ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି ରବିବାର ୯ଘଣ୍ଟା ବିଦ୍ୟୁତ୍‌ କାଟ ହେବ। ବରଗଡ଼ ଜିଲା ଅନ୍ତର୍ଗତ ପ୍ରଧାନପାଲି, ଅମ୍ବାପାଲି, ତୋରା, ଟାଙ୍ଗରପାଲି, ସରସରା, ସରଧାପାଲି, ପ୍ରାଇଭେଟ ବସଷ୍ଟାଣ୍ଡ ଅଞ୍ଚଳ, ବାନ୍ଦୁଟିକିରା, ବରାହଗୁଡ଼ା, ବଣ୍ଡା, ଡେବ୍ରିଗଡ, ଦେଓଗାଁ, ଗାଇସିମା, ଗୋବିନ୍ଦପୁର, ଗୋପାଳପୁର, ଗୋବିନ୍ଦପାଲି, କାମଗାଁ, କଟାପାଲି, ଲଚିଦା, ଲାଣ୍ଡିଜୁରୀ ଆଦି ଅଞ୍ଚଳ ଓ ଏହାର ଆଖାପାଖ ଅଞ୍ଚଳରେ ବିଦ୍ୟୁତ୍‌ କଟକଣା କରାଯାଇଛି। ଉକ୍ତ ଦିନ
ସମ୍ପୃକ୍ତ ଅଞ୍ଚଳରେ ସକାଳ ୮ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ବିଦ୍ୟୁତ୍‌ ଯୋଗାଣ ବନ୍ଦ ରହିବ । ଏହି ରକ୍ଷଣାବେକ୍ଷଣ କାର୍ଯ୍ୟ ସ୍ଥିର, ନିରବଚ୍ଛିନ୍ନ ତଥା ଗୁଣାତ୍ମକ ବିଦ୍ୟୁତ୍‌ ସେବା ପାଇଁ ଅତ୍ୟନ୍ତ ଜରୁରୀ ଅଟେ । ତେଣୁ ସାମୟିକ ସମୟ ପାଇଁ ବିଦ୍ୟୁତ୍‌ ସେବା ବ୍ୟାହତ ହେବା ଲାଗି ଟିପିଡବ୍ଲୁଓଡିଏଲ କର୍ତ୍ତୃପକ୍ଷ ଦୁଃଖପ୍ରକାଶ କରିବା ସହ ଉକ୍ତ ଅଞ୍ଚଳର ସମସ୍ତ ବିଦ୍ୟୁତ୍‌ ଉପଭୋକ୍ତା ତଥା ଜନସାଧାରଣଙ୍କ ସହଯୋଗ କାମନା କରିଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri