକ୍ତ ବାର୍ଷିକ କାର୍ଯ୍ୟ ଖସଡାକୁ ଗୃହରେ ଅନୁମୋଦନ କରାଯାଇଥିଲା। ଚଳିତମାସ ୧୩ରୁ ୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅନୁଷ୍ଠିତ ହେବାକୁ ଯାଉଥିବା ପୁରୁଷ ବିଶ୍ୱକପ୍‌ ହକି ୨୦୨୩ ପ୍ରତିଯୋଗିତା ପାଇଁ ଢେଙ୍କାନାଳ ଜିଲାକୁ ଆସୁଥିବା ବିଶ୍ୱ କପ୍‌କୁ ବିପୁଳ ସମ୍ବର୍ଦ୍ଧନା ଜ୍ଞାପନ କରିବାକୁ ଜିଲାପାଳ ସରୋଜ କୁମାର ସେଠୀ ସମସ୍ତ ନିର୍ବାଚିତ ଲୋକ ପ୍ରତିନିଧି, ମାନ୍ୟଗଣ୍ୟ ବ୍ୟକ୍ତି, ସରକାରୀ ଅଧିକାରୀ ତଥା ଜନସାଧାରଣଙ୍କୁ ନିବେଦନ କରିଥିଲେ। ଏହି ଅବସରରେ ବିଶ୍ୱକପ୍‌ ହକି ୨୦୨୩ର ମାସ୍କଟ, ଡାଏରି, ଟୋପି ଓ ଟି-ଶାର୍ଟ ଉନ୍ମୋଚିତ ହୋଇଥିଲା। ବୈଠକରେ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତନ୍ମୟ କୁମାର ଦରୱନ ପ୍ରାରମ୍ଭିକ ସୂଚନା ଦେଇଥିଲେ। ଶେଷରେ ଅତିରିକ୍ତ ଉନ୍ନୟନ ଅଧିକାରୀ ସରୋଜ କୁମାର ଦତ୍ତ ଧନ୍ୟବାଦ ପ୍ରଦାନ କରିଥିଲେ। ବୈଠକରେ ଜିଲା ପରିଷଦ ସଭ୍ୟାସଭ୍ୟ, ବ୍ଲକ ଅଧ୍ୟକ୍ଷା ଅଧ୍ୟକ୍ଷ ଓ ବିଭିନ୍ନ ବ୍ଲକର ଅଧିକାରୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…

ଦ୍ରୁତଗତିରେ ବାଇକ୍ ଚାଳନାକୁ ନେଇ ଗୋଷ୍ଠୀ ସଂଘର୍ଷ: ବୁଲିଲା ଠେଙ୍ଗା, ରଣକ୍ଷେତ୍ର ପାଲଟିଲା ଗାଁ ରାସ୍ତା

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ବଜ୍ରଗୁମ୍ମା ଗ୍ରାମର ଓଡ଼ିଆ ସାହିରେ ଗୁରୁବାର ଅପରାହ୍ନରେ ଦ୍ରୁତଗତିରେ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

୧୦ ଲକ୍ଷ ଯୌତୁକ ଦାବିରେ ନିର୍ଯାତନା: ମାଡ଼ମାରି ନବବଧୂଙ୍କ ନାକରୁ ରକ୍ତସ୍ରାବ, ନନ୍ଦିପଦା ଥାନାରେ ମାମଲା ରୁଜୁ

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡ଼ଅଁର ପଞ୍ଚାୟତ ଅନ୍ତର୍ଗତ ସରଳା-ରାଧାନଗରପାଟଣା ଗ୍ରାମରେ ଜଣେ ନବବଧୂଙ୍କୁ ୧୦ ଲକ୍ଷ ଟଙ୍କା ଯୌତୁକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?