ମଧୁବାଲାଙ୍କ ଉପରେ ହେବ ବାୟୋପିକ୍‌

ମୁମ୍ବାଇ: ଭାରତର କିମ୍ବଦନ୍ତୀ ଅଭିନେତ୍ରୀ ମଧୁବାଲାଙ୍କ ଜୀବନୀ ଉପରେ ଖୁବ୍‌ଶୀଘ୍ର ବାୟୋପିକ୍‌ ନିର୍ମାଣ ହେବାକୁ ଯାଉଛି। ‘ଡାର୍ଲିଂ’ ଚଳଚ୍ଚିତ୍ରର ନିର୍ଦ୍ଦେଶକ ତଥା ଚିତ୍ର ନିର୍ମାତା ଜସ୍ମିତ କେ. ରିନ୍‌ ଏହି ଜୀବନୀ ଚଳଚ୍ଚିତ୍ରର ସଞ୍ଚାଳନ କରିବେ ବୋଲି ଶୁକ୍ରବାର ଘୋଷଣା କରିଛନ୍ତି। ଉକ୍ତ ବାୟୋପିକ୍‌ ସମ୍ପର୍କରେ ସୋନି ପିକ୍ଚର୍ସ ଇଣ୍ଟରନ୍ୟାଶନାଲ ପ୍ରଡକ୍‌ଶନ୍ସ ପକ୍ଷରୁ ଏହାର ସୋସିଆଲ ମିଡିଆ ହ୍ୟାଣ୍ଡଲ୍‌ରେ ଘୋଷଣା କରାଯାଇଛି। ବଲିଉଡ୍‌ର ଅନ୍ୟତମ ସବୁଠୁ ଆଇକନିକ୍‌ ତାରକାଙ୍କ ଚିର ଆକର୍ଷଣୀୟ ଏବଂ ସମସ୍ତଙ୍କ ହୃଦୟକୁ ବାନ୍ଧିରଖିବା ଭଳି କାହାଣୀ ଉପରେ ଚଳଚ୍ଚିତ୍ର ନିର୍ମାଣ ପାଇଁ ଆମେ ପ୍ରସ୍ତୁତ ବୋଲି ଷ୍ଟୁଡିଓ ପକ୍ଷରୁ ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ କରାଯାଇଛି। ହିନ୍ଦୀ ସିନେମାର ସୁବର୍ଣ୍ଣ ଯୁଗରେ ଆଗଧାଡ଼ିର ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ ମଧୁବାଲା ତାଙ୍କର ସଂକ୍ଷିପ୍ତ ଅଭିନୟ ଜୀବନକାଳରେ ‘ମିଷ୍ଟର ଏବଂ ମିସେସ୍‌ ୫୫’, ‘ଚଲତି କା ନାମ୍‌ ଗାଡ଼ି’, ‘କାଲାପାନି’, ‘ହାଓ୍ବଡ଼ା ବ୍ରିଜ୍‌’ ଏବଂ ‘ମୋଗଲ-ଇ-ଆଜମ’ ଆଦି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ। ୧୯୬୯ରେ ମାତ୍ର ୩୬ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଥିଲା। ଆଲିଆ ଭଟ୍ଟ ଅଭିନୀତ ଚଳଚ୍ଚିତ୍ର ‘ଡାର୍ଲିଂ’ରେ ପ୍ରଥମ ନିର୍ଦ୍ଦେଶନା ଦେଇଥିବା ରିନ୍‌ ଉକ୍ତ ବାୟୋପିକ୍‌ ପ୍ରୋଜେକ୍ଟ ସମ୍ପର୍କରେ ନିଜ ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri