ମଧୁବାଲାଙ୍କ ଉପରେ ହେବ ବାୟୋପିକ୍‌

ମୁମ୍ବାଇ: ଭାରତର କିମ୍ବଦନ୍ତୀ ଅଭିନେତ୍ରୀ ମଧୁବାଲାଙ୍କ ଜୀବନୀ ଉପରେ ଖୁବ୍‌ଶୀଘ୍ର ବାୟୋପିକ୍‌ ନିର୍ମାଣ ହେବାକୁ ଯାଉଛି। ‘ଡାର୍ଲିଂ’ ଚଳଚ୍ଚିତ୍ରର ନିର୍ଦ୍ଦେଶକ ତଥା ଚିତ୍ର ନିର୍ମାତା ଜସ୍ମିତ କେ. ରିନ୍‌ ଏହି ଜୀବନୀ ଚଳଚ୍ଚିତ୍ରର ସଞ୍ଚାଳନ କରିବେ ବୋଲି ଶୁକ୍ରବାର ଘୋଷଣା କରିଛନ୍ତି। ଉକ୍ତ ବାୟୋପିକ୍‌ ସମ୍ପର୍କରେ ସୋନି ପିକ୍ଚର୍ସ ଇଣ୍ଟରନ୍ୟାଶନାଲ ପ୍ରଡକ୍‌ଶନ୍ସ ପକ୍ଷରୁ ଏହାର ସୋସିଆଲ ମିଡିଆ ହ୍ୟାଣ୍ଡଲ୍‌ରେ ଘୋଷଣା କରାଯାଇଛି। ବଲିଉଡ୍‌ର ଅନ୍ୟତମ ସବୁଠୁ ଆଇକନିକ୍‌ ତାରକାଙ୍କ ଚିର ଆକର୍ଷଣୀୟ ଏବଂ ସମସ୍ତଙ୍କ ହୃଦୟକୁ ବାନ୍ଧିରଖିବା ଭଳି କାହାଣୀ ଉପରେ ଚଳଚ୍ଚିତ୍ର ନିର୍ମାଣ ପାଇଁ ଆମେ ପ୍ରସ୍ତୁତ ବୋଲି ଷ୍ଟୁଡିଓ ପକ୍ଷରୁ ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ କରାଯାଇଛି। ହିନ୍ଦୀ ସିନେମାର ସୁବର୍ଣ୍ଣ ଯୁଗରେ ଆଗଧାଡ଼ିର ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ ମଧୁବାଲା ତାଙ୍କର ସଂକ୍ଷିପ୍ତ ଅଭିନୟ ଜୀବନକାଳରେ ‘ମିଷ୍ଟର ଏବଂ ମିସେସ୍‌ ୫୫’, ‘ଚଲତି କା ନାମ୍‌ ଗାଡ଼ି’, ‘କାଲାପାନି’, ‘ହାଓ୍ବଡ଼ା ବ୍ରିଜ୍‌’ ଏବଂ ‘ମୋଗଲ-ଇ-ଆଜମ’ ଆଦି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ। ୧୯୬୯ରେ ମାତ୍ର ୩୬ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଥିଲା। ଆଲିଆ ଭଟ୍ଟ ଅଭିନୀତ ଚଳଚ୍ଚିତ୍ର ‘ଡାର୍ଲିଂ’ରେ ପ୍ରଥମ ନିର୍ଦ୍ଦେଶନା ଦେଇଥିବା ରିନ୍‌ ଉକ୍ତ ବାୟୋପିକ୍‌ ପ୍ରୋଜେକ୍ଟ ସମ୍ପର୍କରେ ନିଜ ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପା ହେଲେ ଏହି ବଲିଉଡ୍‌ ଅଭିନେତା

ବମ୍ବେ: ପୁଣିଥରେ ବାପା ହୋଇଛନ୍ତି ବଲିଉଡ୍‌ ଅଭିନେତା ହରମନ ବାବେଜା। ତାଙ୍କ ଘରକୁ ଏକ କୁନି ରାଜକୁମାରୀ ଆସିଛନ୍ତି। ମାର୍ଚ୍ଚରେ ଅଭିନେତା ବାପା ହୋଇଥିଲେ ହେଁ...

