ବୌଦ୍ଧରେ ହେବ ୨୦ହଜାର ଲିଟର ଦୁଗ୍ଧପ୍ଲାଣ୍ଟ

ବୌଦ୍ଧ/ସୋନପୁର,୨୬ା୧୧(ସ୍ବପ୍ର/ନି.ପ୍ର.): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟକାର୍ଡ ବଣ୍ଟନରେ ସାମିଲ ହୋଇଛି ବୌଦ୍ଧ ଓ ସୁବର୍ଣ୍ଣପୁର ଜିଲା। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡଓ କନଫରେନ୍ସିଂରେ ଏହି ଯୋଜନାର ହିତାଧିକାରୀଙ୍କୁ ସ୍ମାର୍ଟକାର୍ଡ ବଣ୍ଟନ କରିଥିଲେ। ବୌଦ୍ଧ ଜିଲା ଷ୍ଟାଡିୟମଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ହିତାଧିକାରୀଙ୍କୁ ସ୍ମାର୍ଟକାର୍ଡ ବଣ୍ଟନ ସହିତ ୨୦କୋଟି ଟଙ୍କାର ୨୨ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ସହିତ ୪୬୩ କୋଟି ଟଙ୍କାର ୫୭ ଗୋଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଉଦ୍‌ବୋଧନ ଦେଇ କହିଥିଲେ ଯେ, ବୌଦ୍ଧ ଜିଲା ଦୁଗ୍ଧ ଉପତ୍ାନଦ କ୍ଷେତ୍ରରେ ଭଲ କାର୍ଯ୍ୟ କରିଛି। ଏହାକୁ ଆଖି ଆଗରେ ରଖି ଆଗାମୀ ଦିନରେ ଏଠାରେ ଚାଷୀଙ୍କ ପାଇଁ ୨୦ହଜାର ଲିଟରର ପ୍ଲାଣ୍ଟ କରାଯିବ। ସେ ଆହୁରି କହିଥିଲେ ଯେ, ବୌଦ୍ଧ ଜିଲା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲଥ କାର୍ଡ ଯୋଜନାରେ ସାମିଲ ହୋଇଛି। ଏଥିରେ ଜିଲାର ୩ ଲକ୍ଷ ୭୨ ହଜାରରୁ ଉର୍ଦ୍ଧ୍ୱ ହିତାଧିକାରୀ ଉପକୃତ ହେବେ। ବୌଦ୍ଧ କାର୍ଯ୍ୟକ୍ରମରେ ଅତିଥି ଭାବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, କନ୍ଧମାଳ ଏମ୍‌ପି ଅଚ୍ୟୁତ ସାମନ୍ତ, କଣ୍ଟାମାଳ ବିଧାୟକ ମହିଧର ରଣା, ବୌଦ୍ଧ ବିଧାୟକ ପ୍ରଦୀପ ଅମାତ ଯୋଗ ଦେଇଥିଲେ।

ସେହିପରି ସୁବର୍ଣ୍ଣପୁର ଜିଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରୁ ଭିଡିଓ କନଫେରେନ୍ସିଂ ଯୋଗେ ହିତାଧିକାରୀଙ୍କୁ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଏଥିସହ ୭୯.୨୨କୋଟି ଟଙ୍କାରେ ୬୭ ପ୍ରକଳ୍ପ ଉଦ୍‌ଘାଟନ ଓ ୧୪୮.୦୪ କୋଟି ଟଙ୍କାରେ ୩୫ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର କରିଛନ୍ତି। ମୁଖ୍ୟମନ୍ତ୍ରୀ ଜିଲାର ଇଷ୍ଟଦେବୀ ଜୟ ମା ସୁରେଶ୍ୱରୀ କହି ନିଜର ଭାଷଣ ଆରମ୍ଭ କରିଥିଲେ। ଜିଲାର ସ୍ବାସ୍ଥ୍ୟ, ଶିକ୍ଷା ଓ ଜଳସେଚନ ପାଇଁ ବହୁତ କିଛି କାମ ହୋଇଛି। ୭ ମହଲା ବିଶିଷ୍ଟ ନୂତନ ଜିଲା ମୁଖ୍ୟ ଚିକିତ୍ସାଳୟର କୋଠା ନିର୍ମାଣ ଚାଲିଛି।

ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରଗୁଡିକରେ ରାଜ୍ୟବାସୀଙ୍କୁ ମାଗଣାରେ ଚିକିତ୍ସା ଯୋଗାଇ ଦିଆଯାଉଛି। ଏବେ ସ୍ମାର୍ଟ କାର୍ଡ ହିଁ ଟେନସନ ଦୂର କରିବ ବୋଲି କହିଥିଲେ। ସୋନପୁର ନୂତନ ଟାଉନ ହଲରେ ଆୟୋଜିତ କାର୍ଯ୍ୟକ୍ରମରେ ଅର୍ଥ ଓ ଅବକାରୀ ବିଭାଗ ମନ୍ତ୍ରୀ ପୂଜାରୀ, ବାଣିଜ୍ୟ, ପରିବହନ ଓ ଯୋଜନା ରୂପାୟନ ବିଭାଗ ମନ୍ତ୍ରୀ ବେହେରା, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ଉପସ୍ଥିତ ଥିଲେ। ସୁଲତା ଦେଓ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ଉଭୟ କାର୍ଯ୍ୟକ୍ରମରେ ୫-ଟି ସଚିବ ଭି.କେ.ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କ ସହିତ ଭୁବନେଶ୍ୱରରୁ ଭିଡିଓ କନଫେରେନ୍ସିଂରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri