ବୌଦ୍ଧରେ ହେବ ତ୍ରିମୁଖୀ ଲଢ଼େଇ

ବୌଦ୍ଧ,୮ା୪( ଅଜିତ କୁମାର ବାରିକ): ସାଧାରଣ ନିର୍ବାଚନ ପାଇଁ ତିନି ପ୍ରମୁଖ ରାଜନୈତିକ ଦଳ ନିଜ ନିଜର ରଣ କୌଶଳ ଆରମ୍ଭ କରିଛନ୍ତି। ଏଥର ନିର୍ବାଚନରେ ବୌଦ୍ଧ ନିର୍ବାଚନମଣ୍ଡଳୀରେ ତ୍ରିମୁଖୀ ଲଢେଇ ହେବାକୁ ଯାଉଛି। ବରିଷ୍ଠ ଆଇନଜୀବୀ ନବକୁମାର ମିଶ୍ର କଂଗ୍ରେସର ପ୍ରାର୍ଥୀ ହୋଇଛନ୍ତି। ଯୁବନେତା ତଥା ହରଭଙ୍ଗା ବ୍ଲକ ଉପାଧ୍ୟକ୍ଷ ସରୋଜ ପ୍ରଧାନ ଭାଜପାର ପ୍ରାର୍ଥୀ ହୋଇଥିବା ବେଳେ ବିଧାୟକ ତଥା ମନ୍ତ୍ରୀ ପ୍ରଦୀପ କୁମାର ଅମାତ ବିଜେଡିର ପ୍ରାର୍ଥୀ ହୋଇଛନ୍ତି। ପୂର୍ବରୁ ଭାଜପା ପ୍ରାର୍ଥୀ ସରୋଜ ଓ ବିଜେଡି ପ୍ରାର୍ଥୀ ଅମାତ ପ୍ରଚାର ଆରମ୍ଭ କରିଥିବା ବେଳେ ରବିବାର ଦିନ ବୌଦ୍ଧର ଆରାଧ୍ୟ ଦେବୀ ମା’ ଭୈରବୀଙ୍କ ପୀଠରେ କଂଗ୍ରେସ ବିଧାୟକ ପ୍ରାର୍ଥୀ ନବକୁମାର ପୂଜାର୍ଚ୍ଚନା କରିବା ପରେ ପ୍ରଚାର ଆରମ୍ଭ କରିଛନ୍ତିି। ଏହି ଅବସରରେ ହରଭଙ୍ଗା ବ୍ଲକ ସରସରା ପଞ୍ଚାୟତର ବଘାରପାଲିସ୍ଥିତ ଶୈବପୀଠରେ ପହଞ୍ଚତ୍ ବାବା ଚନ୍ଦ୍ରଶେଖରଙ୍କ ଆର୍ଶୀବାଦ ଭିକ୍ଷା କରିଥିଲେ। କଂଗ୍ରେସର ଗ୍ୟାରେଣ୍ଟି ଇସ୍ତାହାର ନେଇ ବଘାରପାଲ୍ଲୀ, ସାନବଙ୍କାପଡା ଏବଂ ବଡବଙ୍କାପଡା ପ୍ରଭୃତି ଗ୍ରାମର ଘରକୁ ଘର ବୁଲି ଇସ୍ତାହାର ପତ୍ର ବଣ୍ଟନ କରିବା ସହିତ କଂଗ୍ରେସକୁ ଭୋଟ ଦେବା ପାଇଁ ଲୋକଙ୍କୁ ନିବେଦନ କରିଥିଲେ। ଲୋକମାନେ ପ୍ରାର୍ଥୀ ମିଶ୍ରଙ୍କୁ ସ୍ବାଗତ କରିଥିଲେ। ପ୍ରଚାରରେ ଜିଲା କଂଗ୍ରେସ ମୁଖ୍ୟ ପ୍ରବକ୍ତା ଶାନ୍ତନୁ କୁମାର ମହାପାତ୍ର, ଉପସଭାପତି ସମରେଶ ମିଶ୍ର, ହରଭଙ୍ଗା ବ୍ଲକ କଂଗ୍ରେସ ସଭାପତି ପଙ୍କଜ କର୍ଣ୍ଣ, ଆଇନଜୀବୀ ତାରିଣି ଜେନା, ଅର୍ଜ୍ଜୁନ ମହାନନ୍ଦିଆ, ବେଣୁଧର ମେହେର, ବୁଦ୍ଧଦେବ ପ୍ରଧାନ, ରୋହିତାଶ୍ୱ ବେହେରା, ପ୍ରମୋଦ ପ୍ରଧାନ, ପୌଲସ୍ତି ପ୍ରଧାନ, ଜୟନ୍ତ ପାଣିଗ୍ରାହୀ, ପ୍ରଦୀପ ଦାସ, ଉମେଶ ବେଜି, ମଙ୍ଗଳୁ ମେହେର, ସୁଧାଂଶୁ କହଁର, ଉଦ୍ଧବ ବେହେରା ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri