୩ ଜିଲାରେ ହେବ ୯ ମେଗା ପାନୀୟ ଜଳ ପ୍ରକଳ୍ପ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ଜଳ ଜୀବନ ମିଶନ (ଜେଜେଏମ୍‌) ଯୋଜନାରେ ରାଜ୍ୟର ଗ୍ରାମାଞ୍ଚଳରେ ବାସ କରୁଥିବା ଜନସାଧାରଣଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାକୁ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି। ରାଜ୍ୟର ଯାଜପୁର, ମାଲକାନଗିରି ଓ ନୟାଗଡ଼ ଜିଲାରେ ୯ଟି ବୃହତ୍‌ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ହେବ। ଏଥିପାଇଁ ରାଜ୍ୟ ସରକାର ୧୩୪୧.୮୫ କୋଟି ଟଙ୍କା ଖର୍ଚ୍ଚ କରିବେ। ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ୩ ଜିଲାର ୯ ବ୍ଲକ ଅଧୀନ ୧୩୨୨ ଗ୍ରାମର ୭ ଲକ୍ଷ ୫୪ ହଜାର ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ମିଳିବ। ପ୍ରକଳ୍ପଗୁଡ଼ିକ ୨ ବର୍ଷ ମଧ୍ୟରେ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ
ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅନୁମୋଦନ କରାଯାଇଛି। କ୍ୟାବିନେଟ ବୈଠକ ଶେଷରେ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା ସୂଚନା ଦେଇ କହିଛନ୍ତି ଯେ ଯାଜପୁର ଜିଲାରେ ୨ଟି ବୃହତ୍‌ ପାନୀୟ ଜଳ ପ୍ରକଳ୍ପ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଫଳରେ ଜିଲାର ବରୀ ବ୍ଲକ ୨୬ଟି ପଞ୍ଚାୟତ ଅନ୍ତର୍ଗତ ୯୧ ଗ୍ରାମର ୧,୪୦,୮୯୪ ଓ କୋରେଇ ବ୍ଲକ ୨୩ ପଞ୍ଚାୟତର ୧୫୯ ଗ୍ରାମର ପ୍ରାୟ ୧,୦୯,୦୯୩ ଲୋକ ପାନୀୟ ଜଳ ପ୍ରକଳ୍ପ ଦ୍ୱାରା ଉପକୃତ ହେବେ। ଉକ୍ତ ପ୍ରକଳ୍ପ କାର୍ଯ୍ୟ ବର୍ଷକ ମଧ୍ୟରେ ଶେଷ ହେବ। ଏଥିପାଇଁ ଆହ୍ବାନ କରାଯାଇଥିବା ୨୫୪ କୋଟି ୬୬ ଲକ୍ଷ ୨୦ ହଜାର ୫୪୨ ଟଙ୍କାର ଟେଣ୍ଡରକୁ କ୍ୟାବିନେଟ ଅନୁମୋଦନ କରିଛି।
ସେହିପରି ଜଳ ଜୀବନ ମିଶନରେ ମାଲକାନଗିରି ଜିଲାରେ ୪ଟି ବୃହତ୍‌ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ ହେବ। ସେଥିରୁ ଖଇରପୁଟ ବ୍ଲକର ୮୭ ଗ୍ରାମର ୪୫,୯୭୫, ମାଲକାନଗିରି ବ୍ଲକର ୧୫ ପଞ୍ଚାୟତର ୧୦୬ ଗ୍ରାମର ୭୬,୯୬୮, ମାଥିଲି ବ୍ଲକର ୧୪୧ ଗ୍ରାମର ୯୪,୬୫୩ ଏବଂ କାଲିମେଳା ବ୍ଲକର ୧୧୯ ଗ୍ରାମର ୯୭,୦୨୪ ଜଣଙ୍କୁ ପାନୀୟ ଜଳ ଯୋଗାଇ ଦିଆଯିବ। ଉକ୍ତ ୪ ପ୍ରକଳ୍ପ ପାଇଁ ଡକାଯାଇଥିବା ୬୩୯ କୋଟି ୨୬ ଲକ୍ଷ ୯୦ ହଜାର ୨୨୦ ଟଙ୍କାର ଟେଣ୍ଡରକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି। ଉକ୍ତ ପ୍ରକଳ୍ପଗୁଡ଼ିକ ୨ ବର୍ଷ ମଧ୍ୟରେ ଶେଷ କରିବାକୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି।
ସେହିପରି ନୟାଗଡ଼ ଜିଲାରେ ୩ଟି ବୃହତ୍‌ ପାନୀୟ ଜଳ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ଉକ୍ତ ଜିଲାର ୩ ବ୍ଲକ ଅଧୀନରେ ଥିବା ୪୨ ପଞ୍ଚାୟତର ୬୧୯ ଗ୍ରାମରେ ବାସ କରୁଥିବା ୧,୯୪,୭୩୨ ଜଣଙ୍କୁ ବିଶୁଦ୍ଧ ପାନୀୟ ଜଳ ମିଳିବ। ସେଥିରୁ ଗଣିଆ ବ୍ଲକ ଅଧୀନରେ ଥିବା ୯୨ ଗ୍ରାମର ୩୮,୫୦୬, ଦଶପଲ୍ଲା ବ୍ଲକର ୩୬୯ ଗ୍ରାମର ପ୍ରାୟ ୯୭,୦୦୨ ଓ ନୂଆଗାଁ ବ୍ଲକର ୧୫୮ ଗ୍ରାମର ପ୍ରାୟ ୫୯, ୨୨୪ ଲୋକ ଏହି ପାନୀୟ ଜଳ ପ୍ରକଳ୍ପ ଦ୍ୱାରା ଉପକୃତ ହୋଇପାରିବେ। ଉକ୍ତ ପ୍ରକଳ୍ପ ପାଇଁ ଆହ୍ବାନ କରାଯାଇଥିବା ୩୯୩ କୋଟି ୯୩ ଲକ୍ଷ ୧୮ ହଜାର ୬୯୧ ଟଙ୍କାର ଟେଣ୍ଡରକୁ କ୍ୟାବିନେଟ ଅନୁମୋଦନ କରିଛି। ଉକ୍ତ ପ୍ରକଳ୍ପ ୨୪ ମାସ ମଧ୍ୟରେ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri