ଈଶାଣପୁରରେ ହେବ ଅଣ୍ଡର ପାସ୍‌

ବୈଶିଙ୍ଗା,୨୮ା୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଯୁଗପୁରା ରେଳ ଷ୍ଟେଶନଠାରୁ ମାତ୍ର ୫୦୦ ମିଟର ଦୂରରେ ଥିବା ଈଶାଣପୁର ଓ ଯୁଗପୁରା ଅଞ୍ଚଳର ବାସିନ୍ଦାଙ୍କ ସମସ୍ୟା ସମ୍ପର୍କରେ ସୋମବାର ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ସହ ଦକ୍ଷିଣ ପୂର୍ବ ରେଳବାଇର ଡିଆର୍‌ଏମ୍‌ ମହମ୍ମଦ ସୁଜାତ୍‌ ହୁସେନ ଅନୁଧ୍ୟାନ କରିଥିଲେ। ଈଶାଣପୁର ଗ୍ରାମକୁ ସଂଯୋଗ କରୁଥିବା ରାସ୍ତାଟିକୁ ରେଳବାଇ ପକ୍ଷରୁ ବନ୍ଦ କରି ଦିଆଯାଇଛି। ଅନ୍ୟ ପକ୍ଷରେ ଗ୍ରାମବାସୀଙ୍କ ପାଇଁ କୌଣସି ବିକଳ୍ପ ବ୍ୟବସ୍ଥା କରାଯାଇ ନ ଥିବା କାରଣରୁ ସ୍ଥାନୀୟ ଲୋକେ ନାହିଁ ନ ଥିବା ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି। ତେଣୁ ତୁରନ୍ତ ଏଠାରେ ଏକ ଅଣ୍ଡର୍‌ ପାସ ରାସ୍ତା ବ୍ୟବସ୍ଥା କରାଯିବ ବୋଲି ଡିଆର୍‌ଏମ୍‌ ପ୍ରତିଶ୍ରୁତି ଦେଇଥିଲେ।
ଗ୍ରାମବାସୀଙ୍କ ନିଜସ୍ବ ଅର୍ଥରେ ୩୦୦ ମିଟର ଦୂରରେ ଥିବା ଛତର ରେଳ ଫାଟକ ପର୍ଯ୍ୟନ୍ତ ରେଳ ଲାଇନ ପାଶର୍‌ବରେ ମାଟି ରାସ୍ତା ତିଆରି କରି ଚଳପ୍ରଚଳ କରିଥାନ୍ତି। ମାତ୍ର ଏହାକୁ ବେଆଇନ ଦର୍ଶାଇ ରେଳ ଅଧିକାରୀମାନେ ବିରୋଧ କରି ଆସୁଛନ୍ତି ଏବଂ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଧମକ ମଧ୍ୟ ଦେଉଛନ୍ତି। ଫଳରେ ଗ୍ରାମ ଭିତରକୁ କୌଣସି ଗାଡ଼ି ମଟର ଚଳାଚଳ ବ୍ୟାହତ ହୋଇଛି। ଜରୁରୀକାଳୀନ ସ୍ଥିତିରେ ଆମ୍ବୁଲାନ୍ସ କିମ୍ବା ଦମକଳ ଗାଡ଼ି ମଧ୍ୟ ଯାଇ ପାରୁନାହିଁ। ଏ ସମ୍ପର୍କରେ ବହୁବାର ରେଳବାଇ ନିକଟରେ ଅଭିଯୋଗ ହୋଇଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିଲା। ଶେଷରେ ରେଳରୋକ କରାଯିବା ନେଇ ଅଧିକାରୀଙ୍କୁ ଲିଖିତ ଭାବେ ଜଣାଇ ଦିଆଯାଇଥିଲା। ଶେଷରେ ମୟୂରଭଞ୍ଜ ଏମ୍‌ପି ତଥା କେନ୍ଦ୍ର ଆଦିବାସୀ କଲ୍ୟାଣ ଓ ଜଳଶକ୍ତି ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଏବଂ ବାଲେଶ୍ବର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ହସ୍ତକ୍ଷେପ ପରେ ସୋମବାର ରେଳବାଇ ଡିଆର୍‌ଏମ୍‌ ସମ୍ପୃକ୍ତ ଗ୍ରାମ ପରିଦର୍ଶନ କରି ତୁରନ୍ତ ଏଠାରେ ଏକ ଅଣ୍ଡର୍‌ ପାସ୍‌ ରାସ୍ତା ବ୍ୟବସ୍ଥା କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ରେଳ ଅଧିକାରୀଙ୍କ ସହ ଯୁଗପୁରା ଷ୍ଟେଶନ ସୁରକ୍ଷା କମିଟିର ଅଶ୍ବିନୀ କୁମାର ମହାରଣା, ଗିରୀଶ ଚନ୍ଦ୍ର ରାଉତ, ରତିକାନ୍ତ ମହାନ୍ତଙ୍କ ସମେତ ବହୁସଂଖ୍ୟକ ମହିଳା ମଧ୍ୟ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri