ଆସୁଛି ଆଉ ୨ ଲଘୁଚାପ, ୧୦ଦିନ ବର୍ଷିବ

ଭୁବନେଶ୍ୱର,୨୦।୯(ବ୍ୟୁରୋ): ବଙ୍ଗୋପସାଗରକୁ ଲଗାତାର ଆଉ ଦୁଇଟି ଲଘୁଚାପ ଆସୁଛି। ଫଳରେ ଆସନ୍ତା ୧୦ ଦିନ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ‘ସେଣ୍ଟର ଫର୍‌ ଏନ୍‌ଭର୍ଣ୍ଣମେଣ୍ଟ ଆଣ୍ଡ୍‌ କ୍ଲାଇମେଟ୍‌’ ଏଭଳି ଆକଳନ କରି କହିଛି, ଦକ୍ଷିଣ ଚୀନ ସାଗରରୁ ଘୂର୍ଣ୍ଣିବଳୟ ଆସୁଛି। ଏହା ପଶ୍ଚିମାଞ୍ଚଳ ମିଆମାର ଏବଂ ଥାଇଲାଣ୍ଡ ଦେଇ ବଙ୍ଗୋପସାଗରେ ପହଞ୍ଚତ୍ବ। କ୍ରମଶଃ ଏହା ଘନୀଭୂତ ହୋଇ ଆସନ୍ତା ୨୫ ଓ ୨୮ ତାରିଖରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ପ୍ରଭାବରେ ବିଶେଷକରି ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ଉକ୍ତ ପାଣିପାଗ ସଂସ୍ଥା ଆଶଙ୍କା କରିଛି।
ସଂସ୍ଥାର ସୂଚନାନୁସାରେ, ୨୪ ତାରିଖରେ ଆସୁଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ୨୫ ତାରିଖରେ ଲଘୁଚାପ ହେବ। ସେହିପରି ୨୬ ତାରିଖରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୮ ତାରିଖରେ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଆଉଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ଯୋଗୁ ବନ୍ୟା ହେବାର ଆଶଙ୍କା ରହିଥିବା ସୂଚନା ଦିଆଯାଇଛି।
ଏପଟେ ସାରା ରାଜ୍ୟରେ ଲଘୁଚାପଜନିତ ବର୍ଷା ଜାରି ରହିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଖୋର୍ଦ୍ଧା, ପୁରୀ, ମୟୂରଭଞ୍ଜ, କେଉଁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଢେଙ୍କାନାଳ, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ନୟାଗଡ଼ ଓ କଳାହାଣ୍ଡିରେ ଅଧିକ ବର୍ଷା ହୋଇଛି। ରବିବାର ଭାବନୀପାଟଣାରେ ସର୍ବାଧିକ ୭୮ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ନୟାଗଡ଼ ୫୧, ଟିଟିଲାଗଡ଼ ୪୫, ଗୋପଳପୁର ୩୮, ପାରଳାଖେମୁଣ୍ଡି ୩୫, ଭୁବନେଶ୍ୱର ୩୪.୪, କଟକ ୨୬, ଦାରିଙ୍ଗବାଡ଼ି ୧୫ ମିମି ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ରାଜ୍ୟର କେଉଁଝର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ବରଗଡ଼, ନୂଆପଡ଼ା ଓ ବଲାଙ୍ଗୀର ଆଦି ୮ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପ୍ରକାଶ କରିଛି। ପ୍ରବଳ ବର୍ଷା ନେଇ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
ଅପରପକ୍ଷେ ରାଜ୍ୟରେ ଗତ କିଛିଦିନ ହେବ ଲଗାତାର ବର୍ଷା ହେଉଥିଲେ ମଧ୍ୟ ଏବେ ବି ରାଜ୍ୟରେ ନିଅଣ୍ଟିଆ ସ୍ଥିତି ଲାଗି ରହିଛି। ରାଜ୍ୟରେ ଏବେ ୧୨% ଅଭାବୀ ବର୍ଷା ଦେଖାଯାଇଥିବାବେଳେ ୧୦ ଜିଲାରେ ନିଅଣ୍ଟିଆ ବର୍ଷା ହୋଇଛି। ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ସମ୍ବଲପୁରରେ ସ୍ବାଭାବିକଠାରୁ ସର୍ବାଧିକ ୩୧% କମ୍‌ ବର୍ଷା ହୋଇଛି। ସେହିପରି ଝାରସୁଗୁଡ଼ା, କଳାହାଣ୍ଡି, ନବରଙ୍ଗପୁର, ବଲାଙ୍ଗୀର, ଯାଜପୁର, କେନ୍ଦୁଝର, ଭଦ୍ରକ, ଗଜପତି ଓ ଦେବଗଡ଼ ଜିଲାରେ ମଧ୍ୟ ନିଅଣ୍ଟିଆ ବର୍ଷା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?