Posted inଜାତୀୟ

ଆସନ୍ତା ୧୫ ଦିନରେ ଦିଲ୍ଲୀ-ମହାରାଷ୍ଟ୍ରରେ ହେବ ରାଜନୈତିକ ବିସ୍ଫୋରଣ: ସୁପ୍ରିୟା ସୁଲେ

ମୁମ୍ବାଇ,୧୮।୪ : ଦିଲ୍ଲୀ ମହାରାଷ୍ଟ୍ରରେ ରାଜନୈତିକ ଆରୋପ ପ୍ରତ୍ୟାରୋପ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାଓ୍ବାରଙ୍କ ଝିଅ ଏମପି ସୁପ୍ରିୟା ସୁଲେ ବଡ଼ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଆସନ୍ତା ୧୫ ଦିନ ମଧ୍ୟରେ ଦିଲ୍ଲୀ ଏବଂ ମହାରାଷ୍ଟ୍ରରେ ବଡ଼ ଧରଣର ରାଜନୈତିକ ବିସ୍ଫୋରଣ ହେବାକୁ ଯାଉଛି। ଏହାକୁ ନେଇ ଏବେ ରାଜନୈତିକ ସ୍ଥିତି ଉଷ୍ଣ ହେବାରେ ଲାଗିଛି।
ସୁପ୍ରିୟା ସୁଲେଙ୍କ ଏହି ବିବୃତ୍ତି ଏପରି ଏକ ସମୟରେ ଆସିଛି ଯେତେବେଳେ ଏନସିପି ନେତା ଅଜିତ ପାୱାରଙ୍କ ବିଷୟରେ ଆଲୋଚନା ଚାଲିଛି, ସେ ଭାଜପାରେ ଯୋଗ ଦେବାକୁ ଯାଉଛନ୍ତି।
ଆସନ୍ତା ପନ୍ଦର ଦିନ ମଧ୍ୟରେ ରାଜ୍ୟ ରାଜନୀତିରେ ଦୁଇଟି ବଡ ବିସ୍ଫୋରଣ ଘଟିବାକୁ ଯାଉଛି ବୋଲି ବଞ୍ଚିତ ବହୁଜନ ଅଘାଡିନେତା ପ୍ରକାଶ ଆମ୍ବେଡକର ଦାବି କରିଛନ୍ତି। ଏହା ଉପରେ ପ୍ରତିକ୍ରିୟା ଦେଇ ସୁପ୍ରିୟା ଖବରଦାତାଙ୍କୁ କହିଛନ୍ତି, ହଁ ଗୋଟିଏ ରାଜନୈତିକ ବିସ୍ଫୋରଣ ଦିଲ୍ଲୀରେ ଏବଂ ଅନ୍ୟଟି ମହାରାଷ୍ଟ୍ରରେ ଘଟିବାକୁ ଯାଉଛି। ଆପଣମାନେ ଜାଣନ୍ତି ମୁଁ ବାସ୍ତବତାକୁ ସ୍ବୀକାର କରେ। ସେହି ଆଧାରରେ ମୁଁ ଏହା କହୁଛି।

ଅଜିତ ପାୱାର ଭାଜପାରେ ଯୋଗଦେବା ପ୍ରଶ୍ନ ନେଇ ସେ କହିଛନ୍ତି, ଆପଣମାନେ ଅଜିତ ଦାଦାଙ୍କୁ କାହିଁକି ଏ ବିଷୟରେ ପଚାରୁ ନାହାନ୍ତି ? ମୁଁ ଏହା ବିଷୟରେ କିଛି ଜାଣି ନାହିଁ। ଜଣେ ଜନ ପ୍ରତିନିଧୀ ଭାବରେ ମୋତେ ଅନେକ କାମ କରିବାକୁ ପଡୁଛି। ଏଭଳି ଗପସପ କରିବାକୁ ମୋର ସମୟ ନାହିଁ ।

ସେ ଏହା ମଧ୍ୟ କହିଛନ୍ତି , ଅଜିତ ପାୱାର ଦାଦା ଦିନକୁ ୨୪ ଘଣ୍ଟା କାମ କରନ୍ତି, ଖବରଦାତାଙ୍କ ସହ କଥାବାର୍ତ୍ତା କରିବାକୁ ତାଙ୍କ ପାଖରେ ସମୟ ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri