Posted inଜାତୀୟ

ମହାରାଷ୍ଟ୍ରରେ ହେବ ବଡ଼ ଅଦଳବଦଳ! ମୁଖ୍ୟମନ୍ତ୍ରୀ ନାମ ଘୋଷଣା ପୂର୍ବରୁ ଶାହାଙ୍କୁ ଭେଟିବେ ପାଓ୍ବାର

ମୁମ୍ବାଇ,୨।୧୨: ମହାରାଷ୍ଟ୍ରରେ ନିର୍ବାଚନ ଫଳାଫଳ ଘୋଷଣା ହେବାର ୯ଦିନ ବିତି ଗଲାଣି, କିନ୍ତୁ ଏପର୍ଯ୍ୟନ୍ତ ମହାୟୁତି ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିନାହାଁନ୍ତି। ଏହି ପରିପ୍ରେକ୍ଷୀରେ ଭାଜପା ନେତା ଦେବେନ୍ଦ୍ର ଫଡନାଭିସଙ୍କ ନାମ ଆଗରେ ରହିଛି। ତେବେ ରାଜନୈତିକ ସର୍କଲରେ ବିଭିନ୍ନ ପ୍ରକାରର ରାଜନୈତିକ କଳ୍ପନାଜଳ୍ପନା ମଧ୍ୟ କରାଯାଉଛି। ରାଜନନୈତିକ ବିଶେଷଜ୍ଞଙ୍କ ଅନୁଯାୟୀ, ମହାରାଷ୍ଟ୍ରରେ ଆଶ୍ଚର୍ଯ୍ୟଜନକ ଢାଞ୍ଚାରେ ଏକ ନୂତନ ଚେହେରାକୁ ମୁଖ୍ୟମନ୍ତ୍ରୀ କରାଯାଇପାରେ।

ସେପଟେ ଏନସିପି ନେତା ଅଜିତ ପାୱାର ସୋମବାର ଦିଲ୍ଲୀରେ ପହଞ୍ଚିଛନ୍ତି। ଦିଲ୍ଲୀରେ ପହଞ୍ଚିବା ପରେ ଅଜିତ ପାୱାର କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିବେ। ଏହି ବୈଠକରୁ ଅନେକ ଅର୍ଥ ଅନୁମାନ କରାଯାଉଛି। ବିଶେଷଜ୍ଞଙ୍କ ଅନୁଯାୟୀ ଅଜିତ ପାୱାର ବିଜୟ ପରେ ତୁରନ୍ତ ମୁଖ୍ୟମନ୍ତ୍ରୀ ଭାବରେ ଦେବେନ୍ଦ୍ର ଫଡନାଭିସଙ୍କୁ ସମର୍ଥନ ଜଣାଇଥିଲେ।
ଏକନାଥ ଶିନ୍ଦେ ଗୋଷ୍ଠୀର କର୍ମକର୍ତ୍ତାମାନେ କ୍ରମାଗତ ଭାବରେ ଶିନ୍ଦେଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ଦାବି କରୁଥିଲେ। ଏହି ସମୟରେ, ମହାୟୁତର ବିପୁଳ ବିଜୟ ପରେ ଶିନ୍ଦେ ପିସି କରି ସ୍ପଷ୍ଟ କରିଥିଲେ ଯେ ସେ ଭାଜପାର ନିଷ୍ପତ୍ତି ଗ୍ରହଣ କରିବେ। ଭାଜପା ଯାହା ନିଷ୍ପତ୍ତି ନିଏ, ସେମାନେ ଏହାକୁ ଗ୍ରହଣ କରିବେ। ଦିଲ୍ଲୀରୁ ଫେରିବା ପରେ ଶିନ୍ଦେ ନିଜ ଗାଁକୁ ଯାଇଥିଲେ। ଗତକାଲି ଶିନ୍ଦେ ନିଜ ଗାଁରୁ ମୁମ୍ବାଇ ଫେରିଥିଲେ ଏବଂ ପୁଣିଥରେ ତାଙ୍କ ମତକୁ ଦୋହରାଇ କହିଥିଲେ ଯେ ସେ ଭାଜପାର ନିଷ୍ପତ୍ତି ଗ୍ରହଣ କରୁଛନ୍ତି। ଅମିତ ଶାହା ଏବଂ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ତାଙ୍କର ସମ୍ପୂର୍ଣ୍ଣ ବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର...

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri