ବାଲେଶ୍ୱରରେ ହେବ ବଜ୍ରପାତ ଗବେଷଣା କେନ୍ଦ୍ର

ଭୁବନେଶ୍ୱର,(ବ୍ୟୁରୋ)/ବାଲେଶ୍ୱର ଅଫିସ, ୬।୨: ଦେଶର ପ୍ରଥମ ବଜ୍ରପାତ ଗବେଷଣା କେନ୍ଦ୍ର (ଥଣ୍ଡରଷ୍ଟର୍ମ ରିସର୍ଚ୍ଚ ଟେଷ୍ଟ ବେଡ୍‌) ବାଲେଶ୍ୱରରେ ପ୍ରତିଷ୍ଠା ହେବ। ଶୁକ୍ରବାର ଭାରତୀୟ ପାଣିପାଗ ବିଭାଗ ଡାଇରେକ୍ଟର ଜେନେରାଲ ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି। ଖୁବ୍‌ଶୀଘ୍ର ଏ ଦିଗରେ ଭୂ-ବିଜ୍ଞାନ ମନ୍ତ୍ରଣାଳୟ କାମ ଆରମ୍ଭ କରିବ ବୋଲି ସେ କହିଛନ୍ତି। ଓଡ଼ିଶା ସମେତ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡରେ ପ୍ରତ୍ୟେକ ବର୍ଷ ଏପ୍ରିଲରୁ ଜୁନ୍‌ ମଧ୍ୟରେ ଅଧିକ ମାତ୍ରାରେ ବଜ୍ରପାତ ହୋଇଥାଏ। ଏହାଦ୍ୱାର ବହୁ ସଂଖ୍ୟାରେ ଧନଜୀବନ ନଷ୍ଟ ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାରେ ଉକ୍ତ ଗବେଷଣା କେନ୍ଦ୍ର କରିବାକୁ ନିଷ୍ପତ୍ତି ହୋଇଥିବା ସେ ସୂଚନା ଦେଇଛନ୍ତି। ପ୍ରତିବର୍ଷ ଓଡ଼ିଶାରେ ପ୍ରାୟ ୩୦୦ଲୋକ ବଜ୍ରପାତର ଶିକାର ହୋଇଥାନ୍ତି। ଉତ୍ତର ଓଡ଼ିଶା ବଜ୍ରପାତପ୍ରବଣ ଅଞ୍ଚଳ। ବିଶେଷ କରି ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲାରେ ବଜ୍ରପାତଜନିତ ମୃତାହତଙ୍କ ସଂଖ୍ୟା ଅଧିକ ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବାଲେଶ୍ୱରରେ ବଜ୍ରପାତ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ଲାଗି ଆଇଏମ୍‌ଡି ପ୍ରସ୍ତାବ ଦେଇଛି। ଆଇଏମ୍‌ଡି, ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର(ଇସ୍ରୋ), ଭୂ-ବିଜ୍ଞାନ ମନ୍ତ୍ରଣାଳୟ ସହ ଡିଆର୍‌ଡିଓ ମିଳିତ ଭାବେ ଏଥିପାଇଁ କାମ କରିବେ। ଏହି କେନ୍ଦ୍ରରେ ଅତ୍ୟାଧୁନିକ ପାଣିପାଗ ମାପକ ଯନ୍ତ୍ର ସହିତ ଅତ୍ୟାଧୁନିକ ଯନ୍ତ୍ରପାତି ରହିବ। କାଳବୈଶାଖୀ କିମ୍ବା ବଜ୍ରପାତ ପୂର୍ବରୁ ଆଗୁଆ ଓ ନିର୍ଦ୍ଦିଷ୍ଟ ଅଞ୍ଚଳ ପାଇଁ ପୂର୍ବାନୁମାନ କରାଯାଇପାରିବ। ଭାରତରେ ପ୍ରଥମଥର ପାଇଁ ଏଭଳି ଅତ୍ୟାଧୁନିକ ବ୍ୟବସ୍ଥା କାର୍ଯ୍ୟକ୍ଷମ ହେବ। ଏହି ବ୍ୟବସ୍ଥାକୁ ପୂର୍ଣ୍ଣାଙ୍ଗ ଭାବେ କାର୍ଯ୍ୟକ୍ଷମ କରିବାକୁ ପ୍ରାୟ ୫ ବର୍ଷ ଲାଗିବ। ବୈଜ୍ଞାନିକମାନଙ୍କର ଏକ ମିଳିତ ଟିମ୍‌ କାମ କରିବାକୁ ଥିବାବେଳେ ବଜ୍ରପାତ ଯୋଗୁ ଧନଜୀବନ ହାନି ରୋକିବାରେ ଏହା ସହାୟକ ହେବ ବୋଲି ମହାପାତ୍ର କହିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ବଜ୍ରପାତ ଯୋଗୁ ଓଡ଼ିଶାରେ ଗତ ୯ ବର୍ଷ ମଧ୍ୟରେ ୩୨୧୮ ଜଣଙ୍କର ଜୀବନ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri