ଭୁବନେଶ୍ୱର, ୮।୧୦(ଅସମାପିକା ସାହୁ)ସମଗ୍ର ଶିକ୍ଷା ଯୋଜନା ଅଧୀନରେ ବିଦ୍ୟାଳୟସ୍ତରୀୟ ସୋସିଆଲ ଅଡିଟ୍ କାର୍ଯ୍ୟକ୍ରମ କାର୍ଯ୍ୟକାରୀ ହେବ। ଏଥିପାଇଁ ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ସୋସିଆଲ ଅଡିଟ୍ ୟୁନିଟ୍ (ଓସାଟ୍) ସହ ଓସେପାର ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ସମନ୍ବିତ ବିଦ୍ୟାଳୟ ଶିକ୍ଷା ଯୋଜନା ଅଧୀନରେ ପ୍ରାକ୍-ବିଦ୍ୟାଳୟ ଶ୍ରେଣୀଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ସମଗ୍ର ଦେଶରେ ଶିକ୍ଷାର ଗୁଣାତ୍ମକ ମାନରେ ବ୍ୟାପକ ବିକାଶ ଏବଂ ଉନ୍ନତି ସୁନିଶ୍ଚିତ କରିବା ଏହାର ଉଦ୍ଦେଶ୍ୟ। ଯୋଜନାର କାର୍ଯ୍ୟକାରିତାରେ ସ୍ବଚ୍ଛତା ଏବଂ ଉତ୍ତରଦାୟିତ୍ୱ ବୃଦ୍ଧି କରିବା ପାଇଁ ସାମାଜିକ ଅଡିଟ୍ ବ୍ୟବସ୍ଥା ଆରମ୍ଭ ହୋଇଛି। ଏହି ଅଡିଟ୍ ସମଗ୍ର ଶିକ୍ଷାର ମନିଟରିଂ ଏବଂ ଟ୍ରାକିଂ ବ୍ୟବସ୍ଥା ପାଇଁ ସ୍ବାଧୀନ ଭାବରେ କାର୍ଯ୍ୟ କରିବ। ଏହି ଯୋଜନା ଅଧୀନରେ ବିଭିନ୍ନ କାର୍ଯ୍ୟକ୍ରମ, ପଦକ୍ଷେପ ଏବଂ କାର୍ଯ୍ୟକଳାପ ସମ୍ପର୍କରେ ସୂଚନା ସଂଗ୍ରହ କରାଯିବ। ଏଥିସହିତ ତୃଣମୂଳ ସ୍ତରରେ ବିଶେଷକରି ବିଦ୍ୟାଳୟଗୁଡ଼ିକରୁ ଅଂଶୀଦାରଙ୍କଠାରୁ ମତାମତ ସଂଗ୍ରହ ଉପରେ ଗୁରୁତ୍ୱ ଦିଆଯିବ। ସମଗ୍ର ଶିକ୍ଷା କାର୍ଯ୍ୟକାରିତା ପ୍ରକ୍ରିୟାରେ ଜନସାଧାରଣଙ୍କ ଉତ୍ତରଦାୟିତ୍ୱ ବୃଦ୍ଧି କରିବା ଏହି ପଦକ୍ଷେପର ଅନ୍ୟତମ ଲକ୍ଷ୍ୟ। ନିର୍ଦ୍ଦେଶାବଳୀ ଅନୁଯାୟୀ, ସୋସିଆଲ ଅଡିଟ୍ ୟୁନିଟ୍ ୫ବର୍ଷ ମଧ୍ୟରେ ସମସ୍ତ ସରକାରୀ ବିଦ୍ୟାଳୟ ପାଇଁ ସୋସିଆଲ ଅଡିଟ୍ କରିବ।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

