ବାଲେଶ୍ୱରରେ ହେବ ବଜ୍ରପାତ ଗବେଷଣା କେନ୍ଦ୍ର

ଭୁବନେଶ୍ୱର,(ବ୍ୟୁରୋ)/ବାଲେଶ୍ୱର ଅଫିସ, ୬।୨: ଦେଶର ପ୍ରଥମ ବଜ୍ରପାତ ଗବେଷଣା କେନ୍ଦ୍ର (ଥଣ୍ଡରଷ୍ଟର୍ମ ରିସର୍ଚ୍ଚ ଟେଷ୍ଟ ବେଡ୍‌) ବାଲେଶ୍ୱରରେ ପ୍ରତିଷ୍ଠା ହେବ। ଶୁକ୍ରବାର ଭାରତୀୟ ପାଣିପାଗ ବିଭାଗ ଡାଇରେକ୍ଟର ଜେନେରାଲ ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି। ଖୁବ୍‌ଶୀଘ୍ର ଏ ଦିଗରେ ଭୂ-ବିଜ୍ଞାନ ମନ୍ତ୍ରଣାଳୟ କାମ ଆରମ୍ଭ କରିବ ବୋଲି ସେ କହିଛନ୍ତି। ଓଡ଼ିଶା ସମେତ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡରେ ପ୍ରତ୍ୟେକ ବର୍ଷ ଏପ୍ରିଲରୁ ଜୁନ୍‌ ମଧ୍ୟରେ ଅଧିକ ମାତ୍ରାରେ ବଜ୍ରପାତ ହୋଇଥାଏ। ଏହାଦ୍ୱାର ବହୁ ସଂଖ୍ୟାରେ ଧନଜୀବନ ନଷ୍ଟ ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାରେ ଉକ୍ତ ଗବେଷଣା କେନ୍ଦ୍ର କରିବାକୁ ନିଷ୍ପତ୍ତି ହୋଇଥିବା ସେ ସୂଚନା ଦେଇଛନ୍ତି। ପ୍ରତିବର୍ଷ ଓଡ଼ିଶାରେ ପ୍ରାୟ ୩୦୦ଲୋକ ବଜ୍ରପାତର ଶିକାର ହୋଇଥାନ୍ତି। ଉତ୍ତର ଓଡ଼ିଶା ବଜ୍ରପାତପ୍ରବଣ ଅଞ୍ଚଳ। ବିଶେଷ କରି ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲାରେ ବଜ୍ରପାତଜନିତ ମୃତାହତଙ୍କ ସଂଖ୍ୟା ଅଧିକ ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବାଲେଶ୍ୱରରେ ବଜ୍ରପାତ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ଲାଗି ଆଇଏମ୍‌ଡି ପ୍ରସ୍ତାବ ଦେଇଛି। ଆଇଏମ୍‌ଡି, ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର(ଇସ୍ରୋ), ଭୂ-ବିଜ୍ଞାନ ମନ୍ତ୍ରଣାଳୟ ସହ ଡିଆର୍‌ଡିଓ ମିଳିତ ଭାବେ ଏଥିପାଇଁ କାମ କରିବେ। ଏହି କେନ୍ଦ୍ରରେ ଅତ୍ୟାଧୁନିକ ପାଣିପାଗ ମାପକ ଯନ୍ତ୍ର ସହିତ ଅତ୍ୟାଧୁନିକ ଯନ୍ତ୍ରପାତି ରହିବ। କାଳବୈଶାଖୀ କିମ୍ବା ବଜ୍ରପାତ ପୂର୍ବରୁ ଆଗୁଆ ଓ ନିର୍ଦ୍ଦିଷ୍ଟ ଅଞ୍ଚଳ ପାଇଁ ପୂର୍ବାନୁମାନ କରାଯାଇପାରିବ। ଭାରତରେ ପ୍ରଥମଥର ପାଇଁ ଏଭଳି ଅତ୍ୟାଧୁନିକ ବ୍ୟବସ୍ଥା କାର୍ଯ୍ୟକ୍ଷମ ହେବ। ଏହି ବ୍ୟବସ୍ଥାକୁ ପୂର୍ଣ୍ଣାଙ୍ଗ ଭାବେ କାର୍ଯ୍ୟକ୍ଷମ କରିବାକୁ ପ୍ରାୟ ୫ ବର୍ଷ ଲାଗିବ। ବୈଜ୍ଞାନିକମାନଙ୍କର ଏକ ମିଳିତ ଟିମ୍‌ କାମ କରିବାକୁ ଥିବାବେଳେ ବଜ୍ରପାତ ଯୋଗୁ ଧନଜୀବନ ହାନି ରୋକିବାରେ ଏହା ସହାୟକ ହେବ ବୋଲି ମହାପାତ୍ର କହିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ବଜ୍ରପାତ ଯୋଗୁ ଓଡ଼ିଶାରେ ଗତ ୯ ବର୍ଷ ମଧ୍ୟରେ ୩୨୧୮ ଜଣଙ୍କର ଜୀବନ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?