ବାଲୁଖଣ୍ଡରେ ହେବ ସଫାରି

ଭୁବନେଶ୍ୱର,୭ା୭(ଅସମାପିକା ସାହୁ)ପୁରୀ ବାଲୁଖଣ୍ଡ ଅଭୟାରଣ୍ୟରେ ଜଙ୍ଗଲ ସଫାରି ହେବ। ପର୍ଯ୍ୟଟକଙ୍କୁ ଜଙ୍ଗଲ ବୁଲିବାର ଅନୁଭୂତି ମିଳିବ। ଅକ୍ଟୋବରରୁ ଏହି କାର୍ଯ୍ୟ ଆରମ୍ଭ ହେବ ବୋଲି ଶନିବାର ବନ୍ୟପ୍ରାଣୀ ପିସିସିଏଫ୍‌ ସୁଶାନ୍ତ ନନ୍ଦ କହିଛନ୍ତି। ସେ କହିଛନ୍ତି, ରାଜ୍ୟରେ ବିଭିନ୍ନ ସ୍ଥାନରେ ବା ଅଭୟାରଣ୍ୟରେ ଥିବା ଚିତ୍ରା ହରିଣଙ୍କ ସଂଖ୍ୟା ଅହେତୁକ ଭାବରେ ବୃଦ୍ଧି ପାଇଛି। ବାଲୁଖଣ୍ଡ ଅଭୟାରଣ୍ୟରେ କେବଳ କୃଷ୍ଣସାର ମୃଗଙ୍କୁ ସୁରକ୍ଷା ଦେବା ପାଇଁ ଲକ୍ଷ୍ୟ ରଖାଯାଇଥିଲା। କିନ୍ତୁ ସେଠାରେ କୃଷ୍ଣସାର ମୃଗଙ୍କ ସଂଖ୍ୟା କମିବାରେ ଲାଗିଲା। ସେଥିପାଇଁ ନନ୍ଦନକାନନ ପ୍ରାଣୀ ଉଦ୍ୟାନରୁ କୃଷ୍ଣସାର ମୃଗ ସମେତ ଚିତ୍ରା ହରିଣଙ୍କୁ ମଧ୍ୟ ସ୍ଥାନାନ୍ତର କରାଯାଇଛି। ଅକ୍ଟୋବର ସୁଦ୍ଧା ଜଙ୍ଗଲ ସଫାରି ଆରମ୍ଭ ହେବ। ପର୍ଯ୍ୟଟକଙ୍କୁ ଏହା ଏକ ନୂତନ ଅନୁଭୂତି ଯୋଗାଇଦେବ। ପୁରୀକୁ ବହୁତ ପର୍ଯ୍ୟଟକ ଯିବାଆସିବା କରୁଥିବାରୁ ସେମାନେ ଏହି ସଫାରିର ମଜା ନେଇପାରିବେ ବୋଲି ପିସିସିଏଫ୍‌ କହିଛନ୍ତି।
ବନ୍ୟପ୍ରାଣୀ ଅଭୟାରଣ୍ୟ ପୁରୀରୁ କୋଣାର୍କ ପର୍ଯ୍ୟନ୍ତ ଲମ୍ବିଛି। ବଙ୍ଗୋପସାଗର କୂଳରେ ପ୍ରାୟ ୮୭ ବର୍ଗ କି.ମି. ପରିବ୍ୟାପ୍ତ ଏହି ଅଭୟାରଣ୍ୟ ଝାଉଁବଣ ସାଙ୍ଗକୁ କାଜୁ, ଆକାଶିଆ ଆଦି ଗଛ ସହ ବିଭିନ୍ନ ପ୍ରଜାତିର ଉଦ୍ଭିଦରେ ଶୋଭାବର୍ଦ୍ଧନ କରୁଛି। ଏହାସହ ବନ୍ୟପ୍ରାଣୀଙ୍କ ପାଇଁ ରହିଛି ସୁରକ୍ଷିତ ଆଶ୍ରୟସ୍ଥଳ। ରାଜ୍ୟରେ ଯେଉଁ ଅଳ୍ପ କେତୋଟି ଜାଗାରେ କୃଷ୍ଣସାର ମୃଗଙ୍କୁ ଦେଖିବାକୁ ମିଳୁଥିଲା ତା’ମଧ୍ୟରେ ପୁରୀର ବାଲୁଖଣ୍ଡ ଅଭୟାରଣ୍ୟ ଅନ୍ୟତମ ଥିଲା। କିନ୍ତୁ ପ୍ରତିକୂଳ ପରିବେଶ, ବନ୍ୟଜନ୍ତୁ ଶିକାର ଓ ସୁରକ୍ଷା ଦେବାରେ ବନ ବିଭାଗର ବିଫଳତା ଯୋଗୁ ୨୦୧୪ରୁ କୃଷ୍ଣସାର ମୃଗଙ୍କ ବଂଶ ସମ୍ପୂର୍ଣ୍ଣ ଲୋପ ପାଇବାକୁ ବସିଲାଣି। ଏବେ କେବଳ ଚିତ୍ରା ହରିଣଙ୍କ ସହ ବଣଭୁଆ, ଗଧିଆ, ବିଲୁଆ, ନେଉଳ, ଓଧ ଆଦି ବନ୍ୟଜନ୍ତୁ ବସବାସ କରୁଛନ୍ତି। ତେଣୁ ପୁଣି ଥରେ ବାଲୁଖଣ୍ଡ ଅଭୟାରଣ୍ୟକୁ କୃଷ୍ଣସାର ମୃଗଙ୍କ ମୁକ୍ତ ବିଚରଣର ଆଶ୍ରୟସ୍ଥଳୀ କରିବାକୁ ବନ ବିଭାଗ ପଦକ୍ଷେପ ନେଇଛି।
ଭୁବନେଶ୍ୱର ଚନ୍ଦକାରେ ସଫାରି ଆରମ୍ଭ ହୋଇଥିବାବେଳେ ଭରତପୁର ସଂରକ୍ଷିତ ଜଙ୍ଗଲରେ ନାଇଟ୍‌ ସଫାରି ମଧ୍ୟ ଚାଲୁଛି। ଅନ୍ୟପଟେ ମୟୂରଭଞ୍ଜର ଶିମିଳିପାଳ ଟାଇଗର ରିଜର୍ଭ ନିକଟରେ ଓଡ଼ିଶା ଏକ ସ୍ବତନ୍ତ୍ର ମେଲାନିଷ୍ଟିକ ଟାଇଗର ବା ବିରଳ କଳାବାଘ ସଫାରି ସ୍ଥାପନ କରିବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri