Posted inଜାତୀୟ

୩୦ ପରେ ମହାରାଷ୍ଟ୍ରରେ ରହିବ ଲକ୍‌ଡାଉନ କଟକଣା

ମୁମ୍ବାଇ,୨୯ା୬(ପି.ଟି.): ମହାରାଷ୍ଟ୍ରରେ ଜୁନ୍‌ ୩୦ ପରେ ମଧ୍ୟ ଲକ୍‌ଡାଉନ କଟକଣା ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ରବିବାର କହିଛନ୍ତି। ମହାରାଷ୍ଟ୍ର କରୋନା ମହାମାରୀ ଦ୍ୱାରା ସର୍ବାଧିକ ସଂକ୍ରମିତ ହୋଇଥିବାବେଳେ କଟକଣା କୋହଳ କରାଯିବାର ପ୍ରଶ୍ନ ଉଠୁନାହିଁ ବୋଲି ଉଦ୍ଧବ ଏକ ଟେଲିଭିଜନ ବାର୍ତ୍ତାରେ କହିଛନ୍ତି। ତେବେ ଅର୍ଥନୀତିକୁ ପୂର୍ବ ସ୍ଥିତିକୁ ଫେରାଇ ଆଣିବା ଲାଗି ଅନ୍‌ଲକ୍‌ ପ୍ରକ୍ରିୟା ଧୀରେ ଧୀରେ କାର୍ଯ୍ୟକାରୀ ହେବ। ଯାତ୍ରୀ ପରିବହନ ଉପରେ କଟକଣା ରହିବ। ସ୍ଥାନୀୟ ସେବାକୁ ଅନୁମତି ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମହାରାଷ୍ଟ୍ରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୬୪,୬୨୬ରେ ପହଞ୍ଚତ୍ଥିବାବେଳେ ୭,୪୨୯ ଜଣଙ୍କର ମୃତ୍ୟୁ ହେଲାଣି। ଗୋଟିଏ ଦିନରେ ସେଠାରେ ୫,୪୯୩ ଜଣ ସଂକ୍ରମିତ ହେବା ସହ ୧୫୬ ଜଣଙ୍କ ଜୀବନ ଯାଇଛି। ସେହିପରି ମଣିପୁର ସରକାର ମଧ୍ୟ ଲକ୍‌୍‌ଡାଉନ ଅବଧିକୁ ଜୁଲାଇ ୧୫ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ମୋଦିଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ପୁଟିନ୍‌, ଦେଖିକି ଟ୍ରମ୍ପ କାବା, ଜୟଶଙ୍କର ଗୋଟିଏ ସାକ୍ଷାତରେ…

ଓ୍ବାଶିଂଟନ୍‌,୩।୪: ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ ଅବରୋଧ ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ମଧ୍ୟରେ, ଭାରତକୁ ରୁଷିଆଠାରୁ ଗୁରୁତ୍ୱପୂର୍ଣ୍ଣ…

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri