ଶ୍ରଦ୍ଧାଳୁଙ୍କ ପାଇଁ ହେବ ପ୍ରାଥମିକ ଚିକିତ୍ସା କେନ୍ଦ୍ର

ପୁରୀ ଅଫିସ, ୮ା୪: ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁ, ସେବାୟତ ଓ କର୍ମକର୍ତ୍ତାଙ୍କ ନିମନ୍ତେ ଶ୍ରୀମନ୍ଦିର ନିକଟରେ ଏକ ଶୀତତାପ ନିୟନ୍ତ୍ରିତ ପ୍ରାଥମିକ ଚିକିତ୍ସା କେନ୍ଦ୍ର ନିର୍ମାଣ ହେବ। ଆସନ୍ତା ୧୪ ତାରିଖ ମହାବିଷୁବ ସଂକ୍ରାନ୍ତି ଅବସରରେ ଏହାକୁ ଲୋକାର୍ପଣ କରାଯିବ। ଜରୁରିକାଳୀନ ସ୍ଥିତିରେ ଚିକିତ୍ସା ସୁବିଧା ଯୋଗାଇଦେବା ପାଇଁ ଏଭଳି ଚିକିତ୍ସା କେନ୍ଦ୍ର କରାଯାଉଥିବା ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ବୁଧବାର ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରଟି ଶୀତତାପ ନିୟନ୍ତ୍ରିତ କକ୍ଷରେ ହେବ। ତାଲିମପ୍ରାପ୍ତ ସ୍ବାସ୍ଥ୍ୟକର୍ମଚାରୀମାନେ ଏଠାରେ ନିୟୋଜିତ ହେବେ। ଏନେଇ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ସମସ୍ତ ବ୍ୟବସ୍ଥା କରିବେ। ଜିଲା ମୁଖ୍ୟ ଚିକିତ୍ସାଳୟର କର୍ମଚାରୀଙ୍କୁ ଏହି ଚିକିତ୍ସାକେନ୍ଦ୍ରରେ ନିୟୋଜିତ କରାଯିବ। ଏଠାରେ ଯଥେଷ୍ଟ ପରିମାଣର ଔଷଧ ମହଜୁଦ ରଖାଯିବ। ପ୍ରତିଦିନ ଦୁଇଟି ଶିିଫ୍ଟରେ ସ୍ବେଚ୍ଛାସେବୀ କାମ କରିବେ। ଜରୁରିକାଳୀନ ସ୍ଥିତିରେ ରୋଗୀଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେବା ପାଇଁ ୨ଟି ଆମ୍ବୁଲାନ୍ସ ବ୍ୟବସ୍ଥା ହେବ। ଜିଲା ମୁଖ୍ୟ ଚିକିତ୍ସାଳୟ ଏବଂ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜଣେ ଲେଖାଏ ନୋଡାଲ୍‌ ଅଫିସର ଦାୟିତ୍ୱରେ ରହିବେ। ଏମାନେ ଏହି ଚିକିତ୍ସା କେନ୍ଦ୍ରରେ ସ୍ଥିତି ସମୀକ୍ଷା କରିବେ। ସେହିଭଳି କୋଭିଡ୍‌ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଓ ଜିଲା ସ୍ବାସ୍ଥ୍ୟ ବିଭାଗ ମିଳିତ ଭାବେ ସଚେତନତା କାର୍ଯ୍ୟକ୍ରମ ହାତକୁ ନେବ। ସେବାୟତଙ୍କ ଟିକାକରଣକୁ ପ୍ରାଥମିକତା ଭିତ୍ତିରେ ଶେଷ କରାଯିବା ଲାଗି ମଧ୍ୟ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନେଇଛି। ଉଲ୍ଲେଖଯୋଗ୍ୟ, ଜନସ୍ବାସ୍ଥ୍ୟ ପ୍ରସଙ୍ଗରେ ଗତ ୧୬ ତାରିଖରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଏକ ଭିଡିଓ କନଫରେନ୍ସ ବୈଠକ ହୋଇଥିଲା। ଏଥିରେ ଜିଲାପାଳ, ଓବିସିସି ପ୍ରୋଜେକ୍ଟ ମ୍ୟାନେଜର, ସିଡିଏମଓ, ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଏବଂ ନୀତି ପ୍ରଶାସକ ପ୍ରମୁଖ ଉପସ୍ଥିତ ଥିଲେ। ଶ୍ରୀମନ୍ଦିର ସମ୍ପର୍କିତ ଏହି ନିଷ୍ପତ୍ତି ଉକ୍ତ ବୈଠକରେ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

ଯୁଦ୍ଧ ଭିତରେ ବଡ଼ ଡିଲ୍‌ କରିଦେଲେ ମୋଦି-ପୁଟିନ୍‌, ଭାରତୀୟ ଯୁବପିଢ଼ିଙ୍କୁ ମିଳିବ ବଡ଼ ଫାଇଦା!

ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଆଉ କେବଳ ଅସ୍ତ୍ରଶସ୍ତ୍ର କିଣା ବିକ୍ରୟ ପର୍ଯ୍ୟନ୍ତ ସୀମିତ ନାହିଁ। ଦୁଇ ଦେଶ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟାକୁ ମିଳିତ ଭାବରେ…

କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ…

ଇରାନକୁ ଭୟଙ୍କର ଧମକ ଦେଲେ ଟ୍ରମ୍ପ, ଶୁଣିକି ଥରହର ହେଲା…..

ତେହରାନ,୩୦ା୩: ଇରାନ ସହିତ ଚାଲିଥିବା ସାମରିକ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ଧମକ ଦେଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ…

କାୟା ମେଲାଇଲାଣି କାରୋନାର ନୂଆ ଭାରିଆଣ୍ଟ, ୨୩ଟି ଦେଶରେ ବ୍ୟାପିଲା, ଜାଣନ୍ତୁ ଏହା କେତେ ବିପଦ

ନୂଆଦିଲ୍ଲୀ,୩୦।୩: ଯେତେବେଳେ ବି କରୋନା ଭାଇରସ ବିଲୁପ୍ତ ହେବାର ଦ୍ୱାରଦେଶରେ ଥାଏ, ସେତେବେଳେ ଏକ ନୂତନ ପ୍ରକାର ବ୍ୟାପିଥାଏ ଏବଂ ଲୋକଙ୍କୁ ଦ୍ରୁତ ଗତିରେ ସଂକ୍ରମିତ କରିଥାଏ।…

ଟୋକନ ଅବଧି ନେଇ ମୁହଁ ଖୋଲିଲେ ଶାରଦା: କହିଲେ ଦୁଇ ଦିନରେ…

ଭୁବନେଶ୍ୱର,୩୦।୩: ଟୋକନ ଅବଧି ନେଇ ମୁହଁ ଖୋଲିଲେ ବିଜେଡି ବିଧାୟକ ଶାରଦା ଜେନା। ସେ କହିଛନ୍ତି, ୭ ଦିନ ବୃଦ୍ଧି କରିବାକୁ ଦାବି କରିଥିଲୁ। ଧନ୍ୟବାଦ ସେ…

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri