୧୫ରୁ ଦୁବାଇକୁ ସିଧାସଳଖ ଉଡ଼ିବ ବିମାନ

ଭୁବନେଶ୍ୱର, ୧୩।୫ (ବ୍ୟୁରୋ): ଆସନ୍ତା ୧୫ ତାରିଖ ସୋମବାରଠାରୁ ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଉଡ଼ିବ। ଏଥିପାଇଁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି। ସୋମବାର ସନ୍ଧ୍ୟା ୬ଟା ୪୫ରେ ବିମାନଟି ଭୁବନେଶ୍ୱର ଛାଡିବ ଏବଂ ରାତି ୯ଟା ୪୫ରେ ଦୁବାଇ ବିମାନବନ୍ଦରରେ ପହଞ୍ଚତ୍ବ। ୧୮୦ ସିଟ୍‌ ବିଶିଷ୍ଟ ଇଣ୍ଡିଗୋର ଏହି ବିମାନରେ ପ୍ରଥମ ଦିନରେ ଓଡ଼ିଶାରୁ ୧୭୦ଜଣ ଯାତ୍ରୀ ଦୁବାଇ ଅଭିମୁଖେ ଯାତ୍ରା କରିବା ନେଇ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରେ ୭୦ଜଣ ସ୍ବତନ୍ତ୍ର ପ୍ରତିନିଧି ମଣ୍ଡଳୀ ରହିଥିବାବେଳେ ୧୫ଜଣ ବିଧାୟକ ରହିଛନ୍ତି। ଏହି ବିମାନ ସେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ଦେଖାଇ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ପର୍ଯ୍ୟଟନ ବିଭାଗ ପକ୍ଷରୁ ବିମାନବନ୍ଦରରେ ସମସ୍ତ ଯାତ୍ରୀଙ୍କୁ ଫୁଲରେ ସ୍ବାଗତ କରାଯିବା ସହ ଅନ୍ୟାନ୍ୟ ବ୍ୟବସ୍ଥା ରହିଛି। ସପ୍ତାହରେ ୩ଦିନ ଯଥା ସୋମବାର, ବୁଧବାର ଏବଂ ଶୁକ୍ରବାର ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଉଡିବ ବୋଲି ବିମାନବନ୍ଦର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଅପରପକ୍ଷେ ଦୁବାଇ କନ୍‌ସୁଲେଟ୍‌ ପକ୍ଷରୁ ପ୍ରଥମ ବିମାନଯାତ୍ରୀଙ୍କ ପାଇଁ ୧୬ରେ ଲଞ୍ଚ ହୋଷ୍ଟ କରିବାର ଯୋଜନା ରହିଛି।
ସୂଚନାଯୋଗ୍ୟ, ଏପ୍ରିଲ ୧ ଓଡ଼ିଶା ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିପାଇଁ ଅନ୍‌ଲାଇନ୍‌ ଟିକେଟ ବିକ୍ରିର ଶୁଭାରମ୍ଭ କରିଥିଲେ। ଏଥିସହ ମୁଖ୍ୟମନ୍ତ୍ରୀ ପ୍ରଥମ ୮ଟି ଟିକେଟ ମିଶନ୍‌ ଶକ୍ତି ମହିଳା, ଖେଳାଳି, ଜନଜାତି ନେତା, କଳାକାରଙ୍କୁ ପ୍ରଦାନ କରିଥିଲେ। ପୂର୍ବରୁ ଭୁବନେଶ୍ୱରରୁ ଦୁବାଇକୁ ଯିବା ପାଇଁ ସିଧାସଳଖ ବିମାନ ନ ଥିବାବେଳେ ଏହା ଅଧିକ ସମୟ ସାପେକ୍ଷ ହେଉଥିଲା। ମାତ୍ର ଏବେ ଖୁବ୍‌ କମ୍‌ ସମୟ ମଧ୍ୟରେ ଦୁବାଇରେ ପହଞ୍ଚତ୍ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ନିଆଁବର୍ଷା! ୩୫ ଛୁଇଁଲାଣି ପାରା

ଭୁବନେଶ୍ୱର,୨୦।୪: ଆଜି ବି କଲବଲ କରିବ ତାତି । ସକାଳୁ ଛୁଇଁଲାଣି ୩୫ । ଆଜି ସକାଳ ୮ଟା ସୁଦ୍ଧା ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା...

ରାଜନୀତିରେ ରାଜାରାଣୀ, ଜୋରଦାର ହେବ ଲଢେଇ

ଭୁବନେଶ୍ୱର,୨୦।୪: ୨୦୨୪ ନିର୍ବାଚନରେ ଓଡିଶା ଦେଖିବାକୁ ଯାଉଛି ଭିନ୍ନ ଧରଣର ଲଢେଇ। କାରଣ ଏଥର ରାଜ୍ୟ ରାଜନୀତିକୁ ଏଣ୍ଟ୍ରି ମାରିଛନ୍ତି ରାଜ ପରିବାର। ମଇଦାନରେ ଜନତା...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ

ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର...

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ...

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri