୨୨ ଜିଲାରେ ହେବ ୫୫ ବସ୍‌ଷ୍ଟାଣ୍ଡ

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ):ରାଜ୍ୟରେ ଗ୍ରାମାଞ୍ଚଳ ଯୋଗାଯୋଗ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଗୁରୁବାର ଭର୍ଚୁଆଲ ମୋଡ୍‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୨ ଜିଲାର ୫୫ଟି ବସ୍‌ଷ୍ଟାଣ୍ଡର ଶିଳାନ୍ୟାସ କରିଛନ୍ତି। ଜିଲା ମୁଖ୍ୟାଳୟରୁ ଯାତାୟାତ ଦୂରତ୍ୱ, ଆର୍ଥିକ କାର୍ଯ୍ୟକଳାପ, ପର୍ଯ୍ୟଟକମାନଙ୍କ ଆଗମନକୁ ଏବଂ ଅନ୍ୟାନ୍ୟ ଦିଗଗୁଡିକୁ ଦୃଷ୍ଟିରେ ରଖି ବସ୍‌ଷ୍ଟାଣ୍ଡଗୁଡିକ ବ୍ଲକସ୍ତରରେ ନିର୍ମାଣ ହେବ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗ୍ରାମାଞ୍ଚଳରେ ଯୋଗାଯୋଗକୁ ସୁଗମ କରିବା ରାଜ୍ୟ ସରକାର ସର୍ବଦା ପ୍ରାଥମିକତା ଦେଇଆସିଛନ୍ତି। ଏହି ନୂତନ ପଦକ୍ଷେପ ଗ୍ରାମାଞ୍ଚଳର ଲୋକମାନଙ୍କୁ ଉନ୍ନତ ଯୋଗାଯୋଗ ଭିତ୍ତିଭୂମି ସହ ଯୋଡ଼ିବା ଓ ଯୋଗାଯୋଗ କ୍ଷେତ୍ରରେ ଏହା ଏକ ମାଇଲଖୁଣ୍ଟ ହେବ। ଏହି ପଦକ୍ଷେପ ପାଇଁ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ(ଓଏସ୍‌ଆର୍‌ଟିସି)କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇ କହିଛନ୍ତି, ଓଏସ୍‌ଆର୍‌ଟିସି ସମଗ୍ର ରାଜ୍ୟରେ ପହଞ୍ଚିବା ଏବଂ ଭିତ୍ତିଭୂମି ବିକାଶ ତଥା ପ୍ରଭାବଶାଳୀ ଯୋଗାଯୋଗ ନେଟୱର୍କର ଏକୀକରଣ ମାଧ୍ୟମରେ ଲୋକଙ୍କୁ ସଂଯୋଗ କରିବାରେ ନୂତନ ପଦକ୍ଷେପ ନେଉଛି।
ଏହି କାର୍ଯ୍ୟକ୍ରମରେ ଯୋଗଦେଇ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି, ଗ୍ରାମାଞ୍ଚଳ ଲୋକଙ୍କୁ ଉନ୍ନତ ଯୋଗାଯୋଗ ଭିତ୍ତିଭୂମି ଯୋଗାଇଦେବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିକୁ ସାକାର କରିବା ଦିଗରେ ପରିବହନ ବିଭାଗ କାମ କରୁଛି। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି. କେ. ପାଣ୍ଡିଆନ୍‌ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ବାଣିଜ୍ୟ ଓ ପରିବହନ ବିଭାଗର ମୁଖ୍ୟ ଶାସନ ସଚିବ ମଧୁସୂଦନ ପାଢୀ ସ୍ବାଗତ ଭାଷଣ ଦେଇଥିଲେ। ଓଏସ୍‌ଆର୍‌ଟିସି ସିଏମ୍‌ଡି ଧନ୍ୟବାଦ ଦେଇଥିଲେ। ଜିଲାସ୍ତରୀୟ କାର୍ଯ୍ୟକ୍ରମରେ ମନ୍ତ୍ରୀ, ଏମ୍‌ପି, ବିଧାୟକମାନେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଜିଲାପାଳ ଏବଂ ପରିବହନ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?