ବୈପାରିଗୁଡା ବ୍ଲକରେ ହେବ ମଡେଲ ଜଳ ବିଭାଜିକା ପ୍ରକଳ୍ପ

କୋରାପୁଟ,୨୪।୪(ସ୍ବ.ପ୍ର.): ଭାରତୀୟ ମୃତ୍ତିକା ଓ ଜଳ ସଂରକ୍ଷଣ ସଂସ୍ଥାନ (ଆଇସିଏଆର)ର ଜ୍ଞାନ କୌଶଳ ସହାୟତାରେ କୋରାପୁଟ ଜିଲା ବୈପାରିଗୁଡା ବ୍ଲକର ଜି. ମାଳିଗୁଡାଠାରେ ମଡେଲ ଜଳ ବିଭାଜିକା ପ୍ରକଳ୍ପ ନିର୍ମାଣ ହେବ। ରାଜ୍ୟ ମୃତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା ନିର୍ଦ୍ଦେଶକ ହେମନ୍ତ କୁମାର ପଣ୍ଡା ଉକ୍ତ ଅଞ୍ଚଳକୁ ଗସ୍ତ ପରେ କ୍ଷେତ୍ର ପରିଦର୍ଶନରେ କରି ଏହି ସୂଚନା ଦେଇଛନ୍ତି। ତାଙ୍କ ସହ ସୁନାବେଡାସ୍ଥିତ ଆଇସିଏଆରର ମୁଖ୍ୟ ଧ୍ରୁବଚରଣ ସାହୁ ଉପସ୍ଥିତ ଥିଲେ। ଜି.ମାଳିଗୁଡା ଗ୍ରାମର ଚାଷୀଙ୍କ ଆର୍ଥତ୍କ ଅଭିବୃଦ୍ଧି ଲକ୍ଷ୍ୟରେ କରାଯାଉଥିବା ଏହି ମଡେଲ ପ୍ରକଳ୍ପ ନିର୍ମାଣ ହେଲେ ୬୦୦ ହେକ୍ଟର ଜମି ଜଳସେଚିତ ହେବ। ୩୦ରୁ ଉର୍ଦ୍ଧ୍ୱ ପରିବାର ମିଶ୍ରିତ ଚାଷ କରି ଉପକୃତ ହେବା ନେଇ ଲକ୍ଷ୍ୟ ରଖାଯାଇଛି। ପ୍ରକଳ୍ପ ଲାଗି ଆଇସିଏଆର ପକ୍ଷରୁ ମାଟିର ଗୁଣବତା ପରୀକ୍ଷା କରାଯାଇ ଏହି ମାଟିରେ କେଉଁ ପ୍ରକାର ଚାଷ କରାଯାଇପାରିବ ଓ ସେଠାରେ କି ପ୍ରକାର ସମସ୍ୟା ରହିଛି ଏବଂ ଏହାର ସମାଧାନ କିପରି କରାଯିବ ସେ ନେଇ ଗୁରୁତ୍ୱାରୋପ କରିବାକୁ ନିର୍ଦ୍ଦେଶକ ପଣ୍ଡା ଆଇସିଏଆର ମୁଖ୍ୟଙ୍କୁ ପରାମର୍ଶ ଦେଇଛନ୍ତି। କ୍ଷେତ ପରିଦର୍ଶନବେଳେ କୋରାପୁଟ ଜିଲା ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଅରୁଣ ଦାସ, ଅତିରିକ୍ତ ଜିଲା ମୃତ୍ତିକା ସଂରକ୍ଷଣ ଅଧିକାରୀ ଅଶୋକ ସେନାପତିଙ୍କ ସମେତ ଅନ୍ୟମାନେ ଉପସ୍ଥିତ ରହିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

ଶହୀଦ ଗ୍ରାମରକ୍ଷୀଙ୍କ ପରିବାରକୁ ଭେଟି ସମ୍ବର୍ଦ୍ଧିତ ଜଣାଇଲେ ଏସଡିପିଓ, ଝିଅର ପାଠପଢାକୁ ନେଇ ଦେଲେ ଏମିତି ପ୍ରତିଶ୍ରୁତି

ପଟ୍ଟାଙ୍ଗି, ୩୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅଧୀନରେ କାର୍ଯ୍ୟ କରୁଥିବା ସ୍ବର୍ଗତ ଗ୍ରାମରକ୍ଷୀ ଜଗା ଖିଲଙ୍କ ମା , ଝିଅ ଏବଂ ସ୍ତ୍ରୀଙ୍କୁ…

କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ…

ଶୁଣୁନି ପ୍ରଶାସନ: ରାଶନ କାର୍ଡ, ଭତ୍ତାରୁ ବଞ୍ଚିତ ମହିଳା

ନନ୍ଦପୁର/ପାଡୁଆ, ୩୦।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ପାଡୁଆ ପଞ୍ଚାୟତ ସଦର ମହକୁମା ଉପରସାହିର ଲକ୍ଷ୍ମୀ ଖରା(୬୬) ସରକାରଙ୍କ ରାଶନ କାର୍ଡ, ଭତ୍ତା ଆଦି…

ଫୁଲ ତୋଳିବା ହେଲା କାଳ, କୂଅରେ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ବାହିରିପଡ଼ା ଜମି ଭିତରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ି ଜଣେ ବୃଦ୍ଧା ମହିଳାଙ୍କ…

କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ: ପ୍ରଭାତ ସଭାପତି ଓ ନିତ୍ୟାନନ୍ଦ ଉପ ସଭାପତି ନିର୍ବାଚିତ:

କୋରାପୁଟ ୨୮।୩,(ଅମିତାଭ ବେହେରା ): କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ ଶେଷ ହୋଇଛି । ଲଗାତାର ଚତୁର୍ଥ ଥର ପାଇଁ କୋରାପୁଟ ବାର୍ ଆସୋସିଏଶନର ସଭାପତି ଭାବେ…

ବଦଳିଲେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି, ଏହି ବ୍ୟକ୍ତିଙ୍କୁ ମିଳିଲା ଦାୟିତ୍ୱ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ପଟ୍ଟାଙ୍ଗି,୨୭।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ନିମନ୍ତେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି ଭାବେ ଗୁପ୍ତ ଶଙ୍କର ପଟ୍ଟନାୟକଙ୍କୁ ବିଧାୟକ କାଡାମ ମନୋନୀତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri