ପ୍ରତି ସପ୍ତାହରେ ହେବ ନୃତ୍ୟ, ଗୀତ କାର୍ଯ୍ୟକ୍ରମ

ଯାଜପୁର ଅଫିସ,୧୩।୪:  ଯାଜପୁର ଜିଲା ସଂସ୍କୃତି ପରିଷଦ ବୈଠକ ମଙ୍ଗଳବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ତଥା ଜିଲା ସଂସ୍କୃତି ଭବନ ପରିଷଦ ଅଧ୍ୟକ୍ଷ ଚକ୍ରବର୍ତ୍ତୀ ସିଂହ ରାଠୋର ଅଧ୍ୟକ୍ଷତା କରି ସଂସ୍କୃତିର ବିକାଶ, ସାଂସ୍କୃତିକ ସ୍ଥଳର ବିକାଶ ଓ କଳାକାରଙ୍କ ଉନ୍ନତି ପାଇଁ ସଂସ୍କୃତି ପରିଷଦ କାର୍ଯ୍ୟକରି ଚାଲିଥିବ ବୋଲି କହିଥିଲେ। କରୋନା ପାଇଁ ୨ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ସଂସ୍କୃତି ପରିଷଦର କୌଣସି କାର୍ଯ୍ୟକ୍ରମ ହୋଇପାରି ନାହିଁ। ତେଣୁ ବର୍ତ୍ତମାନ ଏହି ପରିଷଦକୁ ଆଉ ଗୋଟିଏ ଅବଧି ବୃଦ୍ଧି କରିବା ସହ ସଂସ୍କୃତିକୁ ଆଗେଇନେବାକୁ ସେ ବିବିଧ ପ୍ରସ୍ତାବ ଦେଇଥିଲେ। ସହରର ଗୌତମ ବୁଦ୍ଧ ସଂସ୍କୃତି ଭବନ ଓ ଯାଜପୁର ରୋଡ୍‌ ସଂସ୍କୃତି ଭବନଠାରେ ପ୍ରତି ସପ୍ତାହରେ ନୃତ୍ୟ, ଗୀତ, ଚିତ୍ରାଙ୍କନ ଆଦି କାର୍ଯ୍ୟକ୍ରମ କରାଯିବ ା ଏଥିପାଇଁ ଜିଲାପାଳ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ତେବେ ଏଯାଏ ଯାଜପୁରରୋଡ୍‌ ସଂସ୍କୃତି ଭବନ ଉଦ୍‌ଘାଟନ ହୋଇ ନ ଥିବା ବେଳେ କିଭଳି ସେଠାରେ କାର୍ଯ୍ୟକ୍ରମ ଆରମ୍ଭ ହେବ ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି।
ଗତ ୨ ବର୍ଷ ହେବ ସଂସ୍କୃତି ଭବନ କାମ ପ୍ରାୟ ଶେଷ ହୋଇଛି। କିନ୍ତୁ କେଉଁ କାରଣରୁ ସେହି ଭବନର ଉଦ୍‌ଘାଟନ କରାଯାଉନାହିଁ ତାହା ଆଲୋଚନାର ବିଷୟ ହୋଇଛି। ଅତିରିକ୍ତ ଜିଲାପାଳ (ରାଜସ୍ବ) ଅକ୍ଷୟ କୁମାର ମଲ୍ଳ୍‌ିକ, ଜିଲା ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ଅଧିକାରୀ ଦୁର୍ଯ୍ୟୋଧନ ମଲ୍ଳ୍‌ିକ ଯଯାତି ପୁସ୍ତକ ପ୍ରକାଶନକୁ ତ୍ୱରାନ୍ବିତ କରାଯିବା ସହ ଆଗାମୀ ୨ ମାସ ମଧ୍ୟରେ ପୁସ୍ତକ କାର୍ଯ୍ୟ ସମାପନ କରିବାକୁ ପ୍ରସ୍ତାବ ଦେଇଥିଲେ। ବୈଠକରେ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ରଶ୍ମିରେଖା ପ୍ରଧାନ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ଶଶୀଧର ସିଂହ, ଜିଲା ସାମାଜିକ ଓ ସାଂସ୍କୃତିକ ପ୍ରଚାରକ ଅଶ୍ୱିନୀ କୁମାର ସାହୁ, ସଦସ୍ୟ ସୂର୍ଯ୍ୟମଣି ଖୁଣ୍ଟିଆ, ପ୍ରିୟରଞ୍ଜନ କର, ବାଇଧର ମାଝି, ସନ୍ତୋଷ କୁମାର ମଲ୍ଳ୍‌ିକ, ସଂଯୁକ୍ତା ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?