ବାଲେଶ୍ୱରରେ ହେବ ଟଙ୍କା ଛାପା କାଗଜ କାରଖାନା

ବାଲେଶ୍ୱର ଅଫିସ,୧୩।୭:  ବାଲେଶ୍ୱର ଜିଲା ରେମୁଣା ତହସିଲ ଅଞ୍ଚଳରେ ହେବ ନୋଟ ଛାପା କାଗଜ ପ୍ରସ୍ତୁତି କାରଖାନା। ଏଥିଲାଗି ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆର୍‌ବିଆଇ)ର ତିନିଜଣିଆ ଅଧିକାରୀ ମଙ୍ଗଳବାର ଜମି ସର୍ବେକ୍ଷଣ ଲାଗି ବାଲେଶ୍ୱରରେ ପହଞ୍ଚିଛନ୍ତି। ସେମାନେ ପ୍ରଥମେ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେଙ୍କ ଅଫିସରେ ପହଞ୍ଚି ସେଠାରେ କିଛି ସମୟ ଆଲୋଚନା କରିଥିଲେ। ପରେ ଜମି ସର୍ବେକ୍ଷଣ ପାଇଁ ପଦାବଡ଼ଗାଁ ଅଞ୍ଚଳକୁ ଯାଇଥିଲେ। ତାଙ୍କ ସହ ରେମୁଣା ତହସିଲଦାର ଛବିରାଣୀ ସାହୁ, ବାଲେଶ୍ୱର ଓ ଭୁବନେଶ୍ୱରର ଇଡ୍‌କୋ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ।
ଅଧିକାରୀମାନେ ରେମୁଣା ବ୍ଲକ ପଦାବଡ଼ଗାଁଠାରେ ଥିବା ସରକାରୀ ଜମିକୁ ଚିହ୍ନଟ କରିବା ସହିତ ଯୋଗାଯୋଗ ସୁବିଧାକୁ ଯାଞ୍ଚ କରିଥିଲେ। ଡିଷ୍ଟ୍ରିକ୍ଟ ଇନଭେଷ୍ଟମେଣ୍ଟ ପ୍ରମୋଶନ ଅଥରିଟି (ଡିଆଇପିଏ) ତରଫରୁ ଆରମ୍ଭ କରାଯାଇଥିବା ଏହି ପ୍ରକଳ୍ପ ଲାଗି ଜମି ଚିହ୍ନଟ କରାଯାଇଥିବା ସୂଚନା ମିଳିଛି। ଆର୍‌ବିଆଇର ପ୍ରତିନିଧି ଦଳ ଜିଲା ପ୍ରଶାସନ ସହିତ ରେମୁଣା ବାଉଁଶମୁହାଁ ଏବଂ ନରହରିପୁର ଆଦି ସ୍ଥାନ ବୁଲି ଦେଖିଥିଲେ। ଏହି ପ୍ରକଳ୍ପ ପାଇଁ ଦୁଇଟି ସ୍ଥାନର ପ୍ରାୟ ଶହେ ଏକର ଜମି ଆବଶ୍ୟକ ରହିଛି। ପ୍ରତିନିଧି ଦଳ ଉପଯୁକ୍ତ ସ୍ଥାନ ଚିହ୍ନଟ କରିବା ପରେ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହେବ। ଗତ ଏପ୍ରିଲରେ ଆର୍‌ବିଆଇର ୩ଜଣିଆ ଟିମ୍‌ ଇଡ୍‌କୋ ଏବଂ ଜିଲା ପ୍ରଶାସନ ସହଯୋଗରେ ରେମୁଣା ବ୍ଲକ ଅଧୀନ ପଦାବଡ଼ଗାଁ, ବାଉଁଶମୁହାଁ ଏବଂ ନରହରିପୁର ଅଞ୍ଚଳରେ ଥିବା ସରକାରୀ ଜମିକୁ ବୁଲି ଦେଖିଥିଲେ। ଏନେଇ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ କହନ୍ତି, ଜିଲାରେ ଶିଳ୍ପ ପ୍ରତିଷ୍ଠା ନେଇ ବାଟ ଖୋଲିବାକୁ ଇଡ୍‌କୋର ଟିମ୍‌ ସହିତ ଜିଲା ପ୍ରଶାସନ ସରକାରୀ ଜମି ଚିହ୍ନଟ ଏବଂ ଜିଲାରେ ଏକ ଲ୍ୟାଣ୍ଡ୍‌ ବ୍ୟାଙ୍କ ପ୍ରସ୍ତୁତ କରିବା ଦିଗରେ କାର୍ଯ୍ୟ କରୁଛି। ଚଷାଖଣ୍ଡ ପଞ୍ଚାୟତ ସରପଞ୍ଚ କେଦାର ସାହୁ କହନ୍ତି, ଏହି ଅଞ୍ଚଳରେ ଶିଳ୍ପନୁଷ୍ଠାନ ହେଲେ କେବଳ ରେମୁଣା ନୁହେଁ, ସମଗ୍ର ଜିଲାର ବିକାଶ ହେବ। ନୋଟ୍‌ ଛାପା କାଗଜ କାରଖାନା ହେଲେ ଉକ୍ତ ସ୍ଥାନକୁ ଗମନାଗମନ ବ୍ୟବସ୍ଥା, ମାର୍କେଟ୍‌, ବିଦ୍ୟୁତ୍‌ ସୁବିଧା ଭଳି କ୍ଷେତ୍ରରେ ଉନ୍ନତି ଘଟିବ।


Enter your email to get our daily news in your inbox.

All Right Reserved By Dharitri.Com

ନାନା ପାଟେକରଙ୍କ ବିୟୋଗରେ କାହିଁକି ଭାଙ୍ଗି ପଡ଼ିଲେ ଶେଖର ସୁମନ? କ୍ୟାନସେଲ କଲେ ଶୋ’, କହିଲେ, ‘ତାଙ୍କ ସ୍ଥାନ କେହି…’

ମୁମ୍ବାଇ: ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ’ (Shekhar Tonight) ଆରମ୍ଭ ହେବା ଦିନଠାରୁ ହିଁ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଶୋ’ରେ ସଞ୍ଜୟ ଦତ୍ତଙ୍କ ଉପସ୍ଥିତି…

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

ହସାଇ ହସାଇ ବେଦମ କରୁଛି ବିକ୍ଷୋଭ ସମୟରେ ଆରଏଏଫ (RAF) ଯବାନ ଗୋଡ଼ାଇ ଗୋଡ଼ାଇ ଧରିଥିବା ସବୁଠାରୁ ଛୋଟ ‘କକରୋଚ’ର Video

ନୂଆଦିଲ୍ଲୀ,୧୧।୧୦: ଅକ୍ଟୋବର ୧୦ ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ‘କକରୋଚ ଜନତା ପାର୍ଟି’ (CJP)ର ଏକ ବିକ୍ଷୋଭ ପ୍ରଦର୍ଶନ ସମୟରେ ଏପରି ଏକ ଦୃଶ୍ୟ ଦେଖିବାକୁ…

ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି

ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ…

ଆସିଲା କଡ଼ା ନିୟମ: ସୋସିଆଲ ମିଡିଆକୁ ମନଇଚ୍ଛା କରିପାରିବେନି ବ୍ୟବହାର, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୧ା୧୦: ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ ଆଣିଛି ନ୍ୟାଶନାଲ ମେଡିକାଲ କମିଶନ(NMC)। ଏନ୍‌ଏମ୍‌ସି ଦ୍ୱାରା ଜାରି ହୋଇଥିବା କଡ଼ା ନିୟମ ଅନୁଯାୟୀ, ଦେଶର ଡାକ୍ତର…

କିଏ ସେହି ଖେଳାଳି ଯାହାଙ୍କୁ ନେଇ ବୀରେନ୍ଦ୍ର ସେହୱାଗ କହିଲେ ଏତେ ବଡ଼ କଥା; ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଭାରତୀୟ କ୍ରିକେଟରେ ଏପରି କେତେଜଣ ବ୍ୟାଟର ଅଛନ୍ତି ଯେଉଁମାନେ ପଡ଼ିଆରେ ପାଦ ଦେବା ମାତ୍ରେ ବୋଲରଙ୍କୁ ଚ୍ୟାଲେଞ୍ଜ ଦେବା ଆରମ୍ଭ କରନ୍ତି। ନିଜର ସମ୍ପୂର୍ଣ୍ଣ କ୍ୟାରିୟର…

‘ମୋତେ ଗିରଫ ନୁହେଁ ଅପହରଣ କରାଯାଇଥିଲା…’ ମୁକୁଳିବା ପରେ ପାର୍ସପୋର୍ଟ ଦେଖାଇ ବଡ଼ କଥା କହିଲେ…

ନୂଆଦିଲ୍ଲୀ: ‘କକ୍ରୋଚ୍ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନରେ ଯୋଗଦେବାକୁ ଆସିଥିବା ୟୁଟ୍ୟୁବର୍ ଧ୍ରୁବ ରାଠୀଙ୍କୁ ପୋଲିସ ହାଜତରୁ ଛାଡ଼ିଦିଆଯାଇଛି। ଗତକାଲି ବିଳମ୍ବିତ ରାତିରେ ପୋଲିସ…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?