କୋରାପୁଟରେ ହେବ ଫୁଡ଼ ପାର୍କ: ମନ୍ତ୍ରୀ

କୋରାପୁଟ,୨୭ା୬( ଅମିତାଭ ବେହେରା): କୋରାପୁଟ ଗସ୍ତରେ ଗୁରୁବାର ରାଜ୍ୟ ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ, ବିଜ୍ଞାନ ଓ କାରିଗରି ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆସି ବିଭାଗୀୟ କାର୍ଯ୍ୟର ସମୀକ୍ଷା କରିଛନ୍ତ।

ସଦ୍‌ଭାବନା ସଭା ଗୃହରେ ଆୟୋଜିତ ସମୀକ୍ଷା ବୈଠକରେ ମନ୍ତ୍ରୀ ପାତ୍ର ଯୋଗଦେଇ କୋରାପୁଟରେ ଏକ ଫୁଡ଼ ପାର୍କ ନିର୍ମାଣ କରାଯିବାକୁ ଘୋଷଣା କରିଥିଲେ। ଜିଲାରେ ଥିବା ସମସ୍ତ ଖାଉଟି କାର୍ଡଗୁଡିକ ଯାଞ୍ଚ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ।

ଜିଲାରେ ଏବେ କିଛି ଦିନ ହେଲା ଆଳୁ, ପିଆଜ ସମେତ ବିଭିନ୍ନ ନିତ୍ୟ ବ୍ୟବହାର ସାମଗ୍ରୀର ଦର ଅହେତୁକ ବୃଦ୍ଧି ହୋଇଛି। ଏହା ଉପରେ ଲଗାମ ଲଗାଇବାକୁ ଜିଲାପାଳଙ୍କୁ ପଦକ୍ଷେପ ନେବାକୁ ପରାମର୍ଶ ଦେଇଥିଲେ।

ବିଶେଷ କରି ଜିଲାରେ ଥିବା ପ୍ରକୃତ ଗରିବ ହିତାଧିକାରୀଙ୍କୁ ଚିହ୍ନଟ କରାଯାଇ ଖାଉଟି କାର୍ଡ ପ୍ରଦାନ କରାଯିବ। ଦୁର୍ଗମ ଅଞ୍ଚଳରେ ବସବାସ କରୁଥିବା ହିତାଧିକାରୀଙ୍କ ନିକଟରେ ପିଡିଏସ୍‌ ଚାଉଳ ପହଞ୍ଚାଇବା, କୃଷକମାନଙ୍କୁ ଉପଯୁକ୍ତ ସମ୍ମାନ ଦେବା ସହ ଚାଷୀଙ୍କଠାରୁ ଧାନ ସଂଗ୍ରହ କରି ତୁରନ୍ତ ଧାନର ଉପଯୁକ୍ତ ଅର୍ଥ ପୈଠ କରାଯିବା ଉପରେ ମନ୍ତ୍ରୀ ପାତ୍ର ଆଲୋଚନା କରିଥିଲେ।

ସେହିପରି ଜିଲାରେ ଫୁଡ ଇନ୍ସପେକ୍ଟର ଦୀର୍ଘ ବର୍ଷ ଧରି ନ ଥିବା ବେଳେ ଜିଲାର ବିଭିନ୍ନ ଅଞ୍ଚଳରେ ନିମ୍ନମାନର ଖାଦ୍ୟ ଗ୍ରାହକଙ୍କୁ ପ୍ରଦାନ କରାଯାଇ ଅତ୍ୟଧିକ ମୂଲ୍ୟ ନିଆ ଯାଉଥିବାରୁ ତୁରନ୍ତ ଜିଲାରେ ଖାଲିଥିବା ଏହି ପଦବୀ ପୂରଣ କରାଯିବ ବୋଲି ସେ କହିଥିଲେ।

ସେହିପରି ଧାନ କ୍ରୟ ବେଳେ କୌଣସି କଟନୀ ଛଟନୀ ଯେପରି ନ ହୁଏ ଏବଂ ଏହି କାର୍ଯ୍ୟ ଯିଏ କରୁଥିବେ ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ କହିଥିଲେ।

ବୈଠକରେ କୋରାପୁଟ ବିଧାୟକ ରଘୁରାମ ମାଛ, ପଟ୍ଟାଙ୍ଗି ବିଧାୟକ ରାମଚନ୍ଦ୍ର କଡ଼ାମ, କୋଟପାଡ଼ ବିଧାୟକ ରୂପ ଭତ୍ରା, ଲକ୍ଷ୍ମୀପୁର ବିଧାୟକ ପବିତ୍ର ସାଡନ୍ତା, ଜିଲାପାଳ ଭି. କିର୍ତ୍ତୀ ଭାସନ, ଜିଲା ଯୋଗାଣ ଅଧିକାରୀ ପିକେ ପଣ୍ଡା, ସହକାରୀ ଯୋଗାଣ ଅଧିକାରୀ ହରପାଳ ସିଂଙ୍କ ସହ ସମସ୍ତ ଜିଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri