ଶଗଡ଼ିଆ ନାଳ ଉପରେ ହେବ ପୋଲ

ଛେଣ୍ଡିପଦା,୧୭ା୧୨(ସ୍ବ.ପ୍ର.): ଛେଣ୍ଡିପଦା ବ୍ଲକ ଟାଙ୍ଗିରୀ ପଞ୍ଚାୟତ ସରପାଳ ଗ୍ରାମରୁ ଟାଙ୍ଗିରୀକୁ ନିର୍ମାଣ ହେଉଥିବା ଏକ ରାସ୍ତାରେ ଥିବା ନାଳ ଉପରେ ପୋଲ ତିଆରି କରାଯିବ। ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା ଗୁରୁବାର ଘଟଣାସ୍ଥଳ ପରିଦର୍ଶନ କରିବା ସହ ଏହି ପ୍ରତିଶ୍ରୁତି ଦେଇଥିବା ସୂଚନା ମିଳିଛି।
ପ୍ରକାଶ ଯେ, ସରପାଳରେ ୨ଶହରୁ ଅଧିକ ପରିବାର ବସବାସ କରୁଛନ୍ତି। ହେଲେ ପଞ୍ଚାୟତ କାର୍ଯ୍ୟାଳୟକୁ ଯାତାୟାତ କରିବାକୁ ହେଲେ ଦୀର୍ଘ ୧୨ କି.ମି. ରାସ୍ତା ବୁଲି କରି ଆସିବାକୁ ପଡୁଛି। ଟାଙ୍ଗିରୀରୁ ସରପାଳକୁ ଏକ ରାସ୍ତା କରିବା ପାଇଁ ଦୀର୍ଘଦିନ ହେଲା ସରପାଳ ଗ୍ରାମବାସୀ ଦାବି କରିଆସୁଥିଲେ। ଏ ନେଇ ଟାଙ୍ଗିରୀ ସରପଞ୍ଚ ଅମରେଶ କୁମାର ନାଥ ବିଧାୟକଙ୍କ ଦୃଷ୍ଟି ଆକର୍ଷଣ କରିବା ସହିତ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ଟାଙ୍ଗିରୀରୁ ସରପାଳକୁ ଏକ ମାଟି ରାସ୍ତା କାର୍ଯ୍ୟ ଆରମ୍ଭ କରିଥିଲେ। ହେଲେ ଉକ୍ତ ରାସ୍ତାରେ ୨୦ଫୁଟ ଗଭୀରର ଶଗଡିଆ ନାଳ ପ୍ରତିବନ୍ଧକ ସାଜିବାରୁ ପୋଲ ନିର୍ମାଣ ପାଇଁ ସରପଞ୍ଚ ବିଧାୟକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ବିଧାୟକ ଟାଙ୍ଗିରୀ ପଞ୍ଚାୟତ ଗସ୍ତ କରି ପ୍ରଥମେ ମା’ଉମାଦେବୀଙ୍କ ମନ୍ଦିରର ନିର୍ମାଣ କାର୍ଯ୍ୟ ତଦାରଖ କରିଥିଲେ। ଏହାପରେ ଟାଙ୍ଗିରୀରୁ ସରପାଳ ରାସ୍ତା କାର୍ଯ୍ୟ ବୁଲି ଦେଖି ପୋଲ ନିର୍ମାଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏଥିସହ ପଞ୍ଚାୟତର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଦେଖିଥିଲେ। ବିଧାୟକଙ୍କ ସହ ଜିଲାପରିଷଦ ସଦସ୍ୟ ନଗେନ୍ଦ୍ର କୁମାର ପ୍ରଧାନ, ପ୍ରଦୀପ କୁମାର ସାହୁ, ସମିତିସଭ୍ୟ ମହେଶ୍ୱର ମାଝି, ରାକେଶ କୁମାର ନାଥ, ଶିମିଳିପାଳ ସରପଞ୍ଚ ଗିରିଶ କୁମାର ପ୍ରଧାନ, ପୂର୍ବତନ ସମିତିସଭ୍ୟ ଦିଲୀପ କୁମାର ପ୍ରଧାନ, ଦୟାନିଧି ସାହୁ, ବିପିନ ନାଥ, ପ୍ରଶାନ୍ତ କୁମାର ପ୍ରଧାନଙ୍କ ସମେତ ଟାଙ୍ଗିରୀ, ସରପାଳ ଓ ପୁରୁଣାଗଡ ଅଞ୍ଚଳର କର୍ମକର୍ତ୍ତା ଓ ଗ୍ରାମବାସୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri