୧୫ରୁ ଦୁବାଇକୁ ସିଧାସଳଖ ଉଡ଼ିବ ବିମାନ

ଭୁବନେଶ୍ୱର, ୧୩।୫ (ବ୍ୟୁରୋ): ଆସନ୍ତା ୧୫ ତାରିଖ ସୋମବାରଠାରୁ ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଉଡ଼ିବ। ଏଥିପାଇଁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି। ସୋମବାର ସନ୍ଧ୍ୟା ୬ଟା ୪୫ରେ ବିମାନଟି ଭୁବନେଶ୍ୱର ଛାଡିବ ଏବଂ ରାତି ୯ଟା ୪୫ରେ ଦୁବାଇ ବିମାନବନ୍ଦରରେ ପହଞ୍ଚତ୍ବ। ୧୮୦ ସିଟ୍‌ ବିଶିଷ୍ଟ ଇଣ୍ଡିଗୋର ଏହି ବିମାନରେ ପ୍ରଥମ ଦିନରେ ଓଡ଼ିଶାରୁ ୧୭୦ଜଣ ଯାତ୍ରୀ ଦୁବାଇ ଅଭିମୁଖେ ଯାତ୍ରା କରିବା ନେଇ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରେ ୭୦ଜଣ ସ୍ବତନ୍ତ୍ର ପ୍ରତିନିଧି ମଣ୍ଡଳୀ ରହିଥିବାବେଳେ ୧୫ଜଣ ବିଧାୟକ ରହିଛନ୍ତି। ଏହି ବିମାନ ସେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ଦେଖାଇ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ପର୍ଯ୍ୟଟନ ବିଭାଗ ପକ୍ଷରୁ ବିମାନବନ୍ଦରରେ ସମସ୍ତ ଯାତ୍ରୀଙ୍କୁ ଫୁଲରେ ସ୍ବାଗତ କରାଯିବା ସହ ଅନ୍ୟାନ୍ୟ ବ୍ୟବସ୍ଥା ରହିଛି। ସପ୍ତାହରେ ୩ଦିନ ଯଥା ସୋମବାର, ବୁଧବାର ଏବଂ ଶୁକ୍ରବାର ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଉଡିବ ବୋଲି ବିମାନବନ୍ଦର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଅପରପକ୍ଷେ ଦୁବାଇ କନ୍‌ସୁଲେଟ୍‌ ପକ୍ଷରୁ ପ୍ରଥମ ବିମାନଯାତ୍ରୀଙ୍କ ପାଇଁ ୧୬ରେ ଲଞ୍ଚ ହୋଷ୍ଟ କରିବାର ଯୋଜନା ରହିଛି।
ସୂଚନାଯୋଗ୍ୟ, ଏପ୍ରିଲ ୧ ଓଡ଼ିଶା ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିପାଇଁ ଅନ୍‌ଲାଇନ୍‌ ଟିକେଟ ବିକ୍ରିର ଶୁଭାରମ୍ଭ କରିଥିଲେ। ଏଥିସହ ମୁଖ୍ୟମନ୍ତ୍ରୀ ପ୍ରଥମ ୮ଟି ଟିକେଟ ମିଶନ୍‌ ଶକ୍ତି ମହିଳା, ଖେଳାଳି, ଜନଜାତି ନେତା, କଳାକାରଙ୍କୁ ପ୍ରଦାନ କରିଥିଲେ। ପୂର୍ବରୁ ଭୁବନେଶ୍ୱରରୁ ଦୁବାଇକୁ ଯିବା ପାଇଁ ସିଧାସଳଖ ବିମାନ ନ ଥିବାବେଳେ ଏହା ଅଧିକ ସମୟ ସାପେକ୍ଷ ହେଉଥିଲା। ମାତ୍ର ଏବେ ଖୁବ୍‌ କମ୍‌ ସମୟ ମଧ୍ୟରେ ଦୁବାଇରେ ପହଞ୍ଚତ୍ ହେବ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri