Posted inଜାତୀୟ

ଆସନ୍ତା ୧୫ ଦିନରେ ଦିଲ୍ଲୀ-ମହାରାଷ୍ଟ୍ରରେ ହେବ ରାଜନୈତିକ ବିସ୍ଫୋରଣ: ସୁପ୍ରିୟା ସୁଲେ

ମୁମ୍ବାଇ,୧୮।୪ : ଦିଲ୍ଲୀ ମହାରାଷ୍ଟ୍ରରେ ରାଜନୈତିକ ଆରୋପ ପ୍ରତ୍ୟାରୋପ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାଓ୍ବାରଙ୍କ ଝିଅ ଏମପି ସୁପ୍ରିୟା ସୁଲେ ବଡ଼ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଆସନ୍ତା ୧୫ ଦିନ ମଧ୍ୟରେ ଦିଲ୍ଲୀ ଏବଂ ମହାରାଷ୍ଟ୍ରରେ ବଡ଼ ଧରଣର ରାଜନୈତିକ ବିସ୍ଫୋରଣ ହେବାକୁ ଯାଉଛି। ଏହାକୁ ନେଇ ଏବେ ରାଜନୈତିକ ସ୍ଥିତି ଉଷ୍ଣ ହେବାରେ ଲାଗିଛି।
ସୁପ୍ରିୟା ସୁଲେଙ୍କ ଏହି ବିବୃତ୍ତି ଏପରି ଏକ ସମୟରେ ଆସିଛି ଯେତେବେଳେ ଏନସିପି ନେତା ଅଜିତ ପାୱାରଙ୍କ ବିଷୟରେ ଆଲୋଚନା ଚାଲିଛି, ସେ ଭାଜପାରେ ଯୋଗ ଦେବାକୁ ଯାଉଛନ୍ତି।
ଆସନ୍ତା ପନ୍ଦର ଦିନ ମଧ୍ୟରେ ରାଜ୍ୟ ରାଜନୀତିରେ ଦୁଇଟି ବଡ ବିସ୍ଫୋରଣ ଘଟିବାକୁ ଯାଉଛି ବୋଲି ବଞ୍ଚିତ ବହୁଜନ ଅଘାଡିନେତା ପ୍ରକାଶ ଆମ୍ବେଡକର ଦାବି କରିଛନ୍ତି। ଏହା ଉପରେ ପ୍ରତିକ୍ରିୟା ଦେଇ ସୁପ୍ରିୟା ଖବରଦାତାଙ୍କୁ କହିଛନ୍ତି, ହଁ ଗୋଟିଏ ରାଜନୈତିକ ବିସ୍ଫୋରଣ ଦିଲ୍ଲୀରେ ଏବଂ ଅନ୍ୟଟି ମହାରାଷ୍ଟ୍ରରେ ଘଟିବାକୁ ଯାଉଛି। ଆପଣମାନେ ଜାଣନ୍ତି ମୁଁ ବାସ୍ତବତାକୁ ସ୍ବୀକାର କରେ। ସେହି ଆଧାରରେ ମୁଁ ଏହା କହୁଛି।

ଅଜିତ ପାୱାର ଭାଜପାରେ ଯୋଗଦେବା ପ୍ରଶ୍ନ ନେଇ ସେ କହିଛନ୍ତି, ଆପଣମାନେ ଅଜିତ ଦାଦାଙ୍କୁ କାହିଁକି ଏ ବିଷୟରେ ପଚାରୁ ନାହାନ୍ତି ? ମୁଁ ଏହା ବିଷୟରେ କିଛି ଜାଣି ନାହିଁ। ଜଣେ ଜନ ପ୍ରତିନିଧୀ ଭାବରେ ମୋତେ ଅନେକ କାମ କରିବାକୁ ପଡୁଛି। ଏଭଳି ଗପସପ କରିବାକୁ ମୋର ସମୟ ନାହିଁ ।

ସେ ଏହା ମଧ୍ୟ କହିଛନ୍ତି , ଅଜିତ ପାୱାର ଦାଦା ଦିନକୁ ୨୪ ଘଣ୍ଟା କାମ କରନ୍ତି, ଖବରଦାତାଙ୍କ ସହ କଥାବାର୍ତ୍ତା କରିବାକୁ ତାଙ୍କ ପାଖରେ ସମୟ ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ୩.୦ କ୍ୟାବିନେଟରେ ହୋଇପାରେ ବଡ଼ ଅଦଳବଦଳ! ପ୍ରଥମ ଥର ପାଇଁ ମନ୍ତ୍ରୀ ହୋଇପାରନ୍ତି…

ଭାଜପାର ନୂଆ ଟିମ୍ ପ୍ରସ୍ତୁତ ହେବା ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କେନ୍ଦ୍ରୀୟ କ୍ୟାବିନେଟରେ ଅଦଳବଦଳ ନେଇ ଚର୍ଚ୍ଚା ଜୋର ଧରିଛି । ସୂତ୍ର ଅନୁସାରେ…

ଡାକ୍ତରୀ ମିଶନ ପାଇଁ ଆସିବେ ‘ସାଇବର୍ଗ କକ୍‌ରୋଚ୍‌’

ସିଡ୍‌ନୀ,୨୮।୮(ରଏଟର୍ସ): ଭୂକମ୍ପ କିମ୍ବା ବଡ଼ଧରଣର ବିପର୍ଯ୍ୟୟ ସମୟରେ କୋଠାବାଡ଼ି ଓ ଧ୍ୱଂସାବଶେଷ ତଳେ ଚାପି ହୋଇ ରହିଥିବା ଆହତ ଲୋକଙ୍କ ପାଖରେ ଜରୁରୀ ଔଷଧ ପହଞ୍ଚାଇବା ପାଇଁ…

ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍‌ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…

ବେଲଗାମ୍‌ ଟ୍ରାଫିକ ବ୍ୟବସ୍ଥା, ନାକେଦମ୍‌ ସହରବାସୀ: ସ୍ପିଡ୍‌ ବାଇକର୍‌ଙ୍କ ଯୋଗୁ ଦୁର୍ଘଟଣା ଭୟ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଟ୍ରାଫିକ ସମସ୍ୟା ବେଲଗାମ୍‌ ହୋଇପଡ଼ିଛି। ସହରସ୍ଥିତ ଯେଉଁ ରାସ୍ତା ଓ ଛକକୁ ଦେଖିଲେ ଏହି ସମସ୍ୟା ରହିଛି। ସ୍ଥାନୀୟ ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ…

ଚାଇନାର ‘ମେଡୋଗ ଡ୍ୟାମ୍‌’ ଭାରତ ପାଇଁ ‘ଓ୍ବାଟର ବମ୍

ନୂଆଦିଲ୍ଲୀ,୨୮ା୮: ତିବ୍ବତରେ ପ୍ରବଳ ଭୂସ୍ଖଳନ ଓ ଗ୍ଲେସିଅର୍‌ ଫାଟିବା ଯୋଗୁ ନେପାଳରେ ୨୭୦ରୁ ଉର୍ଦ୍ଧ୍ୱ ଲୋକଙ୍କ ଜୀବନ ଯିବା ସହ ହଜାରେରୁ ଅଧିକ ନିଖୋଜ ହେବା ଘଟଣା…

ନେପାଳ ବନ୍ୟାର ରହସ୍ୟ ଉପରୁ ହଟିଲା ପରଦା, ଭୂକମ୍ପ ନୁହେଁ ଏହି କାରଣ….

କାଠମାଣ୍ଡୁ,୨୮।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଥମେ ଏହାର କାରଣ ଭୂକମ୍ପ ବୋଲି ଆଶଙ୍କା କରାଯାଇଥିଲା। କିନ୍ତୁ ଉପଲବ୍ଧ ବୈଜ୍ଞାନିକ ତଥ୍ୟ ଅନୁସାରେ, ବନ୍ୟାର ତତ୍କାଳୀନ କାରଣ…

ବର୍ଷାରେ ଧସିଲା ପିଡବ୍ଲ୍ୟୁଡି ରାସ୍ତା: ନିମ୍ନମାନର କାମ, ସ୍ଥାୟିତ୍ୱକୁ ନେଇ ପ୍ରଶ୍ନ

ଭବାନୀପାଟଣା,୨8ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ପୂର୍ତ୍ତ ବିଭାଗ (ପିଡବ୍ଲ୍ୟୁଡି) ବିଭାଗ ରାସ୍ତା କାମରେ ବିଭିନ୍ନ ସମୟରେ ଦୁର୍ନୀତି ହେଉଥିବା ଅଭିଯୋଗ ଆସୁଥିଲେ ମଧ୍ୟ ଏଥିପ୍ରତି ଜିଲା ପ୍ରଶାସନ…

ଘୂର୍ଣ୍ଣିବଳୟ ସକ୍ରିୟ, ୨୯ରେ ଲଘୁଚାପ: ଏହିସବୁ ଜିଲାରେ ବିଜୁଳି-ଘଡ଼ଘଡ଼ି ସହ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୮ା୮(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଏବେ ଉପର ବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୯ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri