ଧବଳେଶ୍ୱରଙ୍କ ଦର୍ଶନ ପାଇଁ ହେବ ଅସ୍ଥାୟୀ ରାସ୍ତା

ଖୁଣ୍ଟୁଣୀ, ୫ା୧୨(ଡି.ଏନ.ଏ.):କଟକ ଜିଲା ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱରଙ୍କ ଦର୍ଶନ ପାଇଁ ଭକ୍ତଙ୍କୁ ବାରଣ କରାଯାଇଛି। ଧବଳେଶ୍ୱର ପୀଠକୁ ସଂଯୋଗ ହୋଇଥିବା ଝୁଲାପୋଲକୁ ବନ୍ଦ କରାଯାଇଥିବାରୁ ଭକ୍ତମାନେ ଦର୍ଶନରୁ ବଞ୍ଚିତ ହୋଇଛନ୍ତି। ଏହାକୁ ନେଇ ଅସନ୍ତୋଷ ଜୋର୍‌ ଧରିଛି। ତେବେ ଭକ୍ତମାନେ କିଭଳି ଠାକୁରଙ୍କୁ ଦର୍ଶନ କରିପାରିବେ ସେଥିପାଇଁ କଟକ ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏ ନେଇ ଧବଳେଶ୍ୱର ପୀଠରେ ରବିବାର ମଧ୍ୟାହ୍ନରେ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ଅଧ୍ୟକ୍ଷତାରେ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିଲା। ଧବଳେଶ୍ୱରଙ୍କ ଦର୍ଶନ ପାଇଁ ମହାନଦୀରେ କଂକ୍ରିଟ୍‌ ପୋଲ ନିର୍ମାଣ କରାଯାଉଛି। ଏହି କାମ ଆସନ୍ତା ବର୍ଷ ଶେଷ ହେବ। ତେବେ ଏହା ପୂର୍ବରୁ ପୋଲ ନିକଟ ନଦୀଶଯ୍ୟାରେ ବାଲିବସ୍ତା ପକାଯାଇ ଅସ୍ଥାୟୀ ରାସ୍ତା ନିର୍ମାଣ କରାଯିବ। ଏଥିପାଇଁ ସହମତି ଭିତ୍ତିରେ ନିଷ୍ପତ୍ତି ହୋଇ ରବିବାରଠାରୁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଛି। ଆସନ୍ତା ୯ ତାରିଖରେ ସର୍ବସାଧାରଣରେ ଟେଣ୍ଡର ଫାଇଲ ଖୋଲାଯିବ ବୋଲି ଆଠଗଡ଼ ତହସିଲଦାର ପ୍ରିୟବ୍ରତ ଦାସ କହିଛନ୍ତି। ଏଥିସହିତ କଂକ୍ରିଟ ପୋଲ ନିର୍ମାଣ କାମ ଆସନ୍ତା ଫେବୃୟାରୀ ମଧ୍ୟରେ ସାରିବାକୁ କେନ୍ଦ୍ରାଞ୍ଚଳ ଆର୍‌ଡିସି ସୁରେଶ ଚନ୍ଦ୍ର ଦଳାଇ ସମ୍ପୃକ୍ତ ଠିକାସଂସ୍ଥାକୁ ନିର୍ଦ୍ଦେଶ ଦେଇଛନ୍ତି। ହେଲେ ଏହି କାମକୁ ଆଉ ଗୋଟିଏ ମାସ ଅର୍ଥାତ୍‌ ମାର୍ଚ୍ଚ ମଧ୍ୟରେ ଶେଷ କରିବାକୁ ଠିକାଦାର ସମୟ ମାଗିଥିଲେ। ଫଳରେ ମାର୍ଚ୍ଚ ଶେଷ ସୁଦ୍ଧା ନିର୍ମାଣ କାମ ସରିବ ବୋଲି ନିଷ୍ପତ୍ତି ହୋଇଥିଲା। ଏହି ବୈଠକରେ ଗ୍ରାମ ଉନ୍ନୟନ ବିଭାଗର ମୁଖ୍ୟଯନ୍ତ୍ରୀ ପ୍ରଦୀପ ମହାପାତ୍ର, ସୁପରିଣ୍ଟେଣ୍ଡେଣ୍ଟ ସୋମନାଥ ପରିଡା, ଆର୍‌ଆଣ୍ଡ୍‌ବିର ପ୍ରଦୀପ ମହାନ୍ତି, ଉପଜିଲାପାଳ ହେମନ୍ତ କୁମାର ସ୍ବାଇଁ, ତହସିଲଦାର ପ୍ରିୟବ୍ରତ ଦାସ, ଚୌଦ୍ୱାର ଏସ୍‌ଡିପିଓ ସତ୍ୟବ୍ରତ ଲେଙ୍କା, ଗୁରୁଡିଝାଟିଆ ଥାନା ଅଧିକାରୀ ରଞ୍ଜନ କୁମାର ପ୍ରଧାନ, ଦେବୋତ୍ତର ସୁପରଭାଇଜର ଭବାନୀ ଶଙ୍କର ପଣ୍ଡା, ମଞ୍ଚେଶ୍ୱର ସରପଞ୍ଚଙ୍କ ପ୍ରତିନିଧି ପ୍ରିୟବ୍ରତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ପୋଲ ନିର୍ମାଣ ଓ ଅସ୍ଥାୟୀ ରାସ୍ତା କାମ ତ୍ୱରାନ୍ବିତ ପାଇଁ ଜିଲାପାଳ ଓ ଅନ୍ୟମାନେ କ୍ଷେତ୍ର ପରିଦର୍ଶନ କରିଥିଲେ।
ସୂଚନାଯୋଗ୍ୟ, ଗୁଜରାଟର ମୋରବିରେ ଝୁଲାପୋଲ ଦୁର୍ଘଟଣାରେ ଶତାଧିକ ବ୍ୟକ୍ତିଙ୍କ ମୃତ୍ୟୁ ଘଟିବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଥିଲା। ଘଟଣାର ୨୪ ଘଣ୍ଟା ନ ପୂରୁଣୁ ଆଠଗଡ ବ୍ଲକ ମଞ୍ଚେଶ୍ୱରଠାରେ ମହାନଦୀ ଉପରେ ନିର୍ମିତ ଧବଳେଶ୍ୱର ଝୁଲାପୋଲକୁ ସର୍ବସାଧାରଣଙ୍କ ଯାତାୟାତ ନିମନ୍ତେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ ଘୋଷଣା କରାଯାଇଛି। ଝୁଲାପୋଲରେ ଫାଟ ସୃଷ୍ଟି ହେବା ସହ ବିମ୍‌ରେ କଳଙ୍କି ଲାଗି କଣା ହୋଇଯାଇଥିବାରୁ ମରାମତିର ଆବଶ୍ୟକ ରହିଛି। ଗତ ନଭେମ୍ବର ୧ରୁ ଭକ୍ତଙ୍କ ଯାତାୟାତ ବନ୍ଦ କରାଯିବା ସହ ପୀଠ ନିକଟରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ୧୪୪ ଧାରା ଜାରି କରାଯାଇଛି। ଫଳରେ ଭକ୍ତମାନେ ଠାକୁରଙ୍କ ଦର୍ଶନରୁ ବଞ୍ଚିତ ହୋଇଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?