ଧବଳେଶ୍ୱରଙ୍କ ଦର୍ଶନ ପାଇଁ ହେବ ଅସ୍ଥାୟୀ ରାସ୍ତା

ଖୁଣ୍ଟୁଣୀ, ୫ା୧୨(ଡି.ଏନ.ଏ.):କଟକ ଜିଲା ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱରଙ୍କ ଦର୍ଶନ ପାଇଁ ଭକ୍ତଙ୍କୁ ବାରଣ କରାଯାଇଛି। ଧବଳେଶ୍ୱର ପୀଠକୁ ସଂଯୋଗ ହୋଇଥିବା ଝୁଲାପୋଲକୁ ବନ୍ଦ କରାଯାଇଥିବାରୁ ଭକ୍ତମାନେ ଦର୍ଶନରୁ ବଞ୍ଚିତ ହୋଇଛନ୍ତି। ଏହାକୁ ନେଇ ଅସନ୍ତୋଷ ଜୋର୍‌ ଧରିଛି। ତେବେ ଭକ୍ତମାନେ କିଭଳି ଠାକୁରଙ୍କୁ ଦର୍ଶନ କରିପାରିବେ ସେଥିପାଇଁ କଟକ ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏ ନେଇ ଧବଳେଶ୍ୱର ପୀଠରେ ରବିବାର ମଧ୍ୟାହ୍ନରେ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ଅଧ୍ୟକ୍ଷତାରେ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିଲା। ଧବଳେଶ୍ୱରଙ୍କ ଦର୍ଶନ ପାଇଁ ମହାନଦୀରେ କଂକ୍ରିଟ୍‌ ପୋଲ ନିର୍ମାଣ କରାଯାଉଛି। ଏହି କାମ ଆସନ୍ତା ବର୍ଷ ଶେଷ ହେବ। ତେବେ ଏହା ପୂର୍ବରୁ ପୋଲ ନିକଟ ନଦୀଶଯ୍ୟାରେ ବାଲିବସ୍ତା ପକାଯାଇ ଅସ୍ଥାୟୀ ରାସ୍ତା ନିର୍ମାଣ କରାଯିବ। ଏଥିପାଇଁ ସହମତି ଭିତ୍ତିରେ ନିଷ୍ପତ୍ତି ହୋଇ ରବିବାରଠାରୁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଛି। ଆସନ୍ତା ୯ ତାରିଖରେ ସର୍ବସାଧାରଣରେ ଟେଣ୍ଡର ଫାଇଲ ଖୋଲାଯିବ ବୋଲି ଆଠଗଡ଼ ତହସିଲଦାର ପ୍ରିୟବ୍ରତ ଦାସ କହିଛନ୍ତି। ଏଥିସହିତ କଂକ୍ରିଟ ପୋଲ ନିର୍ମାଣ କାମ ଆସନ୍ତା ଫେବୃୟାରୀ ମଧ୍ୟରେ ସାରିବାକୁ କେନ୍ଦ୍ରାଞ୍ଚଳ ଆର୍‌ଡିସି ସୁରେଶ ଚନ୍ଦ୍ର ଦଳାଇ ସମ୍ପୃକ୍ତ ଠିକାସଂସ୍ଥାକୁ ନିର୍ଦ୍ଦେଶ ଦେଇଛନ୍ତି। ହେଲେ ଏହି କାମକୁ ଆଉ ଗୋଟିଏ ମାସ ଅର୍ଥାତ୍‌ ମାର୍ଚ୍ଚ ମଧ୍ୟରେ ଶେଷ କରିବାକୁ ଠିକାଦାର ସମୟ ମାଗିଥିଲେ। ଫଳରେ ମାର୍ଚ୍ଚ ଶେଷ ସୁଦ୍ଧା ନିର୍ମାଣ କାମ ସରିବ ବୋଲି ନିଷ୍ପତ୍ତି ହୋଇଥିଲା। ଏହି ବୈଠକରେ ଗ୍ରାମ ଉନ୍ନୟନ ବିଭାଗର ମୁଖ୍ୟଯନ୍ତ୍ରୀ ପ୍ରଦୀପ ମହାପାତ୍ର, ସୁପରିଣ୍ଟେଣ୍ଡେଣ୍ଟ ସୋମନାଥ ପରିଡା, ଆର୍‌ଆଣ୍ଡ୍‌ବିର ପ୍ରଦୀପ ମହାନ୍ତି, ଉପଜିଲାପାଳ ହେମନ୍ତ କୁମାର ସ୍ବାଇଁ, ତହସିଲଦାର ପ୍ରିୟବ୍ରତ ଦାସ, ଚୌଦ୍ୱାର ଏସ୍‌ଡିପିଓ ସତ୍ୟବ୍ରତ ଲେଙ୍କା, ଗୁରୁଡିଝାଟିଆ ଥାନା ଅଧିକାରୀ ରଞ୍ଜନ କୁମାର ପ୍ରଧାନ, ଦେବୋତ୍ତର ସୁପରଭାଇଜର ଭବାନୀ ଶଙ୍କର ପଣ୍ଡା, ମଞ୍ଚେଶ୍ୱର ସରପଞ୍ଚଙ୍କ ପ୍ରତିନିଧି ପ୍ରିୟବ୍ରତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ପୋଲ ନିର୍ମାଣ ଓ ଅସ୍ଥାୟୀ ରାସ୍ତା କାମ ତ୍ୱରାନ୍ବିତ ପାଇଁ ଜିଲାପାଳ ଓ ଅନ୍ୟମାନେ କ୍ଷେତ୍ର ପରିଦର୍ଶନ କରିଥିଲେ।
ସୂଚନାଯୋଗ୍ୟ, ଗୁଜରାଟର ମୋରବିରେ ଝୁଲାପୋଲ ଦୁର୍ଘଟଣାରେ ଶତାଧିକ ବ୍ୟକ୍ତିଙ୍କ ମୃତ୍ୟୁ ଘଟିବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଥିଲା। ଘଟଣାର ୨୪ ଘଣ୍ଟା ନ ପୂରୁଣୁ ଆଠଗଡ ବ୍ଲକ ମଞ୍ଚେଶ୍ୱରଠାରେ ମହାନଦୀ ଉପରେ ନିର୍ମିତ ଧବଳେଶ୍ୱର ଝୁଲାପୋଲକୁ ସର୍ବସାଧାରଣଙ୍କ ଯାତାୟାତ ନିମନ୍ତେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ ଘୋଷଣା କରାଯାଇଛି। ଝୁଲାପୋଲରେ ଫାଟ ସୃଷ୍ଟି ହେବା ସହ ବିମ୍‌ରେ କଳଙ୍କି ଲାଗି କଣା ହୋଇଯାଇଥିବାରୁ ମରାମତିର ଆବଶ୍ୟକ ରହିଛି। ଗତ ନଭେମ୍ବର ୧ରୁ ଭକ୍ତଙ୍କ ଯାତାୟାତ ବନ୍ଦ କରାଯିବା ସହ ପୀଠ ନିକଟରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ୧୪୪ ଧାରା ଜାରି କରାଯାଇଛି। ଫଳରେ ଭକ୍ତମାନେ ଠାକୁରଙ୍କ ଦର୍ଶନରୁ ବଞ୍ଚିତ ହୋଇଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri