୭୫ ମିଟର ବାହାରେ ହେବ ଅଢ଼େଇ ମିଟର ରାସ୍ତା

ପୁରୀ ଅଫିସ,୪।୩: ଶ୍ରୀକ୍ଷେତ୍ରରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଏବେ ଜୋରସୋରରେ ଆଗେଇ ଚାଲିଛି। ଗୁରୁବାର ଓଡ଼ିଶା ସେତୁ ନିର୍ମାଣ ନିଗମ(ଓବିସିସି)ର ବରିଷ୍ଠ ଅଧିକାରୀ ଓ କର୍ତ୍ତୃପକ୍ଷମାନେ ପୁରୀ ଆସି ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଶ୍ରୀମନ୍ଦିର ଚାରିପାଖ ବୁଲି ଦେଖିବା ସହ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ବୁଝିଛନ୍ତି। ମେଘନାଦ ପ୍ରାଚୀରଠାରୁ ୭୫ ମିଟର ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ଚାଲୁଥିବା ବେଳେ ସାହି ଗଳିକୁ ଲାଗିଥିବା ରାସ୍ତା ସମ୍ପୂର୍ଣ୍ଣ ପ୍ରକଳ୍ପ ମଧ୍ୟରେ ଚାଲିଆସୁଛି। ଫଳରେ ବଡ଼ଦାଣ୍ଡକୁ ସାହିବାସିନ୍ଦାଙ୍କ ସିଧାସଳଖ ଯାତାୟାତ ବାଧାପ୍ରାପ୍ତ ହେବ। ଏହାକୁ ଦୃଷ୍ଟିରେ ରଖି ୭୫ ମିଟର ଶେଷ ହେଉଥିବା ସ୍ଥାନରୁ ଅଢେଇ ମିଟରର ଏକ ରାସ୍ତା ନିର୍ମାଣ କରାଯିବ। ଏହା ସାହି ଗଳିରୁ ବାହାରି ପ୍ରକଳ୍ପର ପାର୍ଶ୍ୱ ଦେଇ ବଡ଼ଦାଣ୍ଡଠାରେ ବାହାରିବ। ଫଳରେ ଶ୍ରୀମନ୍ଦିର ଚାରିପାଖରେ ଥିବା ବାସିନ୍ଦାମାନେ ବଡ଼ଦାଣ୍ଡକୁ ଯିବା ସହଜ ହେବ। ବିଶେଷ ଭାବେ ପଶ୍ଚିମପଟେ ଏଭଳି ରାସ୍ତା ପାଇଁ ପ୍ରକ୍ରିୟା ଆରମ୍ଭ କରାଯିବ ବୋଲି ଓବିସିସି ପକ୍ଷରୁ ସୂଚନା ମିଳିଛି। ଓବିସିସିର ପ୍ରକଳ୍ପ ଅଧିକାରୀ ପ୍ରଭାତ ପାଣିଗ୍ରାହୀ, ଓବିସିସି ଏମ୍‌ଡି ଜୟକୃଷ୍ଣ ଦାଶ ଓ ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ପୂର୍ଣ୍ଣଚନ୍ଦ୍ର ମହାପାତ୍ର କାର୍ଯ୍ୟକୁ ତ୍ୱରିତ ବେଗରେ ଶେଷ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଜିଲାପାଳ ସମର୍ଥ ବର୍ମା, ଉପଜିଲାପାଳ ଭବତାରଣ ସାହୁ, ଓବିସିସି ଅଧିକାରୀ ଓ ଟାଟା କମ୍ପାନୀ ଲିମିଟେଡ୍‌ର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଓବିସିସି ପକ୍ଷରୁ ଏହା ପ୍ରଥମ ପର୍ଯ୍ୟାୟ ସମୀକ୍ଷା। ପ୍ରକଳ୍ପ କାର୍ଯ୍ୟ ଟାଟା କମ୍ପାନୀ ଓ ଓବିସିସିର ମିଳିତ ଉଦ୍ୟମରେ ପରିଚାଳିତ ହେଉଥିବା ହେତୁ ପ୍ରଥମ ପର୍ଯ୍ୟାୟରେ କେତେ କାର୍ଯ୍ୟ ଲକ୍ଷ୍ୟ ରଖାଯାଇଥିଲା ଓ ଧାର୍ଯ୍ୟ ସମୟସୀମା ମଧ୍ୟରେ ଏହା ହୋଇପାରିଛି ନାହିଁ ସେନେଇ କମ୍ପାନୀର ଅଧିକାରୀଙ୍କ ସହ ଓବିସିସିର ଅଧିକାରୀମାନେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri