ମହାନଦୀରେ ସ୍ନାନ ପାଇଁ ହେବ ବ୍ୟାରିକେଡ୍‌

ନୟାଗଡ଼,୩୧ା୩ (ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ଜିଲାପାଳଙ୍କ ମିନି କନ୍‌ଫରେନ୍ସ ହଲ୍‌ରେ ଖଣ୍ଡପଡ଼ା ବ୍ଲ୍ଳକର କଣ୍ଟିଲୋ ଶ୍ରୀନୀଳମାଧବ ଜୀଉ ବିଜେଙ୍କ ମହାବାରୁଣୀ ସ୍ନାନ ନିମନ୍ତେ ଜିଲାସ୍ତରୀୟ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏପ୍ରିଲ ୬ ତାରିଖ ମଧ୍ୟାହ୍ନ ୧୨ଟାରେ ପ୍ରଭୁ ନୀଳମାଧବ ଜୀଉ ବିଜେଙ୍କର ମହାନଦୀ ଘାଟରେ ବାରୁଣୀ ସ୍ନାନ ଦେବନୀତି ଅନୁଷ୍ଠିତ ହେବ। ଏଥିରେ ନୟାଗଡ଼ ଜିଲା ତଥା ରାଜ୍ୟର ବିଭିନ୍ନସ୍ଥାନରୁ ଲକ୍ଷାଧିକ ଶ୍ରଦ୍ଧାଳୁ, ଭକ୍ତ ସ୍ନାନ ଯାତ୍ରାରେ ଯୋଗ ଦେବେ। ଏହି ଅବସରରେ ଜିଲାପାଳ ସ୍ବଧା ଦେବ ସିଂ ଆଇନ ଶୃଙ୍ଖଳା ଏବଂ ଟ୍ରାଫିକ ନିୟନ୍ତ୍ରଣ ନିମନ୍ତେ ଆରକ୍ଷୀ ବିଭାଗ, ନଦୀ ଗର୍ଭରେ ଭକ୍ତମାନଙ୍କ ସୁରକ୍ଷିତ ସ୍ନାନ ନିମନ୍ତେ ବ୍ୟାରିକେଡ୍‌ ନିର୍ମାଣ ପାଇଁ ରାସ୍ତା ଓ ଗୃହ ନିର୍ମାଣ ବିଭାଗ, ନଦୀ ମଧ୍ୟକୁ ଭକ୍ତମାନଙ୍କ ଯିବା ପାଇଁ ରାସ୍ତା ନିର୍ମାଣ ନିମନ୍ତେ ଜଳସମ୍ପଦ ବିଭାଗ ସହ ଆଲୋଚନା କରିଥିଲେ। ଯାତ୍ରା ସ୍ଥଳରେ ପଲିଥିନ ପ୍ୟାକେଟ୍‌ ପାଣି ବ୍ୟବହାର କରିବାକୁ ନିଷେଧ କରାଯାଇଛି। ସେହିପରି ନଦୀ ମଧ୍ୟରେ ଆକସ୍ମିକ ଦୁର୍ଘଟଣା ପ୍ରତିହତ ପାଇଁ ଡଙ୍ଗା ଓ ଟିଉବ୍‌ ନିୟୋଜନ ନିମନ୍ତେ ଅଗ୍ନିଶମ ବିଭାଗ, ପ୍ରାଥମିକ ଚିକିତ୍ସା ପାଇଁ ସ୍ବାସ୍ଥ୍ୟ ବିଭାଗ, ଶାନ୍ତି ଶୃଙ୍ଖଳାରେ ପୋଲିସ ବାହିନୀକୁ ସହଯୋଗ କରିବାକୁ କଣ୍ଟିଲୋ ମହାବିଦ୍ୟାଳୟର ଏନ୍‌ଏସ୍‌ଏସ୍‌ ଏବଂ ଯୁବ ରେଡ୍‌କ୍ରସର ଛାତ୍ରୀଛାତ୍ରମାନଙ୍କୁ ପ୍ରେରଣ ନିମନ୍ତେ ଅଧ୍ୟକ୍ଷଙ୍କୁ ଅନୁରୋଧ କରାଯାଇଛି। ଜନସମାଗମକୁ ଦୃଷ୍ଟିରେ ରଖି ଏକ ସୂଚନା କେନ୍ଦ୍ର ଖୋଲାଯିବା ପାଇଁ ଜିଲା ସୂଚନା ଓ ଲୋକସମ୍ପର୍କ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ଅସ୍ଥାୟୀ ଶୌଚାଳୟ ନିମନ୍ତେ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ଓ ପରିମଳ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ବୈଠକରେ ଅତିରିକ୍ତ ଜିଲାପାଳ ଦିଲୀପ କୁମାର ବଳ, ଉପଜିଲାପାଳ ତଥା ନିର୍ବାହୀ ଅଧିକାରୀ ଦେବେତ୍ତର ବିଭାଗର କର୍ଣ୍ଣଦେବ ସମାଦ୍ଦାର, ତହସିଲଦାର ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଖଣ୍ଡପଡ଼ାର ଧୋବେଇ ନାୟକ ପ୍ରମୁଖଙ୍କ ସହ ବିଭିନ୍ନ ଲାଇନ ବିଭାଗ ଓ ମନ୍ଦିର ପରିଚାଳନା କମିଟିର ସଦସ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri