Posted inଖେଳ

ଆଇପିଏଲ୍‌ରେ ୨୦ ହଜାର କୋଭିଡ୍‌ ଟେଷ୍ଟ ହେବ

ଦୁବାଇ,୨୭।୮(ପି.ଟି.): ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ଆୟୋଜନ ହେବାକୁ ଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ୩ ମାସ ମଧ୍ୟରେ ୨୦ ହଜାରରୁ ଅଧିକ କୋଭିଡ୍‌-୧୯ ଟେଷ୍ଟ କରାଯିବ। ଏଥିପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଭି.ପି.ଏସ୍‌. ହେଲ୍‌ଥ କେୟାରକୁ ନିଯୁକ୍ତି ଦେବ ବୋଲି କହିଛି। ଫ୍ରାଞ୍ଚାଇଜ୍‌ଗୁଡିକର ସବୁ ଖେଳାଳି, ସପୋର୍ଟ ଷ୍ଟାଫ୍‌, ବିସିସିଆଇ ଅଫିସିଆଲ ଓ ଆଇପିଏଲ୍‌ ସମ୍ପର୍କିତ ସବୁ ବ୍ୟକ୍ତିଙ୍କର କୋଭିଡ୍‌ ଟେଷ୍ଟ କରାଯିବ କୁହାଯାଇଛି।
ଏଥିସହିତ ଟୁର୍ନାମେଣ୍ଟ ପରିଚାଳନା ପାଇଁ ସବୁ ସ୍ବ୍ୟାସ୍ଥ୍ୟଗତ ପ୍ରକାର ସୁବିଧା ସୁଯୋଗ ଯୋଗାଇଦେବା ପାଇଁ ବିସିସିଆଇ ସହିତ ଆଲୋଚନା କରାଯାଉଛି ବୋଲି ଭି.ପି.ଏସ୍‌. ହେଲ୍‌ଥ କେୟାର ତରଫରୁ ଜାରି କରାଯାଇଥିବା ଏକ ପ୍ରେସ୍‌ ବିଜ୍ଞପ୍ତିରେ କୁହାଯାଇଛି। ପ୍ରଥମ, ତୃତୀୟ ଓ ଷଷ୍ଠ ଦିବସରେ ସବୁ ଖେଳାଳି ଓ ଷ୍ଟାଫ୍‌ ସଦସ୍ୟଙ୍କର ଟେଷ୍ଟ କରାଯିବ। ଏହାପରେ ସେମାନ ଜୈବ ସୁରକ୍ଷିତ ପରିବେଶ ତଥା ବାୟୋ ବବୁଲ୍‌ରେ ପ୍ରବେଶ କରିବେ। ଏହାପରେ ପ୍ରତ୍ୟେକ ୫ ଦିନରେ ସବୁ ଖେଳାଳି ଓ ଅନ୍ୟମାନଙ୍କର ଟେଷ୍ଟ କାରଯିବ। ସାରା ଟୁର୍ନାମେଣ୍ଟରେ ଏହି ପ୍ରକ୍ରିୟା ଜାରି ରହିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri