ଦିନକୁ ୨୦ହଜାର ଟେଷ୍ଟ ହେବ

ଭୁବନେଶ୍ୱର, ୩୧।୭(ବ୍ୟୁରୋ)- କୋଭିଡ୍‌ ଆକ୍ରାନ୍ତଙ୍କ ଚିହ୍ନଟ ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ତେଣୁ ଅଗଷ୍ଟରୁ ୧୨ହଜାର ବଦଳରେ ଦୈନିକ ୨୦ହଜାର ଟେଷ୍ଟ କରାଯିବ ବୋଲି ଶୁକ୍ରବାର ଜୀବ ବିଜ୍ଞାନ ପ୍ରତିଷ୍ଠାନ (ଆଇଏଲ୍‌ଏସ୍‌) ନିର୍ଦ୍ଦେଶକ ଅଜୟ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ୨୦ହଜାର ଟେଷ୍ଟ ମଧ୍ୟରୁ ୮ହଜାର ଆର୍‌ଟି-ପିସିଆର୍‌ ଏବଂ ୧୨ହଜାର ଆଣ୍ଟିଜେନ୍‌ ଓ ଟ୍ରୁନାଟ୍‌ ଟେଷ୍ଟ ହେବ। ସରକାର ଚାହିଁଲେ ବେସରକାରୀ ଲାବୋରାଟୋରିରେ ପରୀକ୍ଷଣ କରିପାରିବେ। ରାଜ୍ୟରେ ଆଣ୍ଟିଜେନ୍‌ କିଟ୍‌ର ଅଭାବ ନାହିଁ। ବର୍ତ୍ତମାନ ପ୍ରତି ଜିଲାରେ ୩ହଜାରରୁ ଊର୍ଦ୍ଧ୍ୱ ଆଣ୍ଟିଜେନ୍‌ କିଟ୍‌ ମହଜୁଦ ରହିଛି। ଆବଶ୍ୟକ ପଡ଼ିଲେ ଅଧିକ କିଟ୍‌ ଯୋଗାଇ ଦିଆଯିବ। ଏଥିସହ ଦିନକୁ ଦିନ ରାଜ୍ୟର କିଛି ଜିଲାରେ କରୋନା ସ୍ଥିତିରେ ସୁଧାର ଆସୁଛି। ବର୍ତ୍ତମାନ ଗଞ୍ଜାମ, ଖୋର୍ଦ୍ଧା, କଟକ ଓ ଯାଜପୁର ଜିଲାରେ କରୋନା ସଂକ୍ରମଣର ସ୍ଥିତି ସ୍ଥିର ରହିଛି। ରାଜ୍ୟରେ ଏ ପର୍ଯ୍ୟନ୍ତ ଗୋଷ୍ଠୀ ସଂକ୍ରମଣ ହୋଇନାହିଁ। କିଛି କିଛି ଜିଲାରେ ଅଳ୍ପ ସଂଖ୍ୟକ ଆକ୍ରାନ୍ତ ବଢ଼ୁଛନ୍ତି। ଯେପର୍ଯ୍ୟନ୍ତ ପୂରା କମି ନାହିଁ, ସେ ପର୍ଯ୍ୟନ୍ତ ସ୍ଥିତି ଆୟତ୍ତ ବୋଲି କୁହାଯାଇପାରିବ ନାହିଁ। ଏଥିସହ ରାଜ୍ୟରେ ପ୍ଲାଜ୍‌ମା ଥେରାପି ସଫଳ ହେଉଛି। କିନ୍ତୁ ପ୍ଲାଜ୍‌ମା ସଂଗ୍ରହରେ ସମସ୍ୟା ସୃଷ୍ଟି ହେଉଛି ବୋଲି ଆଇଏଲ୍‌ଏସ୍‌ ନିର୍ଦ୍ଦେଶକ ପରିଡ଼ା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri