ପିପିପି ମୋଡ୍‌ରେ ହେବ ୫ ମଲ୍ଟି ସ୍ପେସିଆଲିଟି, ସୁପର ସ୍ପେସିଆଲିଟି ହସ୍ପିଟାଲ

ଭୁବନେଶ୍ୱର,୫ା୧୦(ଅନିଲଦାସ)ରାଜ୍ୟରେ ଖୁବ୍‌ଶୀଘ୍ର ୫ଟି ନୂତନ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲ ନିର୍ମାଣ ହେବ। ପ୍ରଥମ ଥର ପାଇଁ ସରକାରୀ- ଘରୋଇ ଭାଗୀଦାରି(ପିପିପି) ମୋଡ୍‌ରେ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ବିକାଶ କରାଯିବ। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ୧୦୦ରୁ ୨୦୦ ଶଯ୍ୟା ବିଶିଷ୍ଟ ୫ଟି ମଲ୍ଟି ସ୍ପେସିଆଲିଟି ହସ୍ପିଟାଲ ପାଇଁ ଘରୋଇ ଅଂଶୀଦାରଙ୍କ ସହିତ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଉକ୍ତ ହସ୍ପିଟାଲଗୁଡ଼ିକ ଅନୁଗୋଳ, ବଡ଼ବିଲ, ଭଦ୍ରକ ଓ ଝାରସୁଗୁଡ଼ାରେ ସ୍ଥାପନ କରାଯିବ। ଏଥିସହିତ କର୍କଟ ରୋଗର ଯତ୍ନ ପାଇଁ ପିପିପି ମୋଡ୍‌ରେ ଏକ ସୁପର ସ୍ପେସିଆଲିଟି ହସ୍ପିଟାଲ ନିର୍ମାଣ ହେବ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭର୍ଚୁଆଲ ମୋଡ୍‌ରେ ଯୋଗଦେଇ କହିଛନ୍ତି, ରାଜ୍ୟବାସୀଙ୍କ ପାଇଁ ଉନ୍ନତମାନର ସ୍ବାସ୍ଥ୍ୟ ଭିତ୍ତିଭୂମିର ବିକାଶ କରିବା ରାଜ୍ୟ ସରକାରଙ୍କ ପ୍ରାଥମିକତା। ଓଡ଼ିଶାର ଲୋକମାନଙ୍କ ଉନ୍ନତ ସ୍ବାସ୍ଥ୍ୟ ସେବାର ଆବଶ୍ୟକତାକୁ ସମାନୁପାତିକ ଓ ନିର୍ଦ୍ଧାରିତ ସମୟ ବ୍ୟବଧାନରେ ପୂରଣ କରିବାକୁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ। ପ୍ରତ୍ୟେକ ଜୀବନ ମୂଲ୍ୟବାନ। ସୁସ୍ଥ ଓଡ଼ିଶା ଏବଂ ସୁଖୀ ଓଡ଼ିଶା ପ୍ରତିବଦ୍ଧତାକୁ ପୂରଣ କରିବା ପାଇଁ ସମସ୍ତେ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ରାଜ୍ୟର ୧ କୋଟି ପରିବାର ସଦସ୍ୟମାନଙ୍କ ପାଇଁ ସ୍ବାସ୍ଥ୍ୟସେବା ଯୋଗାଇ ଦେବା କ୍ଷେତ୍ରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ବରଦାନ ପାଲଟିଛି। ଏହାକୁ ପୂରଣ କରିବାରେ ଘରୋଇ ଡାକ୍ତରଖାନାଗୁଡ଼ିକର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ସେଥିପାଇଁ ଜିଲାସ୍ତରରେ ଉନ୍ନତମାନର ସ୍ବାସ୍ଥ୍ୟସେବା ଅନୁଷ୍ଠାନ ସ୍ଥାପନ କରିବାକୁ ଘରୋଇ ପୁଞ୍ଜିନିବେଶକାରୀଙ୍କୁ ପ୍ରୋତ୍ସାହିତ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଘରୋଇ ସଂସ୍ଥା ସହ ହୋଇଥିବା ଏହି ଚୁକ୍ତିନାମାରେ ଖୁସି ବ୍ୟକ୍ତ କରି ମୁଖମନ୍ତ୍ରୀ କହିଛନ୍ତି, ଏହା ଉତ୍ତମ ସ୍ବାସ୍ଥ୍ୟସେବା ପ୍ରଦାନ କ୍ଷେତ୍ରରେ ଏକ ନୂଆ ପଥପ୍ରଦର୍ଶକ ହେବ। ଯଥାଶୀଘ୍ର ପ୍ରକଳ୍ପଗୁଡ଼ିକର କାର୍ଯ୍ୟକାରିତା ନେଇ ରାଜ୍ୟ ସରକାର ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବାକୁ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଅବସରରେ ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଏକ ରୂପାନ୍ତରଣ ହୋଇଛି। ଚୁକ୍ତି ଅନୁଯାୟୀ ଉତ୍କଳ ହେଲ୍‌ଥ କେୟାର ଏବଂ ସିଲିକନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି ଅନୁଗୋଳ ଓ ବଡ଼ବିଲଠାରେ ୨୦୦ ଶଯ୍ୟା ବିଶିଷ୍ଟ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲ ନିର୍ମାଣ କରିବେ। ସେହିପରି ସିଗ୍‌ନସ ମେଡିକେୟାର ଏବଂ ପ୍ରିଣ୍ଟଲିଙ୍କ କମ୍ପ୍ୟୁଟର ଆଣ୍ଡ କମ୍ୟୁନିକେଶନ ପ୍ରାଇଭେଟ ଲିମିଟେଡ ଭଦ୍ରକ ଓ ଝାରସୁଗୁଡ଼ାଠାରେ ୧୦୦ ଶଯ୍ୟା ବିଶିଷ୍ଟ ସୁପର ସ୍ପେସିଆଲିଟି ହସ୍ପିଟାଲ ସ୍ଥାପନ କରିବାକୁ ଏମ୍‌ଓୟୁ ସ୍ବାକ୍ଷର କରିଛନ୍ତି। ଏଥିସହିତ ଝାରସୁଗୁଡାଠାରେ ଭାଇଜାଗ ହସ୍ପିଟାଲ୍‌ସ ଆଣ୍ଡ କ୍ୟାନ୍‌ସର ରିସର୍ଚ୍ଚ ସେଣ୍ଟର ୧୨୦ ଶଯ୍ୟା ବିଶିଷ୍ଟ କ୍ୟାନ୍‌ସର କେୟାର ହସ୍ପିଟାଲ ନିର୍ମାଣ କରିବ। ରାଜ୍ୟ ସରକାର ଏଥିପାଇଁ ଜମି, ଭିତ୍ତିଭୂମି ପାଇଁ ଆର୍ଥିକ ସହାୟତା ଯୋଗାଇ ଦେବେ। ପିପିପି ଅଂଶୀଦାରମାନେ ହସ୍ପିଟାଲ ନିର୍ମାଣ କରିବା ସହ କର୍ମଚାରୀ ନିଯୁକ୍ତି ଏବଂ ୩୦ବର୍ଷ ପାଇଁ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବେ। ଏଥିରେ ୨୪ ଘଣ୍ଟିଆ ଟ୍ରମାକେୟାର, ଓପିଡି, ଆଇପିଡି ସେବା, ମଲ୍ଟି ସ୍ପେସିଆଲିଟି ହସ୍ପିଟାଲ ଏବଂ ସୁପର ସ୍ପେସିଆଲିଟି ସ୍ବାସ୍ଥ୍ୟ ସୁବିଧା ଯୋଗାଇ ଦିଆଯିବ। ରାଜ୍ୟର ସମସ୍ତ ବୀମାଭୁକ୍ତ ରୋଗୀମାନେ ମାଗଣାରେ ସେବା ପାଇପାରିବେ। ଏହି ୫ଟି ପ୍ରକଳ୍ପରେ ୫୦୦ କୋଟି ଟଙ୍କାର ପୁଞ୍ଜିବିନିଯୋଗ ହେବା ସହ ୩୫୦୦ ମେଡିକାଲ, ପାରାମେଡିକାଲ, ନର୍ସିିଂ ଏବଂ ପ୍ରଶାସନିକ କ୍ଷେତ୍ରରେ ନିଯୁକ୍ତି ସୁଯୋଗ ସୃଷ୍ଟ ିହେବ। ଏହି କାର୍ଯ୍ୟକ୍ରମରେ ୫-ଟି ସଚିବ ଭି.କେ.ପାଣ୍ଡିଆନ ଉପସ୍ଥିତ ଥିଲେ। ଏଥିସହିତ ମୁଖ୍ୟ ଶାସନ ସଚିବ ପି.କେ. ଜେନା, ସ୍ବାସ୍ଥ୍ୟ ସଚିବ ବିଶାଳ ଦେବ ଏବଂ ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?