ସଲମାନଙ୍କ ଘର ଉପରକୁ ଗୁଳିମାଡ଼ କରିଥିବା ଅଭିଯୁକ୍ତଙ୍କ ଆତ୍ମହତ୍ୟା

ମୁମ୍ବାଇ,୧ା୫: ବି’ ଟାଉନ୍‌ର ଭାଇଜାନ ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ସଲମାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ...

ଋଷିଙ୍କୁ ମନେପକାଇଲେ ନୀତୁ

ମୁମ୍ବାଇ: ଅଭିନେତା ଋଷି କପୁରଙ୍କ ଚତୁର୍ଥ ଶ୍ରାଦ୍ଧବାର୍ଷିକୀ ମଙ୍ଗଳବାର ପାଳିତ ହୋଇଯାଇଛି। ବଲିଉଡ୍‌ ଇଣ୍ଡଷ୍ଟ୍ରିର ଏହି ଭେଟେରାନ ଅଭିନେତାଙ୍କର ଦେହାନ୍ତ ହେବାରେ ଇତି ମଧ୍ୟରେ ୪...

ଏହି ଯୁବ କ୍ରିକେଟରଙ୍କୁ ନେଇ ମନର କଥା କହିଲେ ଶାହାରୁଖ

ମୁମ୍ବାଇ,୩୦।୪: କୋଲକାତା ନାଇଟ ରାଇଡର୍ସ ମାଲିକ ଶାହରୁଖ ଖାନ ଆସନ୍ତା ଟି -୨୦ ବିଶ୍ୱକପରେ ତାଙ୍କ ଦଳର ଆକ୍ରମଣାତ୍ମକ ବ୍ୟାଟ୍ସମ୍ୟାନ ରିଙ୍କୁ ସିଂଙ୍କୁ ଭାରତୀୟ ଦଳରେ...

ପୁଅ ଅଭ୍ୟାନଙ୍କ ସହ ୱାର୍କଆଉଟ୍‌ କଲେ ଦିୟା

ମୁମ୍ବାଇ: ବଲିଉଡ୍‌ର ଷ୍ଟାର୍‌ ଅଭିନେତ୍ରୀମାନଙ୍କ ମଧ୍ୟରୁ ଦିୟା ମିର୍ଜା ଅନ୍ୟତମ। ସେ ନିଜର ନିଖୁଣ ଅଭିନୟ ଦ୍ୱାରା ବହୁବାର ଦର୍ଶକଙ୍କ ପ୍ରଶଂସା ସାଉଁଟିବାରେ ସଫଳ ହୋଇଛନ୍ତି। ମିସ୍‌...

ଫସିଗଲେ ଅଭିନେତା ସାହିଲ

ମୁମ୍ବାଇ,୨୮।୪: ମହାଦେବ ଅନଲାଇନ ବେଟିଂ ଆପ ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁମ୍ବାଇ ପୋଲିସ ବର୍ତ୍ତମାନ ଠକେଇ ଏବଂ ଜୁଆର ବିଭିନ୍ନ ବିଭାଗରେ ଆପର ପ୍ରମୋଟରଙ୍କ...

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

ରାମାୟଣ ସେଟ୍‌ରୁ ରଣବୀର କପୁର-ସାଇ ପଲ୍ଲବୀଙ୍କ ଲୁକ୍‌ ଭାଇରାଲ୍‌, ରାମ-ସୀତା ଅବତାରରେ ଆସିଲେ ନଜର

ଭୁବନେଶ୍ୱର,୨୭।୪: ନିର୍ଦ୍ଦେଶକ ନୀତେଶ ତିୱାରୀଙ୍କ ଫିଲ୍ମ ‘ରାମାୟଣ’କୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ଫିଲ୍ମରେ ରଣବୀର କପୁର ପ୍ରଭୁ ରାମଙ୍କ ଭୂମିକାରେ ନଜର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri