ଈଶାଣପୁରରେ ହେବ ଅଣ୍ଡର ପାସ୍‌

ବୈଶିଙ୍ଗା,୨୮ା୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଯୁଗପୁରା ରେଳ ଷ୍ଟେଶନଠାରୁ ମାତ୍ର ୫୦୦ ମିଟର ଦୂରରେ ଥିବା ଈଶାଣପୁର ଓ ଯୁଗପୁରା ଅଞ୍ଚଳର ବାସିନ୍ଦାଙ୍କ ସମସ୍ୟା ସମ୍ପର୍କରେ ସୋମବାର ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ସହ ଦକ୍ଷିଣ ପୂର୍ବ ରେଳବାଇର ଡିଆର୍‌ଏମ୍‌ ମହମ୍ମଦ ସୁଜାତ୍‌ ହୁସେନ ଅନୁଧ୍ୟାନ କରିଥିଲେ। ଈଶାଣପୁର ଗ୍ରାମକୁ ସଂଯୋଗ କରୁଥିବା ରାସ୍ତାଟିକୁ ରେଳବାଇ ପକ୍ଷରୁ ବନ୍ଦ କରି ଦିଆଯାଇଛି। ଅନ୍ୟ ପକ୍ଷରେ ଗ୍ରାମବାସୀଙ୍କ ପାଇଁ କୌଣସି ବିକଳ୍ପ ବ୍ୟବସ୍ଥା କରାଯାଇ ନ ଥିବା କାରଣରୁ ସ୍ଥାନୀୟ ଲୋକେ ନାହିଁ ନ ଥିବା ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି। ତେଣୁ ତୁରନ୍ତ ଏଠାରେ ଏକ ଅଣ୍ଡର୍‌ ପାସ ରାସ୍ତା ବ୍ୟବସ୍ଥା କରାଯିବ ବୋଲି ଡିଆର୍‌ଏମ୍‌ ପ୍ରତିଶ୍ରୁତି ଦେଇଥିଲେ।
ଗ୍ରାମବାସୀଙ୍କ ନିଜସ୍ବ ଅର୍ଥରେ ୩୦୦ ମିଟର ଦୂରରେ ଥିବା ଛତର ରେଳ ଫାଟକ ପର୍ଯ୍ୟନ୍ତ ରେଳ ଲାଇନ ପାଶର୍‌ବରେ ମାଟି ରାସ୍ତା ତିଆରି କରି ଚଳପ୍ରଚଳ କରିଥାନ୍ତି। ମାତ୍ର ଏହାକୁ ବେଆଇନ ଦର୍ଶାଇ ରେଳ ଅଧିକାରୀମାନେ ବିରୋଧ କରି ଆସୁଛନ୍ତି ଏବଂ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଧମକ ମଧ୍ୟ ଦେଉଛନ୍ତି। ଫଳରେ ଗ୍ରାମ ଭିତରକୁ କୌଣସି ଗାଡ଼ି ମଟର ଚଳାଚଳ ବ୍ୟାହତ ହୋଇଛି। ଜରୁରୀକାଳୀନ ସ୍ଥିତିରେ ଆମ୍ବୁଲାନ୍ସ କିମ୍ବା ଦମକଳ ଗାଡ଼ି ମଧ୍ୟ ଯାଇ ପାରୁନାହିଁ। ଏ ସମ୍ପର୍କରେ ବହୁବାର ରେଳବାଇ ନିକଟରେ ଅଭିଯୋଗ ହୋଇଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିଲା। ଶେଷରେ ରେଳରୋକ କରାଯିବା ନେଇ ଅଧିକାରୀଙ୍କୁ ଲିଖିତ ଭାବେ ଜଣାଇ ଦିଆଯାଇଥିଲା। ଶେଷରେ ମୟୂରଭଞ୍ଜ ଏମ୍‌ପି ତଥା କେନ୍ଦ୍ର ଆଦିବାସୀ କଲ୍ୟାଣ ଓ ଜଳଶକ୍ତି ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଏବଂ ବାଲେଶ୍ବର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ହସ୍ତକ୍ଷେପ ପରେ ସୋମବାର ରେଳବାଇ ଡିଆର୍‌ଏମ୍‌ ସମ୍ପୃକ୍ତ ଗ୍ରାମ ପରିଦର୍ଶନ କରି ତୁରନ୍ତ ଏଠାରେ ଏକ ଅଣ୍ଡର୍‌ ପାସ୍‌ ରାସ୍ତା ବ୍ୟବସ୍ଥା କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ରେଳ ଅଧିକାରୀଙ୍କ ସହ ଯୁଗପୁରା ଷ୍ଟେଶନ ସୁରକ୍ଷା କମିଟିର ଅଶ୍ବିନୀ କୁମାର ମହାରଣା, ଗିରୀଶ ଚନ୍ଦ୍ର ରାଉତ, ରତିକାନ୍ତ ମହାନ୍ତଙ୍କ ସମେତ ବହୁସଂଖ୍ୟକ ମହିଳା ମଧ୍ୟ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri